Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀଙ୍କ ପରିବାରକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯାଉ: ଓଷ୍ଟା
ଆଜିର ଖବର

ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀଙ୍କ ପରିବାରକୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯାଉ: ଓଷ୍ଟା

May 2, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଷ୍ଟାର ଦାବି
ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

ଭୁବନେଶ୍ୱର: ବିଗତ ସରକାର ରାଜ୍ୟରେ ସରକାରୀ କର୍ମଚାରୀଙ୍କ ମୃତ୍ୟୁରେ ଦିଆଯାଉଥିବା ଅନୁକମ୍ପା ମୂଳକ ନିଯୁକ୍ତି ପ୍ରଦାନ ବ୍ୟବସ୍ଥାକୁ ସ୍ଥଗିତ ରଖିଥିଲେ। ଯାହା ଫଳରେ ମୃତ ସରକାରୀ କର୍ମଚାରୀଙ୍କ ପରିବାର ଆର୍ଥିକ ସଂକଟ ଦେଇ ଗତି କରୁଥିଲା। ଏହାକୁ ନେଇ ବିଭିନ୍ନ ସମୟରେ ଅନୁକମ୍ପା ମୂଳକ ନିଯୁକ୍ତ ନିମନ୍ତେ ମୃତ ସରକାରୀ କର୍ମଚାରୀ ଏବଂ ନୂତନ ଓ ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀମାନେ ମଧ୍ୟ ସରକାରଙ୍କ ନିକଟରେ ଦାବି କରି ଆସୁଥିଲେ। ଦୀର୍ଘଦିନର ଦାବିପରେ ରାଜ୍ୟରେ କ୍ଷମତାସୀନ ନୂତନ ସରକାର, ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ସଦସ୍ୟଙ୍କୁ ପୁରୁଣା ନିୟମ ଅନୁସାରେ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ନିମନ୍ତେ ନିକଟ ଅତୀତରେ କ୍ୟାବିନେଟ୍‌ରେ ନିଷ୍ପତ୍ତି ନେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତିକୁ ମୃତ ସରକାରୀ କର୍ମଚାରୀଙ୍କ ପରିବାର ଏବଂ ରାଜ୍ୟର ବିଭିନ୍ନ ମହଲରୁ ବିପୁଳ ସ୍ୱାଗତ କରାଯାଇଛି । ସରକାରଙ୍କ ଏହି ପଦକ୍ଷେପ ଲୋକଙ୍କ ସମସ୍ୟାର ସମାଧାନ ପାଇଁ କାର୍ଯ୍ୟ କରିବ ବୋଲି ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ଜଣାଇଛନ୍ତି ।

ସୂଚନାଥାଉକି, ରାଜ୍ୟ ସରକାର ସେପ୍ଟେମ୍ବର ୨୦୧୯ ମସିହାରେ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀଙ୍କ କ୍ଷେତ୍ରରେ ନିଯୁକ୍ତି ବ୍ୟବସ୍ଥା ଲାଗୁକରି ପୁନଶ୍ଚ ନଭେମ୍ବର ୨୦୨୦ ମସିହାରେ ଏହାକୁ ପ୍ରତ୍ୟାହାର କରିଥିଲେ । ଏଥିରେ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ କର୍ମଚାରୀଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯାଇଥିଲା । ମାତ୍ର ଏକ ବର୍ଷ ମଧ୍ୟରେ ଅନେକ ପରିବାର ଥଇଥାନ ହୋଇଥିଲେ । ପରବର୍ତ୍ତୀ ସମୟରେ ଚାକିରିରେ ଥାଇ ମୃତ୍ୟୁ ବରଣ କରିଥିବା ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀଙ୍କ ପରିବାର ଏହି ସୁବିଧାରୁ ବଞ୍ଚିତ ହୋଇ ରହିଛନ୍ତି । ଦୀର୍ଘ ବର୍ଷ ହେଲା ଚାକିରି ମିଳୁ ନଥିବାରୁ ନୂତନ ଅନୁଦାନ ପ୍ରାପ୍ତ ବା ବ୍ଲକ୍‌ଗ୍ରାଣ୍ଟ ବିଦ୍ୟାଳୟରେ ଚାକିରି କରି ମୃତ୍ୟୁବରଣ କରିଥିବା ପରିବାର ଗୁଡ଼ିକ ବହୁ ସମସ୍ୟା ଦେଇ ଗତି କରୁଛନ୍ତି । ଏହି ପରିବାରର ସଦସ୍ୟ ମାନେ ଦୀର୍ଘ ଦିନ ହେଲା ଅନୁକମ୍ପା ମୂଳକ ନିଯୁକ୍ତି ଅପେକ୍ଷାରେ ରହିଛନ୍ତି । ସ୍ୱଳ୍ପ ବେତନ ପାଇ ପରିବାର ଚଳାଉଥିବା ବେଳେ ମୃତ୍ୟୁବରଣ କରିଥିବା ଏହି ପରିବାର ଏବେ ଆର୍ଥିକ ସମସ୍ୟା ଦେଇ ଗତି କରୁଛନ୍ତି । ବର୍ତ୍ତମାନର ଲୋକଙ୍କ ସରକାର କୁହାଯାଉଥିବା ଡବଲ ଇଞ୍ଜିନର ସରକାର ବହୁ ଗୁରୁତ୍ୱପୂର୍ଣ୍ଣ ଲୋକାଭିମୁଖୀ ଯୋଜନାର ସଫଳ ରୂପାୟନ କରୁଥିବା ସ୍ଥଳେ ଚାକିରିରେ ଥାଇ ମୃତ୍ୟୁବରଣ କରିଥିବା ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ପରିବାର ସଦସ୍ୟଙ୍କ ମଧ୍ୟରୁ ଜଣଙ୍କୁ ଅନୁକମ୍ପା ମୂଳକ ନିଯୁକ୍ତ ପ୍ରଦାନ କରିବା ନିମନ୍ତେ ଓଷ୍ଟା ପକ୍ଷରୁ ଦୃଢ଼ ଦାବି କରାଯାଉଛି ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ସମସ୍ୟା ସମାଧାନ ଦିଗରେ ସହାୟକ ହୋଇ ସମସ୍ତ ପୂର୍ଣ୍ଣ ଏବଂ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀଙ୍କ ପରିବାର ନିମନ୍ତେ ଏହି ଥଇଥାନ ବ୍ୟବସ୍ଥାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ନିର୍ଦ୍ଦେଶନାମା ବାହାର କରିବାକୁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ସଭାପତି ଅକ୍ଷୟ କୁମାର ମିଶ୍ର, କାର୍ଯ୍ୟକାରୀ ସଭାପତି ନୀଳମଣି ପୁରୋହିତ, ସାଧାରଣ ସଂପାଦକ ରଞ୍ଜନ କୁମାର ଦାଶ, ଯୁଗ୍ମ ସାଧାରଣ ସମ୍ପାଦକ ବ୍ରଜ କିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ଶିକ୍ଷା ପ୍ରଦୀପ ସଂପାଦକ ଶଙ୍କର କୁମାର ସୁବୁଦ୍ଧି ପ୍ରମୁଖ ଦାବି ଜଣାଇଛନ୍ତି ।

ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓଷ୍ଟା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.