Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁର ଜିଲ୍ଲା ଗସ୍ତରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
ଆଜିର ଖବର

ନବରଙ୍ଗପୁର ଜିଲ୍ଲା ଗସ୍ତରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ

April 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନବରଙ୍ଗପୁର: ଜନସାଧାରଣଙ୍କ ହିତ ପାଇଁ ଉଦ୍ଦିଷ୍ଟ ପାନୀୟ ଜଳ ଯୋଗାଣ ଭଳି ଲୋକଆଭିମୁଖୀ ଯୋଜନାର ପ୍ରକଳ୍ପ କାର୍ଯ୍ୟରେ ଅହେତୁକ ବିଳମ୍ବ ଓ ଖାମ ଖିଆଲି ମନୋଭାବ ପୋଷାଣକୁ ଆଦୌ ବରଦାସ୍ତ କରାଯିବ ନାହିଁ ବୋଲି ରାଜ୍ୟ ପଞ୍ଚାୟତ ରାଜ ଓ ପାନୀୟ ଜଳ ଯୋଗାଣ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ପ୍ରକାଶ କରିଛନ୍ତି। ଠିକ ରୂପେ କାର୍ଯ୍ୟ କଲେ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣକାରୀ ସଂସ୍ଥା ବିରୁଦ୍ଧରେ ଆଇନ ମୁତାବକ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି।

ଦିନିକିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଆସିଥିବା ମନ୍ତ୍ରୀ ଶ୍ରୀ ନାୟକ ନବରଙ୍ଗପୁର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ବିଭିନ୍ନ ବିଭାଗର ସମୀକ୍ଷା କରିଥିଲେ। ବିଶେଷତଃ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା, ହରଘର ଜଲ, ଜଲ ଜୀବନ ମିଶନ ଯୋଜନା ସମ୍ପର୍କ ରେ ଆଲୋଚନା ହେବା ସହ ପ୍ରକଳ୍ପ ଗୁଡିକ ର ଅଗ୍ରଗତି ନେଇ ସମୀକ୍ଷା ହୋଇଥିଲା। ଜନକଲ୍ୟାଣକାରୀ ଯୋଜନା ଗୁଡିକର ଧାର୍ଯ୍ୟ ଲକ୍ଷ୍ୟ ପୂରଣ ସହ ଏହାର ସୁଫଳ ଯେପରି ତ୍ରୁଣମୂଳ ସ୍ତରରେ ପହଂଚିବ ସେଥିପ୍ରତି ଗୁରୁତ୍ୱ ଦେବାକୁ ମନ୍ତ୍ରୀ ଶ୍ରୀ ନାୟକ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନବରଙ୍ଗପୁର ଜିଲ୍ଲାରେ ମକା ଫସଲ ଉତ୍ପାଦନ ହେଉଥିବା ବେଳେ ମକାକୁ ନେଇ ଏକ ପ୍ରକଳ୍ପ ପ୍ରସ୍ତାବ ରହିଛି ଓ ଖୁବ ଶୀଘ୍ର ଏହାର ଅଗ୍ରଗତି ପ୍ରତି ଦୃଷ୍ଟି ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ନାୟକ ଏହି ଅବସରରେରେ ସୂଚନା ଦେଇଥିଲେ।

ଏହି ସମୀକ୍ଷା ବୈଠକରେ ବିଧାୟକ ଗୌରୀ ଶଙ୍କର ମାଝୀ, ନରସିଂହ ଭତରା, ଜିଲ୍ଲପାଳ ଡ଼ା ଶୁଭଙ୍କର ମହାପାତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ନବରଙ୍ଗପୁର ରବି ନାରାୟଣ ନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026
Latest News

ସମାଜବାଦୀ ପାର୍ଟି ମୁଖପାତ୍ର ମନୋଜ ଯାଦବ ଗିରଫ, ଜାଣନ୍ତୁ କାହିଁକି?

February 13, 2026

ନାମିବିୟାକୁ ପରାସ୍ତ କରିବା ପରେ ସୂର୍ଯ୍ୟକୁମାରଙ୍କ ପ୍ରତିକ୍ରିୟା: ପାକିସ୍ତାନ ମ୍ୟାଚ ଉପରେ ଦେଲେ ସଂକେତ

February 13, 2026

ଓଡ଼ିଶାରୁ ଉତ୍ତରପ୍ରଦେଶ ଗଞ୍ଜେଇ ଚାଲାଣ: ୨.୫ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ, ୬ ଫେରାର୍

February 13, 2026

“ମୋର ଓଜନ ହ୍ରାସ ପାଇଛି…”: IND vs PAK ମ୍ୟାଚ୍ ପୂର୍ବରୁ ନିଜ ସ୍ୱାସ୍ଥ୍ୟ ସୂଚନା ଦେଲେ ଅଭିଷେକ ଶର୍ମା

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.