ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶୁକ୍ରବାର ଅଧିକ ଘନୀଭୂତ ହୋଇଛି । ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶା ଉପରେ ଏହା ରହିଥିବାରୁ ଅଧିକାଂଶ ଜିଲ୍ଲାରେ ଶୁକ୍ରବାର ବର୍ଷା ହୋଇଥିବା ବେଳେ ଶନିବାର 8ଟି ଜିଲ୍ଳାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହସ୍ତଗତ ସୂଚନା ଅନୁସାରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ତେବେ କିଛି ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଶନିବାର ଦିନ ଗଜପତି, ରାୟଗଡ଼ା, କୋରାପୁଟ, ମାଲିକାନଗିରି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା ଜିଲାରେ ଅଧିକ ବର୍ଷା ହୋଇପାରେ ।ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଅନୁଗୋଳ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଆଜି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।