Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ତରଫରୁ ବିରାଟ ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ
ଆଜିର ଖବର

ଭଦ୍ରକ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ତରଫରୁ ବିରାଟ ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

April 15, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭଦ୍ରକ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ତରଫରୁ ବିରାଟ ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

ଭଦ୍ରକ:-ଆଜି ଭଦ୍ରକ ନିର୍ବାଚନ ମଣ୍ଡଳୀ ପକ୍ଷରୁ ଏକ ବିରାଟ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ନିର୍ବାଚନ ମଣ୍ଡଳୀ ନେତା ଅସିତ ପଟ୍ଟନାୟକ ଙ୍କ ନେତୃତ୍ୱରେ ସ୍ଥାନୀୟ ବନ୍ତ ଛକ ନିକଟରୁ ଦୁଇ ହଜାରରୁ ଦଳୀୟ କର୍ମୀ ମାନେ ହାତରେ ମଶାଲଧରି ସହର ପରିକ୍ରମା କରିଥିଲା। ଏଥିରେ ସାମିଲ ହୋଇଥିଲେ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସଭାପତି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସ, ପୂର୍ବତନ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ,ଯୁବ ନେତା ୟାଶିର ନୱାଜ, ଜିଲ୍ଲା ପର୍ଯ୍ୟବେକ୍ଷକ ଜାନକୀ ପଟ୍ଟନାୟକ, ଅଜିତ ଜେନା ପ୍ରମୁଖ ସାମିଲ ହୋଇଥିଲେ।

ପରେ ମଶାଲ ଶୋଭାଯାତ୍ରା ସହର ପରିକ୍ରମା କରିବା ପରେ ଟାଉନ ଛକ ଠାରେ ଏକ ପଥପ୍ରାନ୍ତ ସଭା ଭଦ୍ରକ ନେତା ଅସିତ ପଟ୍ଟନାୟକଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଭକ୍ତ ଚରଣ ଦାସ ତାଙ୍କ ବକ୍ତବ୍ୟ ରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ବିଷୋଦଗାର କରିବା ସହ ଆଗାମୀ ଦିନରେ ରାଜ୍ୟ ବାସୀ ଏହି ଦୁର୍ନୀତି ଗସ୍ଥ,ମହିଳା ବିରୋଧି ତଥା ଅପାରଗ ସରକାରକୁ ଉଚିତ ଜବାବ ଦେବେ ବୋଲି କହିଥିଲେ ।

ଏ ସରକାର ଅମଳରେ ମହିଳା ଓ କୋମଳମତି ଝିଅ ମାନଙ୍କ ପ୍ରତି ବଳାତ୍କାର, ହତ୍ୟା, ଧର୍ଷଣ ବଢ଼ିଚାଲି ଥିବା ବେଳେ ସରକାର ସେମାନଙ୍କୁ ନ୍ୟାୟ ଦେବାରେ ସମ୍ପୂର୍ଣ ବିଫଳ ହୋଇଛି । ଦଳୀୟ ବିଧାୟକ ମାନେ ରାଜ୍ୟ ବାସୀଙ୍କ ହକ ଓ ନ୍ୟାୟ ପାଇଁ ବିଧାନସଭାରେ ପ୍ରତିବାଦ କରିଥିବାରୁ ଅଗଣତାନ୍ତ୍ରିକ ଭାବେ ସେମାନଙ୍କୁ ସସ୍ପେଣ୍ଡ କରାଯିବା ଘଟଣା ଅତି ଲଜ୍ୟାଜନକ ବୋଲି ରାଜ୍ୟ ସଭାପତି ଶ୍ରୀଯୁକ୍ତ ଦାସ ବକ୍ତବ୍ୟ ଦେଇଥିଲେ ।

ଆୟୋଜିତ ଏହି ସଭାରେ ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ଅନନ୍ତ ସେଠି,ୟାଶିର ନୱାଜ,ଜିଲ୍ଲା ଦଳିତ ନେତା ରାଜେନ୍ଦ୍ର ପ୍ରସାଦ ଜେନା, ମୟୁରଭଞ୍ଜ ଜିଲ୍ଲା ପର୍ଯ୍ୟବେକ୍ଷକ ନଳିନୀ ମହାନ୍ତି,ମହିଳା ନେତ୍ରୀ ଅମିତା ବାଳା ଆଚାର୍ଯ୍ୟ,, ଶୁଭେନ୍ଦୁ ରାୟ ମହାପାତ୍ର, ଦେବରୂପ ମହାନ୍ତି ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ ।

ଭକ୍ତ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ପେଲେଟ୍ ଗନ୍ ମାମଲା: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ପରେ ରୁଜ୍ଜୁ ହେଲା ମାମଲା

August 21, 2026

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 21, 2026

ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ

August 21, 2026

ଭେଜିପୁଟ ଗ୍ରାମରେ ସାମାନ୍ୟ କଥାକୁ ନେଇ ମାରଣାନ୍ତକ ଆକ୍ରମଣ

August 21, 2026
Latest News

ପେଲେଟ୍ ଗନ୍ ମାମଲା: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ପରେ ରୁଜ୍ଜୁ ହେଲା ମାମଲା

August 21, 2026

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

August 21, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ବରିଷ୍ଠ ଆଇପିଏସ ସ୍ତରରେ ଅଦଳବଦଳ: ଫେରିଲେ ଆଶିଷ କୁମାର ସିଂ

August 21, 2026

ଭେଜିପୁଟ ଗ୍ରାମରେ ସାମାନ୍ୟ କଥାକୁ ନେଇ ମାରଣାନ୍ତକ ଆକ୍ରମଣ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.