Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍କଳ ଗୌରବ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ: ଯୋଗ ଦେଲେ ଆଇନ ମନ୍ତ୍ରୀ
ଆଜିର ଖବର

ଉତ୍କଳ ଗୌରବ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ: ଯୋଗ ଦେଲେ ଆଇନ ମନ୍ତ୍ରୀ

April 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଯାଜପୁର: ଆଜି ଯାଜପୁର ଦକ୍ଷିଣବନ୍ଧ ସ୍ଥିତ ଉତ୍କଳ ଗୌରବ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ।

ଏହି ବିଦ୍ୟାଳୟକୁ ଗଢ଼ି ତୋଳିଥିବା ସମାଜସେବୀ ଓ ଶିକ୍ଷା ପ୍ରେମୀ ମାନଙ୍କୁ ଅଶେଷ ଧନ୍ୟବାଦ୍। ବିଦ୍ୟାଳୟଟି ୫୦ ଗୋଟି ବସନ୍ତ ଅତିକ୍ରମ କରିସାରିଛି। ବିଦ୍ୟାଳୟ ହେଉଛି ମଣିଷର ଭବିଷ୍ୟତ ତିଆରି କାରଖାନା। ଛାତ୍ରଛାତ୍ରୀ ମାନଙ୍କୁ ପ୍ରତିଷ୍ଠିତ କରିବାରେ ଶିକ୍ଷକ ମାନଙ୍କର ଯେତିକି ଦାୟିତ୍ଵ, ଅଭିଭାବକ ମାନଙ୍କର ମଧ୍ୟ ସେତିକି ଦାୟିତ୍ୱ ରହିବା ଆବଶ୍ୟକ। ସମାଜ ବିକଶିତ ହେଲେ, ରାଜ୍ୟ ଓ ଦେଶ ବିକଶିତ ହେବ ଏବଂ ଆମ ସମସ୍ତଙ୍କର ସମ୍ମାନ ବଢ଼ିବ।

ଉତ୍ଥାନ, ପତନ ଗୋଟିଏ ଜାତିର ଇତିହାସରେ କିଛି ନୂଆ କଥା ନୁହେଁ। ଇଂରେଜ ଶାସନ ଅମଳରେ ନିର୍ଯ୍ୟାତିତ ଓଡ଼ିଆ ଜାତି ମୂମୁର୍ଷ ଅବସ୍ଥାରେ ନିଜର ଅସ୍ତିତ୍ବ ରକ୍ଷା ପାଇଁ ସଂଗ୍ରାମରତ ଥିବାବେଳେ କେତେଜଣ ଯୋଗଜନ୍ମା ବ୍ୟକ୍ତିବିଶେଷଙ୍କ ଆବିଭାର୍ବ ଜାତୀୟ ଜୀବନରେ ଆଶାର ସଂଚ଼ାର କରିଥିଲା। ଉତ୍କଳୀୟ ସଂସ୍କୃତିର ସୁରକ୍ଷା ତଥା ରାଜନୈତିକ,ସାମାଜିକ ଏବଂ ଅର୍ଥନୈତିକ କ୍ଷେତ୍ରରେ ଓଡ଼ିଶାକୁ ସର୍ବଭାରତୀୟ ସ୍ତରରେ ଏକ ସ୍ବତତ୍ନ ସ୍ଥାନ ଦେବା ପାଇଁ ଯେଉଁ ଯୋଗଜନ୍ମା ନିଜର ଜୀବନକୁ ତିଳତିଳ କରି ଉତ୍ସର୍ଗ କରିଥିଲେ,ସେମାନଙ୍କ ମଧ୍ୟରୁ ଦେଶପ୍ରାଣ ଉତ୍କଳଗୌରବ ମଧୁସୂଦନ ଦାସ ଅନ୍ୟତମ।ସେହି ଉତ୍କଳ ଗୈାରବଙ୍କ ନାମରେ ନାମିତ ଏହି ବିଦ୍ୟାଳୟକୁ ସରସ,ସୁନ୍ଦର ଶିକ୍ଷା କ୍ଷେତ୍ରରେ ଯାଜପୁର ଜିଲ୍ଲା ତଥା ସମଗ୍ର ଓଡ଼ିଶାରେ ସୁପରିଚିତ କରିବା ଆମ ସମସ୍ତଙ୍କର ନୈତିକ ଦାୟିତ୍ୱ ହେବା ଆବଶ୍ୟକ।

ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି ଲାଗୁ ହୋଇଛି,ଯାହାକି ଏକବିଂଶ ଶତାବ୍ଦୀର ଆବଶ୍ୟକତାକୁ ଆଧାର କରି ରାଜ୍ଯର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ସଶକ୍ତ ବିଦ୍ୟାର୍ଥୀ ଗଠନ କରିବାରେ ବିଶେଷ ସହାୟକ ହେବ।

ବିଞ୍ଝାରପୁର ନିର୍ବାଚନ ମଣ୍ଡଳୀର ଜୀବନ, ଆକାଂକ୍ଷା ଓ ସ୍ପନ୍ଦନ ଏହି ବିଦ୍ୟାଳୟ ସହ ଯୋଡି ହୋଇ ରହିଛି। ଅନେକ ବ୍ୟକ୍ତିବିଶେଷଙ୍କର ଆଦିଭୂମି ଏହି ଶିକ୍ଷାନୁଷ୍ଠାନ ଦୀର୍ଘ ୫୦ ବର୍ଷ ଧରି ଅନେକ ଛାତ୍ରଛାତ୍ରୀ ବିଶେଷତଃ ସାଧାରଣ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସଫଳ ହୋଇଛି। ଏହି ସଫଳତା ପାଇଁ ବିଦ୍ୟାଳୟର ପୁରାତନ ଛାତ୍ର ସଂଘ ଓ ବିଦ୍ୟାଳୟ ସହ ଜଡିତ ସମସ୍ତଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇବା ସହ ବିଦ୍ୟାଳୟର ଉତ୍ତରୋତ୍ତର ଉନ୍ନତି କାମନା କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ଯାଜପୁର ସାଂସଦ ଡ଼ଃ ରବିନ୍ଦ୍ର ନାରାୟଣ ବେହେରା, ବିଶିଷ୍ଟ ସମାଜସେବୀ ଗୈାତମ ରାୟ, ବବିତା ମଲ୍ଲିକଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ବୃନ୍ଦ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ଯାଜପୁର ସୁବର୍ଣ୍ଣ ଜୟନ୍ତୀ ସମାରୋହ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Latest News

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.