Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାମ୍ମୁକାଶ୍ମୀରରୁ ଓଡ଼ିଶା ଫେରେଇଆଣିବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ: ଯୋଗାଯୋଗ ନମ୍ବର ଜାରି
ଆଜିର ଖବର

ଜାମ୍ମୁକାଶ୍ମୀରରୁ ଓଡ଼ିଶା ଫେରେଇଆଣିବା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ପଦକ୍ଷେପ: ଯୋଗାଯୋଗ ନମ୍ବର ଜାରି

May 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜାମ୍ମୁକାଶ୍ମୀରରେ ଦେଖାଯାଇଥିବା ଜରୁରୀକାଳୀନ ପରିସ୍ଥିତି ପରିପ୍ରେକ୍ଷୀରେ ଜାମ୍ମୁ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ସମସ୍ତ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ କ୍ୟାମ୍ପସ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯିବାପରେ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଓଡ଼ିଶାକୁ ଫେରେଇଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି।

ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧିନସ୍ଥ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟର ମିଳିତ ସହଯୋଗରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ, ଜାମ୍ମୁରେ ଅଧ୍ୟୟନରତ ମୋଟ୍ ୧୧୪ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କୁ ଓଡ଼ିଶା ଫେରେଇ ଆଣିବାକୁ ବ୍ୟବସ୍ଥା କରାଯାଇଛି। ଓଡ଼ିଆ ଛାତ୍ରଛାତ୍ରୀମାନଙ୍କର ସୁରକ୍ଷିତ ପ୍ରତ୍ୟାବର୍ତ୍ତନକୁ ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଅଧିକାରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି।

ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ୪ଜଣ ବରିଷ୍ଠ ଅଧିକାରୀ ଓ ୧୬ଜଣ ସହଯୋଗୀ କର୍ମଚାରୀ ଏବଂ ଓଡ଼ିଶା ସରକାରଙ୍କ ନୂଆଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟର ଅଧିକାରୀମାନଙ୍କୁ ଛାତ୍ରଛାତ୍ରୀମାନଙ୍କର ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ଦାୟିତ୍ୱରେ ନିୟୋଜିତ କରାଯାଇଛି। ସମ୍ପୃକ୍ତ ଅଧିକାରୀମାନେ ଏହି କାର୍ଯ୍ୟର ତଦାରଖ (ମନିଟରିଙ୍ଗ) କରୁଛନ୍ତି। ଆସନ୍ତାକାଲି ସୁଦ୍ଧା ଓଡ଼ିଆ ଛାତ୍ରଛାତ୍ରୀମାନେ ଯେପରି ଓଡ଼ିଶାରେ ସୁରକ୍ଷିତ ଭାବରେ ପହଂଚିପାରିବେ ତାହା ଲକ୍ଷ୍ୟ ରଖାଯାଇଛି।

ଓଡ଼ିଆ ଛାତ୍ରଛାତ୍ରୀମାନଙ୍କର ସୁବିଧା ନିମନ୍ତେ ଓଡ଼ିଶା ସରକାରଙ୍କ ଦିଲ୍ଲୀ ସ୍ଥିତ ମୁଖ୍ୟ ଆବାସିକ ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶା ନିବାସ, ନୂଆଦିଲ୍ଲୀ ଓ ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ପକ୍ଷରୁ ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ଠାରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯାଇଛି।

ଛାତ୍ରଛାତ୍ରୀମାନେ ନିମ୍ନଲିଖିତ ନମ୍ବର ମାଧ୍ୟମରେ କଣ୍ଟ୍ରୋଲ ରୁମ୍ ସହ ଯୋଗାଯୋଗ କରିପାରିବେ।

(କ) ଦିଲ୍ଲୀ ସ୍ଥିତ ଓଡ଼ିଶା ନିବାସରେ କାର୍ଯ୍ୟକାରୀ ହୋଇଥିବା କଣ୍ଟ୍ରୋଲ ରୁମ୍ (ଯୋଗାଯୋଗ- ୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧)

(ଖ) ଭୁବନେଶ୍ୱରର ସଂସ୍କୃତି ଭବନ ଠାରେ କାର୍ଯ୍ୟକାରୀ କରାଯାଇଥିବା କଣ୍ଟ୍ରୋଲ ରୁମ୍ (ଯୋଗାଯୋଗ-୦୬୭୪-୨୪୩୧୯୪୫, ୯୫୮୩୩୨୧୯୬୪)

ଏହି ଜରୁରୀକାଳୀନ ପରିସ୍ଥିତିରେ ଓଡ଼ିଆ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହିତ ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ଯୋଗାଇଦେବା ପାଇଁ ରାଜ୍ୟ ସରକାର କାର୍ଯ୍ୟ କରୁଛନ୍ତି। ଏଥିସହିତ ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେଲେ ବ୍ୟସ୍ତ ବିବ୍ରତ ନହୋଇ ତୁରନ୍ତ କଣ୍ଟ୍ରୋଲ ରୁମ୍ ସହ ଯୋଗାଯୋଗ କରିବା ପାଇଁ ପରାମର୍ଶ ଦିଆଯାଇଛି।

ଓଡିଶା କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ଜରୁରୀକାଳୀନ ପରିସ୍ଥିତି ଜାମ୍ମୁକାଶ୍ମୀର
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026
Latest News

ପାରାଦୀପ ବନ୍ଦରକୁ ‘ମେଗା ପୋର୍ଟ’ ମାନ୍ୟତା, ଓଡ଼ିଶାର ସାମୁଦ୍ରିକ ଅର୍ଥନୀତିକୁ ମିଳିବ ନୂଆ ଗତି

September 25, 2026

ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.