Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଞ୍ଚାୟତରୁ ଲୋକସଭା ଭବନ ଯାଏ ଉଠିଲା ସରକାରୀ କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଦାବି 
ଆଜିର ଖବର

ପଞ୍ଚାୟତରୁ ଲୋକସଭା ଭବନ ଯାଏ ଉଠିଲା ସରକାରୀ କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଦାବି 

April 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲ୍‌ଥ୍ କାର୍ଡ ବା ସ୍ୱାସ୍ଥ୍ୟବୀମା ସବୁ ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ ହୋଇଥିବାରୁ ପଞ୍ଚାୟତରୁ ଲୋକସେବା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଫେସ୍‌ବୁକ୍ ଓ ସୋସିଆଲ୍ ମିଡ଼ିଆରେ ଜାହିର କରିଥିଲେ। ନିକଟରେ ଝାଡ଼ଖଣ୍ଡ ସରକାର ତାଙ୍କ ଅଧିନସ୍ଥ କର୍ମଚାରୀଙ୍କ ପାଇଁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଘୋଷଣା କରିଛନ୍ତି।

ପୂର୍ବରୁ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ତାମିଲ୍‌ନାଡୁ, ହିମାଚଳ ପ୍ରଦେଶ, କେରଳ ରାଜ୍ୟ କର୍ମଚାରୀଙ୍କ ପାଇଁ କ୍ୟାସ୍‌ଲେସ୍ ହେଲ୍‌ଥ କାର୍ଡ ଘୋଷଣା କରିସାରିଛନ୍ତି। କିନ୍ତୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିଲେ ବି, ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇନାହାଁନ୍ତି।

ନିକଟରେ ରାଜ୍ୟ ସରକାର ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଆୟୁଷ୍ମାନ୍ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଓ ସରକାରୀ ହସ୍ପିଟାଲ୍‌ରେ ଚିକିତ୍ସା ଉପକୃତ ହେବେ। କିନ୍ତୁ ଦୁଃଖ ଓ ପରିତାପର ବିଷୟ ଓଡ଼ିଶାରେ ୪୨ଟି ବିଭାଗରେ କାମ କରୁଥିବା ହଜାର ହଜାର ସରକାରୀ କର୍ମଚାରୀ ଏହି ଯୋଜନାରୁ ସାମିଲ୍ ହୋଇନାହାଁନ୍ତି। ସରକାରଙ୍କର ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡ଼ିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି ସଫଳ ଯୋଜନାକୁ ଲାଗୁ କରିବା ପାଇଁ ଆଜି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଓଡ଼ିଶାର ପାଞ୍ଚଲକ୍ଷ ସରକାରୀ କର୍ମଚାରୀ ଓ ସାଢେ ତିନି ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଏବଂ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରୁଛୁ।

ପ୍ରକାଶଥାଉକି, ମାନ୍ୟବର ମୁଖ୍ୟମନ୍ତ୍ର, ସ୍ୱାସ୍ଥ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କୁ ଦାବିପତ୍ର ଦେଇଥିଲେ ମଧ୍ୟ ସରକାର କୌଣସି ନିଷ୍ପତ୍ତି ନେଇନାହାଁନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରୀୟ ଉଦ୍ୟୋଗରେ କର୍ମଚାରୀମାନଙ୍କୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବା ବେଳେ ଓଡ଼ିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି। ସଂଘର ନିଷ୍ପତ୍ତି ଅନୁଯାୟୀ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଏହି ପ୍ଲାକାର୍ଡ  ମାଧ୍ୟମରେ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯିବ, ତା’ ପରବର୍ତ୍ତୀ କାର୍ଯ୍ୟକ୍ରମ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେବେ। ଯଦି ସରକାର ନ ଶୁଣନ୍ତି କଳାବ୍ୟାଚ ପିନ୍ଧି କର୍ମଚାରୀମାନେ କାମ କରିବେ। ଯଦି ରାଜ୍ୟ ସରକାର ଏକ ମାସ ଭିତରେ କ୍ୟାସ୍‌ଲେସ୍ ହେଲଥ୍‌କାର୍ଡ କର୍ମଚାରୀମାନଙ୍କ କ୍ଷେତ୍ରରେ ଲାଗୁ ନ କରନ୍ତି, ଏକ ବୃହତ୍ ଆନ୍ଦୋଳନ ଭୁବନେଶ୍ୱରସ୍ଥ ଗାନ୍ଧୀମାର୍ଗରେ ୨୫୦ରୁ ଊର୍ଦ୍ଧ୍ୱ ସଙ୍ଗଠନ ମିଳିତ ଭାବେ ଆନ୍ଦୋଳନ କରିବେ ବୋଲି ମହାସଂଘର ସଭାପତି ବିଜୟ ମଲ୍ଲ, ଅଶ୍ୱିନୀ ମିଶ୍ର, ପ୍ରଭାତ ମହାନ୍ତି, ପ୍ରଦୀପ ପ୍ରଧାନ, ଶୁଭ୍ରଜିତ୍ ପ୍ରତିହାରୀ, ପ୍ରଶାନ୍ତ ରାଉତରାୟ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା, କ୍ଷୀତିଶ ପଣ୍ଡା, ସୁଧାଂଶୁ ପାତ୍ର, ରଶ୍ମି ପାଢୀ, ତୁଷାରକାନ୍ତି ରାଉତ, ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ, ଆଦିତ୍ୟନାରାୟଣ ସ୍ୱାଇଁ, ଅନୀତା ବେହେରା, ଶିବ ଶଙ୍କର ସାହୁ, ବିପିନ୍ ବିହାରୀ ପରିଡ଼ା ପ୍ରମୁଖ ପ୍ରେସ୍ ବିବୃତ୍ତିରେ କହିଛନ୍ତି।

କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ସରକାରୀ କର୍ମଚାରୀ ସୋସିଆଲ୍ ମିଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ଖୋଲାଖୋଲି ବିକ୍ରି ହେଉଥିଲା “ମେଡ୍ ଇନ୍ ପାକିସ୍ତାନ” ସାମଗ୍ରୀ: ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 31, 2026
Latest News

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026

“ପ୍ରଧାନମନ୍ତ୍ରୀ ଯାହା କରିପାରିବେ, ତାହା…”: ଇରାନ ଯୁଦ୍ଧ ଉପରେ ଓମାର ଅବଦୁଲ୍ଲାଙ୍କ ବଡ଼ ବୟାନ

March 31, 2026

ନକ୍ସଲମୁକ୍ତ ଭାରତ ଘୋଷଣା ପରେ ଶିବସେନା ସାଂସଦଙ୍କ ପ୍ରତିକ୍ରିୟା: ସରକାରକୁ କଲେ ପ୍ରଶ୍ନ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.