Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ମାଧ୍ୟମିକ ଶିକ୍ଷା ପକ୍ଷର ୧୨ ଜଣ ଅବସର କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ମାଧ୍ୟମିକ ଶିକ୍ଷା ପକ୍ଷର ୧୨ ଜଣ ଅବସର କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ

April 30, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ ଶୋନାମିକା ରାୟଙ୍କ ସଭାପତିତ୍ବରେ ଖୋର୍ଦ୍ଧା ଜିଲ୍ଲା ମାଧ୍ୟମିକ ଶିକ୍ଷା ପକ୍ଷର ଅବସରକାଳୀନ ସମ୍ବର୍ଦ୍ଧନା ସଭା ଓ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସମ୍ବର୍ଦ୍ଧନା ସଭାରେ ଶ୍ରୀମତୀ ରାୟ ଅବସର ଗ୍ରହଣ କରୁଥିବା ଶିକ୍ଷକ ଶିକ୍ଷୟତ୍ରୀ, ବରିଷ୍ଠ ଓ କନିଷ୍ଠ ସହାୟକ, ଚତୁର୍ଥ ଶ୍ରେଣୀ କର୍ମଚାରୀ ଯେଉଁ ମାନେ ଆଜି ସରକାରୀ ଚାକିରିରୁ ଅବସର ଗ୍ରହଣ କରୁଛନ୍ତି ସେମାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ଅବସରକାଳୀନ ଜୀବନ ସୁଖ, ଶାନ୍ତି, ନିରାମୟ ଆନନ୍ଦ ଉଲ୍ଲାସରେ କଟୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରି ନିଜ ବକ୍ତବ୍ୟରେ ସେମାନଙ୍କର ଦୀର୍ଘାୟୁ ନୀରୋଗୀ ଜୀବନ ଯାପନ ଓ ହସ ଖୁସିର ପରିବାର କାମନା କରିଥିଲେ।

ଅବସର କର୍ମଚାରୀମାନଙ୍କ ମଧ୍ୟରେ ଭଗବତୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଟି ଜି ଟି କଳା ଶିକ୍ଷୟତ୍ରୀ ସୁପ୍ରଭା ବିଶ୍ଵାଳ, ଗୋଡ଼ିଆପଲ୍ଲ୍ଳି ସରକାରୀ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷୟତ୍ରୀ ତୃପ୍ତି ପଟ୍ଟନାୟକ,ବି ଜେ ବି ନଗର ହରିହର ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ଜ୍ୟୋତିର୍ମୟୀ ପାତ୍ର, ସରକନା ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ସଚ୍ଚିଦାନନ୍ଦ ବିଶ୍ଵାଳ, ବାରୀମୁଣ୍ଡ ବାପୂଜୀ ସରକାରୀ ଉଚ୍ଚ ବିଦ୍ୟାଳୟର ପି ଇ ଟି ଅନନ୍ତ ଚରଣ ସାହୁ, ପାରିଛଳ ସରକାରୀ ଉଚ୍ଚ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ନୀଳକଣ୍ଠ ସାହୁ, ସାନପଦର୍ ବି ସି ସରକାରୀ ଉଚ୍ଚ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଅନୀଲ କୁମାର ଦଳାଇ, ନାଚୁଣୀ ଗୋଦାବରୀଶ ଉଚ୍ଚ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଗୋପୀନାଥ ଷଡ଼ଙ୍ଗୀ, ନୂଆପଡ଼ା ପି କେ ବିଦ୍ୟା ନିକେତନର ଚତୁର୍ଥ ଶ୍ରେଣୀ କର୍ମଚାରୀ ଦୀନବନ୍ଧୁ ଜେନା, ବାଙ୍କୋଇ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବାଦ୍ରୁଲ୍ ହସନ୍ ଖାଁ, ଟାଙ୍ଗୀ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ ସହାୟକ ଶରତ କୁମାର ଦାସ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ସହାୟକ ବାସୁଦେବ ମହାପାତ୍ରଙ୍କୁ ପୂର୍ଣ୍ଣାଙ୍ଗ ଅବସର କାଳୀନ ପେନସନ ନିର୍ଦ୍ଦେଶାନାମା ପତ୍ର ପ୍ରଦାନ କରାଯାଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସୋନାମିକା ରାୟଙ୍କ ସମେତ ବି ଇ ଓ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଏ ଡି ଇ ଓ, ସମସ୍ତ ଅଧିକାରୀ ଓ କର୍ମଚାରୀ ମାନେ ଯୋଗଦେଇ ଅବସର ଗ୍ରହଣ କରୁଥିବା କରଚାରି ମାନଙ୍କ ନିରାମୟ ଜୀବନଯାପନ କାମନା କରିଥିଲେ।

ଅବସରକାଳୀନ ସମ୍ବର୍ଦ୍ଧନା ଖୋର୍ଦ୍ଧା ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.