Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରୀ କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ପାଇଁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ଉଠିଲା ଦାବି 
ଆଜିର ଖବର

ସରକାରୀ କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ପାଇଁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ଉଠିଲା ଦାବି 

April 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶୁକ୍ରବାର ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲ୍‌ଥ୍ କାର୍ଡ ବା ସ୍ୱାସ୍ଥ୍ୟବୀମା ସବୁ ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ ହୋଇଥିବାରୁ ପଞ୍ଚାୟତରୁ ଲୋକସେବା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଫେସ୍‌ବୁକ୍ ଓ ସୋସିଆଲ୍ ମିଡ଼ିଆରେ ଜାହିର କରିଥିଲେ। ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ କି, ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ।

ଗତକାଲି ରାଜ୍ୟ ସରକାର ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଆୟୁଷ୍ମାନ୍ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ଉପକୃତ ହେବେ। କିନ୍ତୁ ଦୁଃଖ ଓ ପରିତାପର ବିଷୟ ଓଡ଼ିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର ସରକାରୀ କର୍ମଚାରୀ ଏହି ଯୋଜନାରୁ ସାମିଲ୍ ହୋଇନାହାଁନ୍ତି। ସରକାରଙ୍କର ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡ଼ିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ପାଇଁ ଆଜି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଓଡ଼ିଶାର ପାଞ୍ଚଲକ୍ଷ ସରକାରୀ କର୍ମଚାରୀ ଓ ସାଢେ ତିନି ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ପ୍ରକାଶଥାଉକି, ମାନ୍ୟବର ମୁଖ୍ୟମନ୍ତ୍ର, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ଦେଇଥିଲେ ମଧ୍ୟ ସରକାର କୌଣସି ନିଷ୍ପତ୍ତି ନେଇନାହାଁନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀମାନଙ୍କୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ସଂଘର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଏହି ପ୍ଲାକାର୍ଡ  ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ, ତା’ ପରବର୍ତ୍ତୀ କାର୍ଯ୍ୟକ୍ରମ ହିସାବରେ କଳାବ୍ୟାଚ୍ ପିନ୍ଧି ସମସ୍ତେ କାର୍ଯ୍ୟ କରିବେ ଏବଂ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବ।  ଯଦି ରାଜ୍ୟ ସରକାର ଏକ ମାସ ଭିତରେ କ୍ୟାସ୍‌ଲେସ୍ ହେଲଥ୍‌କାର୍ଡ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ କରନ୍ତି, ଏକ ବୃହତ୍ ଆନ୍ଦୋଳନ ପଞ୍ଚାୟତଠାରୁ ଲୋକସେବା ଭବନ ପର୍ଯ୍ୟନ୍ତ କରାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଗଲା।

ସାମ୍ବାଦିକ ସମ୍ମିଳନୀରେ ମହାସଂଘର ଅବାହକ ବିଜୟ ମଲ୍ଲ, ପ୍ରଭାତ ମହାନ୍ତି, ଅଶ୍ୱିନୀ ଦାସ, ପ୍ରଦୀପ ପ୍ରଧାନ, ସୁଧାଂଶୁ ପାତ୍ର, କ୍ଷୀତିଶ ପଣ୍ଡା, ପ୍ରଶାନ୍ତ ରାଉତରାୟ, ସୁଭ୍ରଜିତ୍ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ପ୍ରଶାନ୍ତ ରାଉତରାୟ, ପ୍ରଭାତ ତିୱାରୀ, ରାଜେଶ ମହାନ୍ତି, ବଙ୍କିମ୍ ସାଗର, ଖଗେନ୍ଦ୍ର ପାଲ୍‌, ସୁଶାନ୍ତ ବେହେରା, ବିକ୍ରମ ରଥ, ଆଦିତ୍ୟ ନାରାୟଣ ସ୍ୱାଇଁ, ଅନୀତା ବେହେରା, ଶ୍ରୀକାନ୍ତ ବାରିକ, ଡ. ଅଜୟ ଜେନା,ରଶ୍ମିରଂଜନ ପାଢୀ, ଗୁରୁ ଗୋବିନ୍ଦ ଦଳାଇ, ଅନ୍ତର୍ଯ୍ୟାମୀ ଲେଙ୍କା, ମନୋଜ ଜେନା, ବିନୋଦ ବଳ, ଶିବଶଙ୍କର ସାହୁ, ବବୁଲ୍ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଆୟୁଷ୍ମାନ୍ ଭାରତ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସରକାରୀ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Latest News

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.