ଖୋର୍ଦ୍ଧାରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Published: May 5, 2025, 5:17 pm IST

ଖୋର୍ଦ୍ଧା: ଆଜି ସକାଳ ୭ ଘଟିକା ସମୟରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରା଼ଣାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଶିବିରରେ ଆରକ୍ଷୀ ଅଧି୍କ୍ଷକ ଶାଗରୀକା ନାଥ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତିଶଙ୍କର ସାହୁ, ଉପ ଜିଲ୍ଲାପାଳ କିଶୋର କୁମାର ପଣ୍ଡା ଯୋଗ ଦେଇଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ ୭୩ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୯ ଗୋଟି ଅଭିଯୋଗ ବ୍ୟକ୍ତିଗତ ଏବଂ ୫୮ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା।  ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୪ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ।  ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨ ଜଣ ଅଭିଯୋଗକାରୀ ନୟାପଲ୍ଲୀ, ଭ୍ବନେଶ୍ୱରର ଲକ୍ଷ୍ମୀପ୍ରିୟା ବେହେରା ଏବଂ ଗୁଣ୍ଠୁଣି ଗୋଳବାଇର ଶୁସିଳ। ସାହୁଙ୍କୁ ଦଶ ହଜାର ଲେଖାଏଁ ମୋଟ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରିଥିଲେ।

ଅନଲାଇନରେ ଆସୁଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଗୁଡିକୁ ସମ୍ପୃକ୍ତ ଅଧିକାରୀମାନେ ଯତ୍ନବାନ ହୋଇ ସେଗୁଡିକୁ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ରାଜସ୍ବ ନିବେଦିତା ପରିଡ଼ା, ଡେପୁଟି କଲେକ୍ଟର, ଅଭିଯୋଗ, ଆର୍ତତ୍ରାଣ ମଲ୍ଲିକ, ସହକାରୀ କଲେକ୍ଟର, ଅଭିଯୋଗ ଭୁବନେଶ୍ୱରୀ କଅଁର, ଜିଲ୍ଲାସମାଜ ମଙ୍ଗଳ ଅଧିକାରୀ କୁଶୁମ କୁମାରୀ ପ୍ରହରାଜ, ଅଧିକ୍ଷଣ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ରଶ୍ମିତା ଦାଶ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ରାଜଶ୍ରୀ ପଟ୍ଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଡ. ଗୀତାଂଶୁ ମୋହନ ଦାଶ, ଜିଲ୍ଲା ସମାଜ ସୁରକ୍ଷା ଅଧିକାରୀ ଦିଲ୍ଲୀପ ହିଆଲ୍, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଖୋର୍ଦ୍ଧା ସଦର ବି ଡି ଓ କ୍ଷୀରାବ୍ଧୀ ତନୟା ସାହୁ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରାଙ୍କ ସମେତ ବିଭିନ୍ନ ବ୍ଲକର ବି ଡ଼ି ଓ, ତହସିଲଦାର, ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀମାନେ ଯୋଗଦେଇ ଥିଲେ।

ପ୍ରକାଶ ଥାଉକି ଚଳିତ ମଇ ମାସ ୧୩ ତାରିଖରେ ବେଗୁନିଆ ବ୍ଲକ ଅଧୀନ କୁଞ୍ଜୁରି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ୧୯ ତାରିଖରେ ଭୁବନେଶ୍ଵର ବ୍ଲକ ଇଞ୍ଜନା ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ଏବଂ ୨୬ ତାରିଖ ବାଣପୁର ବ୍ଲକ ଗମ୍ଭାରୀମୁଣ୍ଡା ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ, ପୁଲିସ ଉପାଯୁକ୍ତଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ସକାଳ ୭ ଘଟିକା ଠାରୁ ପୂର୍ବାହ୍ନ ୧୦ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥିର କରାଯାଇଅଛି। ଏଣୁ ସମ୍ପୃକ୍ତ ଅଂଚଳର ଜନସାଧାରଣ ମାନଙ୍କ ଆପତ୍ତି ଅଭିଯୋଗ ଥିଲେ ସେମାନେ ସେମାନଙ୍କ ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ସ୍ଥିରୀକୃତ ତାରିଖ ଏବଂ ସମୟରେ ଉପସ୍ଥିତ ରହି ଅଭିଯୋଗ ସମାଧାନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି।

Related posts