Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରସାହି ଗ୍ରାମ ପଂଚାୟତରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି 
ଆଜିର ଖବର

ବରସାହି ଗ୍ରାମ ପଂଚାୟତରେ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି 

April 28, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ସକାଳ ୭ ଘଟିକା ସମୟରୁ ପୂର୍ବାହ୍ନ ୧୦ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ସଦର ବ୍ଲକ ଅନ୍ତର୍ଗତ, ବରସାହି ଗ୍ରାମ ପଂଚାୟତ ସଭାଗୃହ ଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥଙ୍କ ମିଳିତ ଜନ ଅଭିଯୋଗ ଶୁଣlଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ନିକଟରେ ପ୍ରଦୀପ ପ୍ରଜ୍ବଳନ ଓ ପୁଷ୍ପାର୍ଘ୍ଯ ପ୍ରଦାନ କରି ଉଦ୍ଘାଟନ କରିଥିଲେ।

ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ଖୋର୍ଦ୍ଧା ପ୍ରତାପ ଚନ୍ଦ୍ର ବେଉରା, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଖୋର୍ଦ୍ଧା, ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା କିଶୋର କୁମାର ପଣ୍ଡା, ବି ଡି ଓ, ଖୋର୍ଦ୍ଧା, କ୍ଷୀରାବ୍ଧି ତନୟା ସାହୁ ତହସିଲଦାର, ବିଭାଷ ପାଣିଗ୍ରାହୀ ଯୋଗଦେଇ ଥିଲେ। ଆଜିର ଅଭିଯୋଗ ଶିବିରକୁ ମୋଟ ୯୫ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୭୮ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୦୮ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା।

ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୫ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ। ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜାଗୁଲେଇ ପାଟଣା ର ଅକ୍ଷୟ ବେହେରାଙ୍କୁ ୫ ହଜାର, କୁମ୍ଭିଲୋ କେରଙ୍ଗର ନକୁଳ ବଡ଼ଜେନା ଙ୍କୁ ୧୦ ହଜାର ଏବଂ ବରସାହିର ଯୋଗେନ୍ଦ୍ର ବେହେରାଙ୍କୁ ୧୫ ହଜାର ଲେଖାଏଁ ମୋଟ ୩ ଜଣ ଅଭିଯୋଗ କାରି ଙ୍କୁ ୩୦ ହଜାର ଟଙ୍କା ଆର୍ଥିକ ସହାୟତା ଏବଂ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧ ଜଣ ଅଭିଯୋଗ କାରି ବରସାହିର ମିଲୀ ବେହେରାଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୫ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ଯୋଗାଇ ଦେଇଥିଲେ। ପରେ ଜିଲ୍ଲାପାଳ ଶ୍ରୀ ରାଣା ସମନ୍ୱିତ ଶିଶୁ ବିକାଶ ଯୋଜନା, ମିଶନ ଶକ୍ତି , ଓଡିଶା ଜୀବିକା ମିଶନ, ଗ୍ରାମୀଣ ଗୃହ, ପାନୀୟ ଜଳ, ପ୍ରାଥମିକ ଚିକିତ୍ସା ଶିବିର, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ପ୍ରାଣୀ ଚିକିତ୍ସା ସଚେତନତା ଷ୍ଟଲ୍ ବୁଲି ଦେଖିଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ଅଧିକ୍ଷଣ ଯନ୍ତ୍ରୀ,ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଖୋର୍ଦ୍ଧା ରଶ୍ମିତା ଦାସ,ଡେପୁଟି କଲେକ୍ଟର, ଅଭିଯୋଗ,ଆର୍ତତ୍ରାଣ ମଲ୍ଲିକ, ସହକାରୀ କଲେକ୍ଟର, ଅଭିଯୋଗ ଭୁବନେଶ୍ୱରୀ କଅଁର, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ, ରାଜଶ୍ରୀ ପଟ୍ଟନାୟକ, ଜିଲ୍ଲା ପଂଚାୟତ ଅଧିକାରୀ, ଶ୍ୟାମଲେନ୍ଦୁ ନାୟକ,ସି.ଏସ ଓ, ସୂଗୁଡ଼ା ମୁର୍ମୁ, ଡି ଏସ ଏସ ଓ, ଦିଲ୍ଲୀପ ହିଆଲ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ଯୋଗ ଦେଇଥିଲେ।

ମିଳିତ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Latest News

ରାଶିଫଳ: ସେପ୍ଟେମ୍ବର ୧୦ ବୁଧବାର ଦିନ କଣ ରହିବ ଆପଣଙ୍କ ଭାଗ୍ୟ ଫଳ, ଆଜି କଣ କରିବା ଉଚିତ

September 10, 2025

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.