Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଓଷ୍ଟାର ତୀବ୍ର ନିନ୍ଦା
ଆଜିର ଖବର

ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଓଷ୍ଟାର ତୀବ୍ର ନିନ୍ଦା

April 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜାମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମ୍‌ଠାରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୮ ଜଣ ପର୍ଯ୍ୟଟକ ମୃତ୍ୟୁବରଣ କରିବା ଘଟଣାକୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଏହି ବର୍ବରୋଚିତ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛି। ଓଷ୍ଟାର ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ ଏହି ଅଭାବନୀୟ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ସଂଗଠନ ପକ୍ଷରୁ ସମବେଦନା ଜଣାଇଛନ୍ତି।

ସୂଚନାଥାଉକି, ଜାମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାର ପହଲଗାମ୍ ସହରର ବୈସରନ ଘାଟି ବୁଲିବାକୁ ଆସିଥିବା ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ପ୍ରାୟ ୨୮ ଜଣ ପର୍ଯ୍ୟଟକ ମୃତ୍ୟୁବରଣ କରିଥିବାବେଳେ ୧୫ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ଅନେକଙ୍କ ସ୍ୱାସ୍ଥାବସ୍ଥା ସଂକଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି କୁହାଯାଉଛି।

ମୃତକଙ୍କ ମଧ୍ୟରେ ଦୁଇଜଣ ବିଦେଶୀ ପର୍ଯ୍ୟଟକ ଥିବାବେଳେ ଜଣେ ଓଡ଼ିଆ ଯୁବକ ବାଲେଶ୍ୱରର ପ୍ରଶାନ୍ତ ଶତପଥୀ ମଧ୍ୟ ରହିଛନ୍ତି। ଗ୍ରୀଷ୍ମ ଅବକାଶରେ କାଶ୍ମୀରର ଅନ୍ୟତମ ନୈସର୍ଗିକ ଶୋଭାରାଜିରେ ପରିପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ପହଲଗାମ୍‌ରେ ପର୍ଯ୍ୟଟକମାନେ ବୁଲୁଥିବାବେଳେ ପାକିସ୍ତାନ ଆତଙ୍କବାଦୀ ସଂଗଠନ ଲସ୍କର-ଇ-ତୋଇବାର ଭାରତ ଶାଖା ସଂଗଠନ ଦ ରେଜିଷ୍ଟାନ୍ସ ଫୋର୍ସ କାପୁରୁଷଙ୍କ ଭଳି ସେନା ଓ ପୁଲିସ୍ ପୋଷାକ ପିନ୍ଧି ଛଦ୍ମବେଶରେ ଆସି ନୀରିହ ପର୍ଯ୍ୟଟକଙ୍କ ଉପରକୁ ଆଖିବୁଜା ଗୁଳିମାଡ଼ କରିଛନ୍ତି।

ଆତଙ୍କବାଦୀମାନେ ଧର୍ମ ପଚାରି ପର୍ଯ୍ୟଟକଙ୍କୁ ଆକ୍ରମଣ କରିଥିବା କଥା ଆସନ୍ନ ମୃତ୍ୟୁରୁ ବର୍ତ୍ତି ଯାଇଥିବା ପର୍ଯ୍ୟଟକମାନେ କହିଛନ୍ତି। ଉକ୍ତ ଘଟଣା ଘଟିବା ପରେ ନିରାପତ୍ତାରକ୍ଷୀମାନେ ସଂପୃକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନ ଯୋରଦାର କରିଥିବା କଥା ଗଣମାଧ୍ୟମରୁ ସୂଚନା ମିଳୁଛି। ପହଲଗାମ୍‌କୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରାଯାଇଥିବା ବେଳେ ଯାନବାହନଗୁଡ଼ିକୁ ଯାଞ୍ଚ କରାଯାଉଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପହେଲଗାଓଁ ଯାତ୍ରା ନ କରିବାକୁ ସରକାରଙ୍କ ତରଫରୁ ନିର୍ଦ୍ଦେଶନାମା ଜାରିହୋଇଛି। ଏଭଳି ନୃଶଂସ ହତ୍ୟାକାଣ୍ଡକୁ ଅମାନବୀୟ ବୋଲି ସଂଗଠନ ପକ୍ଷରୁ କୁହାଯାଇଛି।

ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ଏକ ବାର୍ତ୍ତାରେ ଏହି ଘଟଣାକୁ ତୀବ୍ର ନିନ୍ଦା କରିଥିବାବେଳେ ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଆକ୍ରମଣରେ ସଂପୃକ୍ତ ଆତଙ୍କବାଦୀଙ୍କୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ ଏବଂ ସେମାନେ ଉପଯୁକ୍ତ ଦଣ୍ଡ ପାଇବେ ବୋଲି ଶ୍ରୀ ମୋଦୀ କହିଛନ୍ତି।

ଆତଙ୍କବାଦୀମାନେ ବିଗତ କିଛିବର୍ଷ ଧରି କାଶ୍ମୀର ଉପତ୍ୟକାରେ ସେନା, ପୁଲିସ ଏବଂ ପ୍ରବାସୀ ଶ୍ରମିକଙ୍କୁ ନିଶାଣ କରୁଥିବାବେଳେ ପର୍ଯ୍ୟଟକଙ୍କ ଉପରେ ଏଭଳି ଆକ୍ରମଣ ନିରାପତ୍ତା ବାହିନୀ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି କରିଛି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି। ପର୍ଯ୍ୟଟକମାନଙ୍କ ପ୍ରତି ଏଭଳି ଅମାନୁଷିକ ଅତ୍ୟାଚାରକୁ ତୀବ୍ର ନିନ୍ଦା କରାଯାଇଛି।

ଏଭଳି ଅଭାବନୀୟ ଘଟଣା ପାଇଁ ଓଷ୍ଟା ପକ୍ଷରୁ ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସଂପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷାପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ମୃତ ବ୍ୟକ୍ତିଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ସେମାନଙ୍କ ପରିବାରକୁ ଯଥାଶୀଘ୍ର ସହାୟତା ପ୍ରଦାନ ନିମନ୍ତେ ସରକାରଙ୍କ ନିକଟରେ ଦାବି କରିଛନ୍ତି।

ଆତଙ୍କବାଦୀ ଆକ୍ରମଣ ଓଷ୍ଟା ଜାମ୍ମୁ କାଶ୍ମୀର
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025
Latest News

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.