Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ୩ ଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବେ: ମୁଖ୍ୟମନ୍ତ୍ରୀ
ଆଜିର ଖବର

ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ୩ ଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବେ: ମୁଖ୍ୟମନ୍ତ୍ରୀ

May 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ସେଠାରେ ଏକ ନୂତନ ଏମରଜେନ୍ସି ୟୁନିଟର ଶିଳାନ୍ୟାସ କରିବା ସହିତ କଲେଜ୍‌ରେ ଏକ ହୋମିଓପାଥି ଗବେଷଣା ଓ ବିଶ୍ଳେଷଣ ବିଭାଗ (Homoeopathic Research & Analysis Department) ଖୋଲାଯିବ ବୋଲି ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ରକ୍ତଦାନ ଶିବିରର ଉଦ୍ଘାଟନ ମଧ୍ୟ କରିଛନ୍ତି।

ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଓଡିଶାରେ ହୋମିଓପାଥିକ୍ ଶିକ୍ଷାର ପ୍ରସାର ଓ ହୋମିଓପାଥିକ୍ ଚିକିତ୍ସାର ଲୋକପ୍ରିୟତା ବୃଦ୍ଧି ଦିଗରେ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅବଦାନ ଅତୁଳନୀୟ। ଏହି କଲେଜ୍ ରାଜ୍ୟର ଏକ ପ୍ରତିଷ୍ଠିତ କଲେଜ୍। ହୋମିଓପାଥିକ୍ ଶିକ୍ଷା, ଗବେଷଣା ଓ ପ୍ରଶିକ୍ଷଣ କ୍ଷେତ୍ରରେ ଏହା କେବଳ ରାଜ୍ୟ କାହିଁକି, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ। ଦୀର୍ଘ ୫୬ ବର୍ଷ ଧରି ଏହା ଅବିରତ ଭାବେ ଶିକ୍ଷାର ପ୍ରସାର କରି ଚାଲିଛି ଏବଂ ଅନେକ ସୁନାମଧନ୍ୟ ଡାକ୍ତର ସୃଷ୍ଟି କରିଛି।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଥିଲେଯେ, ଏହି ମହାବିଦ୍ୟାଳୟର ଏକ ବିଶେଷତ୍ୱ ହେଉଛି ଯେ, ଏହା ଏକ ହୋମିଓପାଥିକ ଔଷଧ ତିଆରି କାରଖାନା ପରିଚାଳନା କରୁଛି। ଏଥିରୁ ପ୍ରସ୍ତୁତି ଔଷଧ ବିଭିନ୍ନ ହସ୍ପିଟାଲକୁ ଯୋଗାଇ ଦିଆଯାଉଛି। ଏହା ନିଶ୍ଚିତ ଭାବେ ଖୁବ୍ ପ୍ରଶଂସାଯୋଗ୍ୟ।

ରାଜ୍ୟରେ ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର କ୍ରମାଗତ ଭାବେ ଉଦ୍ୟମ କରିଚାଲିଛନ୍ତି। ଅନୁସନ୍ଧାନରୁ ଜଣାଯାଇଛି ଯେ, ସାରା ଭାରତର ଆୟୁଷ ଅର୍ଥନୀତିର ପ୍ରାୟ ୧୫ ପ୍ରତିଶତ ହୋମିଓପାଥିକ ଚିକିତ୍ସା ବ୍ୟବସ୍ଥା ଦ୍ୱାରା ପରିଚାଳିତ । ରାଜ୍ୟରେ ବର୍ତ୍ତମାନ ଏହି ମହାବିଦ୍ୟାଳୟକୁ ମିଶାଇ ୪ଟି ସରକାରୀ ହୋମିଓପାଥିକ୍ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ଅଛି। ଏହା ସହିତ ୫୬୨ ଟି ସରକାରୀ ହୋମିଓପାଥିକ୍ ଡାକ୍ତରଖାନା ମଧ୍ୟ ଅଛି।

ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱର ଠାରେ ତିନୋଟି ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ, ସ୍ୱାସ୍ଥ୍ୟ କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ବଜେଟ୍‌ରେ ୨୩ ହଜାର ୬୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଏହା ରାଜ୍ୟ ବଜେଟ୍‌ର ୮ ପ୍ରତିଶତରୁ ଅଧିକ । ଏଥିରୁ ଆପଣ ମାନେ ଅନୁମାନ କରିପାରୁଥିବେ ଯେ ଆମେ ସ୍ୱାସ୍ଥ୍ୟକ୍ଷେତ୍ରକୁ କେତେ ଗୁରୁତ୍ୱ ଦେଉଛୁ। ଆମ ସରକାର ଆସିବା ପରେ ଏହାକୁ ଓଡିଶାରେ କାର୍ଯ୍ୟକାରୀ କଲେ। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଦ୍ୱାରା ରାଜ୍ୟର ଏକ କୋଟିରୁ ଅଧିକ ଲୋକ ଦେଶର ୨୯ ହଜାର ସରକାରୀ ଓ ବେସରକାରୀ ହସ୍ପିଟାଲରେ ଚିକିତ୍ସା ପାଇ ପାରୁଛନ୍ତି।

