Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୁଦ୍ଧିମତା ଓ ବୁଝମଣା ଦ୍ୱାରା ହିଁ ବିଶ୍ୱରେ ଶାନ୍ତି ବଜାୟ ରଖାଯାଇପାରିବ: ସ୍ପେନ୍ ରାଷ୍ଟ୍ରଦୂତ
ଆଜିର ଖବର

ବୁଦ୍ଧିମତା ଓ ବୁଝମଣା ଦ୍ୱାରା ହିଁ ବିଶ୍ୱରେ ଶାନ୍ତି ବଜାୟ ରଖାଯାଇପାରିବ: ସ୍ପେନ୍ ରାଷ୍ଟ୍ରଦୂତ

April 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାରା ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ବୁଦ୍ଧିମତା ଓ ଉତ୍ତମ ବୁଝାମଣାର ଆବଶ୍ୟକତା ରହିଛି। ଶାନ୍ତି ବଜାୟ ରଖିବା ନିମନ୍ତେ ପ୍ରକୃତ ବୁଝାମଣା, ବୁଦ୍ଧିମତା ଏବଂ ଉତମ ପରିଚାଳନାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ସ୍ପେନ୍‌ର ରାଷ୍ଟ୍ରଦୂତ ମହାମହିମ ଜୁଆନ୍ ଆନ୍‌ଟୋନିଓ ମାର୍ଚ୍ଚ ପୁଜୋଲ।

ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ, ଭୁଟାନ, ନେପାଳ, ଶ୍ରୀଲଙ୍କା ଏବଂ ମାଳଦ୍ୱୀପ ନିମନ୍ତେ ନିଯୁକ୍ତ ହୋଇଥିବା ଶ୍ରୀ ପୁଜୋଲ ଶନିବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଦର୍ଶନରେ ଆସି ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିବା ସହ ଆଲୋଚନା କରିଥିଲେ। ଏହି ଅବସରରେ ନିଜ ଅନୁଭୂତି ବଖାଣି ଶ୍ରୀ ପୁଜୋଲ କହିଥିଲେ ଯେ ବିଫଳତା ହିଁ ସଫଳତାର ବାଟ ଦେଖାଇଥାଏ। ୧୦ ବର୍ଷ ବୟସରେ ୟୁନାଇଟେଡ୍ କିଙ୍ଗଡମ୍‌ରେ ପାଠ ପଢ଼ିବା ସମୟରେ ହିଁ ଜଣେ କୁଟନୀତିଜ୍ଞ ହେବେ ବୋଲି ମନ ସ୍ଥିର କରିଥିଲେ ବୋଲି ସେ କହିଛନ୍ତି।

କୋଭିଡ ମହାମାରୀ ଓ ଲକ୍ ଡାଉନ୍ ମଣିଷକୁ ଅନେକ ଶିକ୍ଷା ଦେଇଥିବା ବେଳେ ମଣିଷ ଏହି ସମୟ ମଧ୍ୟରେ ନିଜର ଆତ୍ମଚିନ୍ତନ ମଧ୍ୟ କରିବାରେ ସକ୍ଷମ ହୋଇପାରିଛି ବୋଲି ଶ୍ରୀ ପୁଜୋଲ କହିଛନ୍ତି। ଏଥି ସହିତ କରୋନା ମହାମାରୀ ମଣିଷକୁ ପ୍ରକୃତି ସହ ମଧ୍ୟ ଯୋଡ଼ିପାରିଛି ବୋଲି ସେ କହିଛନ୍ତି।

ଛାତ୍ରଛାତ୍ରୀଙ୍କ ପ୍ରଶ୍ନର ଉତର ଦେଇ ଶ୍ରୀ ପୁଜୋଲ କହିଥିଲେ ଯେ ଶିକ୍ଷା ଖୁବ୍ ଗୁରୁତ୍ୱପୂର୍ଣ୍ଣ ତେବେ ଏହାଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ହେଉଛି ନିଜକୁ ସଠିକ୍ ଭାବେ ପରିଚାଳନା କରିବା। ଆର୍ଟିଫିସିଆଲ୍ ଇନ୍‌ଟେଲିଜେନ୍ସ ବର୍ତମାନ ମଣିଷ ଜୀବନର ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଥିବା ବେଳେ ଏହା ଉପରେ ଅଧିକ ନିର୍ଭରଶୀଳ ନ ହେବାକୁ ଛାତ୍ରଛାତ୍ରୀମାନଙ୍କୁ ସେ ଉପଦେଶ ଦେଇଥିଲେ।

ସୋଆକୁ ଉଚ୍ଚ ପ୍ରଶଂସା କରି ଶ୍ରୀ ପୁଜୋଲ କହିଛନ୍ତି ଯେ ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ଏଥିରେ ଡାକ୍ତରୀ ଶିକ୍ଷା ମଧ୍ୟ ପ୍ରଦାନ କରାଯାଉଛି। ଏହା ମାନବ ସମାଜ ପାଇଁ ଖୁବ୍ ବଡ଼ ଅବଦାନ ବୋଲି ସେ କହିଛନ୍ତି।

କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଅଧ୍ୟକ୍ଷତା କରି ସୋଆରେ ଏକ ସେଂଟର ଫର୍ ଲାଙ୍ଗୁଏଜ୍ ଷ୍ଟଡିଜ୍ ଆରମ୍ଭ କରାଯାଇଥିବାର ସୂଚନା ଦେଇଥିଲେ। ଏଠାରେ ଭାରତୀୟ ଭାଷା ସହ ସ୍ପାନିଶ, ଜାପାନିଓ, ଜର୍ମାନ, ଫ୍ରେଂଚ ଏବଂ ମାଣ୍ଡାରିନ୍ ଭାଷାରେ ଶିକ୍ଷା ପ୍ରଦାନ କରାଯିବ ବୋଲି ସେ କହିଥିଲେ।

ସୋଆର ଉପକୁଳପତି ପ୍ରଫେସର ନୀତା ମହାନ୍ତି ଏଥିରେ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ସୋଆର ବିଭିନ୍ନ ଅନୁଷ୍ଠାନର ଡିନ୍‌, ନିର୍ଦ୍ଦେଶକ ଓ ବରିଷ୍ଠ କର୍ମକର୍ତା ଉପସ୍ଥିତ ଥିଲେ।

ଶିକ୍ଷା ଓ ଅନୁସନ୍ଧାନ ସ୍ପେନ୍ ରାଷ୍ଟ୍ରଦୂତ
Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ ‘ରାଜା’ ହେଲେ ଗୌତମ ଆଦାନୀ

April 17, 2026

ଅକ୍ଷୟ ତୃତୀୟା ପୂର୍ବରୁ ହ୍ରାସ ପାଇଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

April 17, 2026

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

April 17, 2026
Latest News

ଇତିହାସ ରଚିଲା ପଞ୍ଜାବ କିଙ୍ଗସ୍: ପ୍ରଥମ ଥର ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ କଲା ଏହି ରେକର୍ଡ

April 17, 2026

ମୁକେଶ ଅମ୍ବାନୀଙ୍କୁ ପଛରେ ପକାଇ ଏସିଆର ନୂତନ ‘ରାଜା’ ହେଲେ ଗୌତମ ଆଦାନୀ

April 17, 2026

ଅକ୍ଷୟ ତୃତୀୟା ପୂର୍ବରୁ ହ୍ରାସ ପାଇଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଆଜିର ଦର

April 17, 2026

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

April 17, 2026

ବାଲୁଗାଁରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ୨୦୨୩ ପଦଯାତ୍ରା

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.