Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓୟୁଏଟିର‌ ଭିତ୍ତିଭୂମି ପ୍ରକଳ୍ପର ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ: ଯୋଗଦେଲେ ଉପ-ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ
ଆଜିର ଖବର

ଓୟୁଏଟିର‌ ଭିତ୍ତିଭୂମି ପ୍ରକଳ୍ପର ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ: ଯୋଗଦେଲେ ଉପ-ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ

May 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି କୃଷିଭବନ ଠାରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ କାର୍ଯ୍ୟନିର୍ବାହୀ ସଂସ୍ଥା ସହିତ ଓୟୁଏଟିର‌ ଭିତ୍ତିଭୂମି ପ୍ରକଳ୍ପର ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ବିଭିନ୍ନ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ଏହି ବୈଠକରେ ଓୟୁଏଟି ପରିସରରେ ନିର୍ମାଣଧିନ ୫୦୦ ସିଟ୍ ବିଶିଷ୍ଟ ଛାତ୍ର ନିବାସ, ନିର୍ମାଣଧିନ ୨୦୦ ସିଟ୍ ବିଶିଷ୍ଟ ଶ୍ରମିକ ନିବାସ ନିର୍ମାଣ, ଛାତ୍ରୀ ନିବାସର ୧୦ ଟା କୋଠରୀର ନବୀକରଣ, ନିର୍ମାଣଧିନ ପ୍ରଶାସନିକ ଭବନ, ନିର୍ମାଣଧିନ ଚ଼ିପିଲିମା ଠାରେ କଲେଜ୍ ଅଫ୍ ଏଗ୍ରିକଲ୍ଟଚ଼ର ଠାରେ ହୋଇଥିବା ୫୦୦ ସିଟ୍ ବିଶିଷ୍ଟ ଅଡିଟୋରିୟମ ହଲ୍ ଆଦିର ସ୍ଥିତି ବିଷୟରେ କାର୍ଯ୍ୟନିର୍ବାହୀ ସଂସ୍ଥାର ଅଧିକାରୀ ମାନେ ଅବଗତ କରାଇଥିଲେ। ଚାଲୁଥିବା ସମସ୍ତ କାର୍ଯ୍ୟକୁ ସମାପ୍ତ କରି ଖୁବଶୀଘ୍ର ହସ୍ତାନ୍ତର କରିବାପାଇଁ କାର୍ଯ୍ୟନିର୍ବାହୀ ସଂସ୍ଥାକୁ ନିର୍ଦ୍ଦେଶ‌ ଦିଆଯାଇଥିଲା।

ଏହି ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ, ଆରକ୍ଷୀ ମହାନିର୍ଦ୍ଦେଶକ (ଅତ୍ୟାଧୁନିକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଓୟୁଏଟି କୁଳପତି ପ୍ରଫେସର ଡକ୍ଟର ପ୍ରଭାତ କୁମାର ରାଉଳଙ୍କ ସମେତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଓୟୁଏଟି କନକ ବର୍ଦ୍ଧନ ସିଂହଦେଓ କୃଷି ଓ କୃଷକ ସଶକ୍ତିକରଣ ବିଭାଗ କୃଷିଭବନ ପୃଥ୍ୱୀରାଜ ହରିଚନ୍ଦନ ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026
Latest News

ଫିନ୍‌ଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ପେଟେରୀ ଓରପୋଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତ

February 19, 2026

ସ୍ପେନ୍ ରାଷ୍ଟ୍ରପତି ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ

February 19, 2026

ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମବାୟ ମନ୍ତ୍ରୀମାନଙ୍କ ସହ ଅମିତ ଶାହଙ୍କ ଉଚ୍ଚସ୍ତରୀୟ ବୈଠକ

February 19, 2026

ଆଜିଠାରୁ ଦଶମ ବୋର୍ଡ ପରୀକ୍ଷା: ୫ ଲକ୍ଷରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.