କାର୍ଯ୍ୟକ୍ରମରେ ଯୋଗଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଥିଲେଯେ, ସ୍ୱାସ୍ଥ୍ୟ କ୍ଷେତ୍ରରେ ହୋମିଓପାଥିକ ଚିକିତ୍ସା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ ଏବଂ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ରଛାତ୍ରୀ ମାନେ ଏହି ପ୍ରାମାଣିକ ଚିକିତ୍ସା ପଦ୍ଧତିକୁ ଆହୁରି ଜନାଭିମୁଖୀ କରିଛନ୍ତି। ଓଡିଶାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମିଳିତ ଡବଲ ଇଞ୍ଜିନ ସରକାର ଜୋରଦାର୍ ଉଦ୍ୟମ ଆରମ୍ଭ କରିଛନ୍ତି। ତେଣୁ, ଏ କ୍ଷେତ୍ରରେ ଆମେ ଆମର ଧାର୍ଯ୍ୟ ଲକ୍ଷ୍ୟକୁ ଅତିକ୍ରମ କରିବୁ ବୋଲି ମୋର ଦୃଢ ବିଶ୍ୱାସ।

ଉତ୍କ କାର୍ଯ୍ୟକ୍ରମରେ ବିଧାୟକ, ଏକାମ୍ର ଭୁବନେଶ୍ୱର ବାବୁ ସିଂ, ସ୍ୱାସ୍ଥ୍ୟ ବିଭାଗ ସଚିବ ଅଶ୍ୱଥି ଏସ, ପଦ୍ମଶ୍ରୀ ଡକ୍ଟର ଅଶୋକ ମହାପାତ୍ର, ମୁଖ୍ୟବକ୍ତା, ଡକ୍ଟର ଏଲ୍‌. କେ. ନନ୍ଦ ମଂଚାସୀନ ଥିବା ବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ପୁଷ୍ପାଞ୍ଜଳି ପାତ୍ର ସ୍ଵାଗତ ଭାଷଣ ଦେଇଥିଲେ ମହାବିଦ୍ୟାଳୟ ଛାତ୍ର ସଂସଦର ସଭାପତି ଲିପକ ମହାପାତ୍ର ବିବରଣୀ ପାଠ କରିଥିଲେ ଏବଂ ଛାତ୍ର ସଂସଦର ସାଧାରଣ ସମ୍ପାଦକ ସୌମ୍ୟ ଦର୍ଶନ ସ୍ୱାଇଁ ଧନ୍ୟବାଦ ଦେଇଥିଲେ।

ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମହାତ୍ମା ଗାନ୍ଧୀ, ଲାଲବାହଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ସାରା ଦେଶ

October 2, 2025

ଓଡ଼ିଶାରେ ଖୋଲିବ ୬ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

October 2, 2025

ଆଜି ଦଶହରାରେ ଏହି ପାଞ୍ଚୋଟି ରାଶିର ଭାଗ୍ୟ ଖୋଲିଲା, ମିଳିବ ଅମାପ ଧନସଂପତ୍ତି

October 2, 2025

ବଢିଲା ମହଙ୍ଗା ଭତ୍ତା, କର୍ମଚାରୀଙ୍କୁ କେନ୍ଦ୍ର ସରକାର ଦେଲେ ଦଶହରା ଭେଟି

October 1, 2025
Latest News

ଆଜି ମହାତ୍ମା ଗାନ୍ଧୀ, ଲାଲବାହଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ସାରା ଦେଶ

October 2, 2025

ଡାଲି ଉତ୍ପାଦନ ବୃଦ୍ଧି ପାଇଁ ‘ଆତ୍ମନିର୍ଭରତା ମିଶନ’କୁ ମଞ୍ଜୁର କଲା କେନ୍ଦ୍ର, ୧୧,୪୪୦ କୋଟି ଟଙ୍କା ନିବେଶ ପ୍ରୋତ୍ସାହନ

October 2, 2025

ଓଡ଼ିଶାରେ ଖୋଲିବ ୬ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ

October 2, 2025

ଦେଶରେ ପ୍ରତିଷ୍ଠା ହେବ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ, ଖର୍ଚ୍ଚ ହେବ ୫୮୬୨ କୋଟି ଟଙ୍କା

October 2, 2025

ଆଜି ଦଶହରାରେ ଏହି ପାଞ୍ଚୋଟି ରାଶିର ଭାଗ୍ୟ ଖୋଲିଲା, ମିଳିବ ଅମାପ ଧନସଂପତ୍ତି

October 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.