Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର
ଆଜିର ଖବର

ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଆରମ୍ଭ ହେଲା ଅନ୍ତଃ-ଚିକିତ୍ସା ସେବା ଓ ଟ୍ରମା କେୟାର

May 5, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝର ସ୍ଥିତ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲରେ ଅନ୍ତଃ ଚିକିତ୍ସା ସେବା (In-Patient Service) ଓ ଟ୍ରମା କେୟାର ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି।

ଏହାଦ୍ୱାରା ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତି ମାନଙ୍କର ଉତ୍ତମ ଚିକିତ୍ସା ହୋଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ  ଆମ ଦେଶରେ ଦୁର୍ଘଟଣା ଓ ଦୁର୍ଘଟଣା ଜନିତ ମୃତ୍ୟୁହାର ଖୁବ ଅଧିକ। କେନ୍ଦୁଝର ଭଳି ଜିଲ୍ଲାରେ ଖଣି କାରବାର ଯୋଗୁଁ ଅଧିକ ଯାନବାହନ ଚଳାଚଳ ହେଉଛି। ଏହା ସହିତ ଆଗାମୀ ଦିନରେ ଅଧିକ ଶିଳ୍ପ ପ୍ରତିଷ୍ଠା ଓ ଭିତ୍ତିଭୂମିର ବିକାଶ ମଧ୍ୟ କରାଯିବ। ତେଣୁ, ଯାନବାହନ ଚଳାଚଳା ଆହୁରି ବୃଦ୍ଧି ପାଇବ। ଏ କ୍ଷେତ୍ରରେ ଉତ୍ତମ ଟ୍ରମା କେୟାର ବ୍ୟବସ୍ଥା ଲୋକଙ୍କୁ ଆଶୁ ମୃତ୍ୟୁମୁଖରୁ ବଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସରକାର ଗଠନ କରିବାର ଅଳ୍ପଦିନ ମଧ୍ୟରେ ସବୁ ଖଣିଜ ଜିଲ୍ଲା ଗୁଡିକର ମେଡିକାଲ କଲେଜ ଗୁଡିକରେ ଟ୍ରମା କେୟାର ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି କେନ୍ଦୁଝରରେ ଏହା ସ୍ଥାପନ ହୋଇଛି, ଖୁବଶୀଘ୍ର ଅନ୍ୟସ୍ଥାନରେ ମଧ୍ୟ ଟ୍ରମା କେୟାର ସ୍ଥାପନ କରାଯିବ।

