Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳାଫଳ: ଛାତ୍ରଛାତ୍ରୀ ଏଭଳି ଦେଖିପାରିବେ ରେଜଲ୍ଟ
ଆଜିର ଖବର

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳାଫଳ: ଛାତ୍ରଛାତ୍ରୀ ଏଭଳି ଦେଖିପାରିବେ ରେଜଲ୍ଟ

May 2, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି। ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ଆଜି ଅପରାହ୍ନ ୪ ଟାରେ ଏହି ପରୀକ୍ଷା ଫଳ ପ୍ରକାଶ ପାଇଛି। କଟକ ସ୍ଥିତ ବିଏସଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି।

ଏହା ପରେ ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ଏବଂ www.orissaresults.nic.in ରେ ସେମାନଙ୍କର ଫଳାଫଳ ଦେଖିପାରିବେ। ଛାତ୍ରଛାତ୍ରୀମାନେ ସେମାନଙ୍କର ରୋଲ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ୱେବସାଇଟ୍‌ରେ ଫଳାଫଳ ଯାଞ୍ଚ କରିପାରିବେ।

ତେବେ ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ। ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ। ସେମାନଙ୍କ ମଧ୍ୟରୁ ୧୮୧୨ ଜଣ ଏ୧ ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ ଏ-୨ ଗ୍ରେଡ ପାଇଛନ୍ତି। ସେହିପରି ବି-୧ ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। ବି-୨ ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ।

ସି ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ। ଡି ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ। ଇ ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। ଏଫ ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଛି। ସେହିଭଳି କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର ୯୨.୮୩ ପ୍ରତିଶତ ଅଛି।

ଏହା ସହିତ ଏସ୍‌ଏମ୍‌ଏସ୍ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିବାର ସୁବିଧା ଉପଲବ୍ଧ ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଏଥିପାଇଁ ଛାତ୍ରଛାତ୍ରୀମାନେ ନିର୍ଦ୍ଦିଷ୍ଟ ନମ୍ବରକୁ ମେସେଜ ପଠାଇପାରିବେ।

matric result Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.