Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ ବୈଜୟନ୍ତ ପଣ୍ଡା
ଆଜିର ଖବର

କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କଲେ ବୈଜୟନ୍ତ ପଣ୍ଡା

April 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ପଣ୍ଡା ସାକ୍ଷାତ କରିବା ସହିତ କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।

କେନ୍ଦ୍ରାପଡାର ତଳି ଅଞ୍ଚଳକୁ ଜଳମଗ୍ନ ହେବାରୁ ମୁକ୍ତ କରିବା ତଥା  ବନ୍ୟା ନିୟନ୍ତ୍ରଣ ପାଇଁ ଲୁଣାନଦୀ ଉପରେ ଏକ ବ୍ୟାରେଜ ନିର୍ମାଣ କରାଯିବା ପାଇଁ ସାଂସଦ ପ୍ରସ୍ତାବ ଦେଇଥିଲେ। ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ ଗହଗପାଟ ଅଞ୍ଚଳ, କେନ୍ଦ୍ରାପଡା-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବିସିବିଲପାଟ ଅଞ୍ଚଳରେ ବନ୍ୟା ଦ୍ୱାରା ଜଳମଗ୍ନ  ହେଉଥିବା ଅଞ୍ଚଳ ଗୁଡିକୁ କିପରି ସୁରକ୍ଷିତ ରଖାଯାଇ ପାରିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା।

ଏହା ସହିତ ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ଏକ ଚାରିଟେବୁଲ ମଲ୍‌ଟିସ୍ପେଷାଲ୍ଟି ହସ୍ପିଟାଲ ନିର୍ମାଣ ନିମନ୍ତେ ଜମି ଚିହ୍ନଟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ସୂଚନାଯୋଗ୍ୟ ଯେ ସତ୍ୟସାଇ ସେବା ସମିତି ପକ୍ଷରୁ କେନ୍ଦ୍ରାପଡାରେ ଏକ ହସ୍ପିଟାଲ ସ୍ଥାପନ କରାଯିବା ପାଇଁ ପ୍ରସ୍ତାବ ଅଛି।

ଏହା ସହିତ କେନ୍ଦ୍ରାପଡା ଜିଲ୍ଲାରେ ଏକ ଲଜିଷ୍ଟିକ୍‌ସ ପାର୍କ ନିର୍ମାଣ, ଶୀତଳ ଭଣ୍ଡାର ପ୍ରତିଷ୍ଠା, ପାନୀୟ ଜଳ ପ୍ରକଳ୍ପକୁ ତ୍ୱରାନ୍ୱିତ କରିବା ଏବଂ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଡାଙ୍ଗମାଳ ଅଞ୍ଚଳରେ ଇକୋ ଟୁରୁଜିମ, ଲଳିତଗିରିରେ ବୌଦ୍ଧ ପର୍ଯ୍ୟଟନକୁ ଆହୁରି ବ୍ୟାପକ କରିବା ସମ୍ପର୍କରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

କେନ୍ଦ୍ରାପଡା ଜିଲ୍ଲାରେ ଖାଲି ପଡିଥିବା ସରକାରୀ ପଦବୀ ଗୁଡିକୁ ପୂରଣ କରିବା ପାଇଁ ଏହି ବୈଠକରେ ଆଲୋଚନା ହୋଇଥିବା ବେଳେ ଜିଲ୍ଲାରେ ଅନ୍ୟାନ୍ୟ ବିକାଶ ମୂଳକ କାର୍ଯ୍ୟ ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିଲା।

ଉକ୍ତ ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଉପସ୍ଥିତ ଥିଲେ।

କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.