ସେ କହିଲେ ଯେ ରାଜ୍ୟର ସ୍ୱାସ୍ଥ୍ୟକ୍ଷେତ୍ରରେ ଉନ୍ନତି ପାଇଁ ଅନେକ ପଦକ୍ଷେପ ନିଆଯାଉଛି। ହସ୍ପିଟାଲ ଗୁଡିକର ଭିତ୍ତିଭୂମି ସୁଦୃଢ କରାଯାଉଛି। ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀ ନିଯୁକ୍ତ କରାଯାଉଛି। ନୂଆ ସରକାର ଆସିବା ପରେ ୪ ହଜାର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମଚାରୀ ପଦବୀ ପୂରଣ କରାଯାଇଛି। ଆଗାମୀ ଦିନରେ ୫ହଜାର  ଡାକ୍ତର ପଦବୀ ପୂରଣ କରାଯିବ। ଏହା ସହିତ ନୂଆ ନୂଆ ଆମ୍ବୁଲାନ୍‌ସ ମଧ୍ୟ ଯୋଗାଇ ଦିଆଯାଉଛି। ତେଣୁ, ବିଭିନ୍ନ କ୍ଷେତ୍ରରେ ଓଡିଶା ଯେଉଁ ବିକାଶ କରିବାର ଲକ୍ଷ୍ୟ ନେଇ ଆଗକୁ ବଢୁଛି, ସ୍ୱାସ୍ଥ୍ୟ କ୍ଷେତ୍ରରେ ମଧ୍ୟ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠିତ ହେବ। ଦୁର୍ଘଟଣା ଜନିତ ମୃତ୍ୟୁହାର ହ୍ରାସ କରିବା କ୍ଷେତ୍ରରେ ମଧ୍ୟ ଓଡିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ଖୁବଶୀଘ୍ର ଆଉ ୪ଟି ନୂଆ ମେଡିକାଲ କଲେଜ ସ୍ଥାପନ କରାଯିବ। ସେଗୁଡିକ ହେଲା ଭଦ୍ରକ, ଜଗତସିଂହପୁର, ଢେଙ୍କାନାଳ ଓ ନବରଙ୍ଗପୁର। ଧିରେ ଧିରେ ରାଜ୍ୟର ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠିତ ହେବ। ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଦେଶରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ କେନ୍ଦ୍ର ସରକାର ସବୁ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସରକାର ଏଥିପାଇଁ ୬୦ ପ୍ରତିଶତ ଅର୍ଥ ଦେଉଥିବା ବେଳେ ରାଜ୍ୟ ସରକାର ୪୦ ପ୍ରତିଶତ ଅର୍ଥଦେବେ। ଏହାର ସୁଯୋଗ ନେଇ ଅନେକ ରାଜ୍ୟ ବହୁତ ମେଡିକାଲ କଲେଜ ପ୍ରତିଷ୍ଠା କରିଛନ୍ତି। ତେଲେଙ୍ଗାନାରେ ବର୍ତ୍ତମାନ ୩୪ଟି ମେଡିକାଲ କଲେଜ ସ୍ଥାପନ ହୋଇଛି।  କିନ୍ତୁ ଓଡିଶାରେ ଖୁବ୍ କମ୍ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି। ପୂର୍ବ ସରକାର ରାଜନୈତିକ କାରଣ ଯୋଗୁ ଏ ଦିଗରେ ବିଶେଷ ଧ୍ୟାନ ଦେଇନଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସ୍ୱାସ୍ଥ୍ୟ କ୍ଷେତ୍ରର ବିକାଶ ପାଇଁ ରାଜ୍ୟରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହାଦ୍ୱାରା ଆମର ସାଧାରଣ ଲୋକମାନେ ଦେଶର ୨୯ ହଜାର ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଇପାରିବେ। ୭୦ ବର୍ଷରୁ ଅଧିକ ସମସ୍ତ ବୟୋଜ୍ୟେଷ୍ଠଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି।

ପରିଶେଷରେ ଡାକ୍ତର ମାନଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ଆପଣ ମାନେ ସ୍ୱାସ୍ଥ୍ୟସେବାକୁ ଜୀବନର ଏକ ମିଶନ ଭାବେ ଗ୍ରହଣ କରନ୍ତୁ। ବୃତ୍ତିଗତ ଦକ୍ଷତା ସହିତ ସେବା ମନୋଭାବ ଅତ୍ୟନ୍ତ ଜରୁରୀ। ଏହାଦ୍ୱାରା ସ୍ୱାସ୍ଥ୍ୟକ୍ଷେତ୍ରରେ ମଧ୍ୟ ଓଡିଶା ବିଭିନ୍ନ ସୂଚକାଙ୍କରେ ଉନ୍ନତି ହାସଲ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଆନନ୍ଦପୁର ବିଧାୟକ ଶ୍ରୀ ଅଭିମନ୍ୟୁ ସେଠୀ, ଘସିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ତେଲକୋଇ ବିଧାୟକ ଡଃ ଫକୀର ମୋହନ ନାୟକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାୟକ, ଚମ୍ପୁଆ ବିଧାୟକ ସନାତନ ମହାକୁଡ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ମେଡିକାଲ କଲେଜର ଅଧ୍ୟକ୍ଷା ଡଃ ଚିନ୍ମୟୀ ମହାପାତ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ମେଡିକାଲ ସୁପରିଟେଣ୍ଡେଣ୍ଟ ମହେନ୍ଦ୍ର କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

କେନ୍ଦୁଝର ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.