Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିବିଏସ୍‌ଇ ପରୀକ୍ଷାରେ ଚଳିତ ବର୍ଷ ଡିଏଭି ପୋଖରୀପୁଟର କଣ ରହିଛି ସଫଳତା
ଆଜିର ଖବର

ସିବିଏସ୍‌ଇ ପରୀକ୍ଷାରେ ଚଳିତ ବର୍ଷ ଡିଏଭି ପୋଖରୀପୁଟର କଣ ରହିଛି ସଫଳତା

May 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
davpokhariput
ସିବିଏସ୍‌ଇ ପରୀକ୍ଷାରେ ଚଳିତ ବର୍ଷ ଡିଏଭି ପୋଖରୀପୁଟର କଣ ରହିଛି ସଫଳତା

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷାରେ ଡିଏଭି ପୋଖରୀପୁଟର ବିଦ୍ୟାର୍ଥୀ ଶତପ୍ରତିଶତ ସଫଳତା ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ବିଦ୍ୟାଳୟର ସାମଗ୍ରିକ ସଫଳତା ୮୭.୩୭ ପ୍ରତିଶତ ରହିଛି । ବିଦ୍ୟାଳୟର ମୋଟ ୧୯୫ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୦୦ ଜଣ ବିଦ୍ୟାର୍ଥୀ ୯୦% ରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ସଂବର୍ତ୍ତିକା ଦାଶ ୯୯.୪୦% ନମ୍ବର ସହ ପ୍ରଥମ, ତନ୍ମୟ ରାଉତ ୯୮.୬୦% ରେ ଦ୍ୱିତୀୟ ଏବଂ ୯୮.୪୦% ନମ୍ବର ସହ ଅକ୍ଷିତା ନାୟକ ଓ ଅଭିପ୍ସା ସାମଲ ଉଭୟ ଯୁଗ୍ମ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।

ବିଦ୍ୟାଳୟ ସ୍ତରରେ ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଥିବା ବିଦ୍ୟାର୍ଥୀମାନେ ନିଜ ସଫଳତା ପାଇଁ ମାତାପିତା, ଅଧ୍ୟକ୍ଷ ଶ୍ରୀ ବିପିନ କୁମାର ସାହୁ , ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ତଥା ଈଶ୍ୱରଙ୍କ ଆଶୀର୍ବାଦରୁ ଏହା ସମ୍ଭବ ହୋଇଛି ବୋଲି କହିଛନ୍ତି । ଅଧିକାଂଶ ଛାତ୍ରଛାତ୍ରୀ ବିଷୟଭିତ୍ତିକ ଶତପ୍ରତିଶତ ନମ୍ବର ରଖି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି । ବିଦ୍ୟାଳୟର ଏହି ସଫଳତା ପାଇଁ ଚେୟାରମ୍ୟାନ୍‍ ଡ. ଅରୁଣ କୁମାର ରଥ , ଡିଏଭି ବିଦ୍ୟାଳୟ ସମୂହ ଓଡ଼ିଶା ଜୋନ୍‌ର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ.ସି. ଶତପଥୀ ଏବଂ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିପିନ କୁମାର ସାହୁ ଛାତ୍ରାଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

ଭୁବନେଶ୍ୱର ତା. ୧୩-୦୫-୨୦୨୫–କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଡିଏଭି ପୋଖରୀପୁଟର ୨୫୯ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୫ ଜଣ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ବିଜ୍ଞାନ ବିଭାଗରେ ବିଦ୍ୟାଳୟର ସାମଗ୍ରିକ ହାର ୭୭.୫୧ ପ୍ରତିଶତ ଥିବାବେଳେ ବାଣିଜ୍ୟ ବିଭାଗରେ ୮୨.୯୨ ପ୍ରତିଶତ ଓ କଳା ବିଭାଗରେ ୮୮.୩୨ ପ୍ରତିଶତ ରହିଅଛି । ବିଜ୍ଞାନରେ ପ୍ରଥମ ଦିବ୍ୟଜ୍ୟୋତି ନନ୍ଦ, ଦ୍ୱିତୀୟ ଶ୍ରିଶିକ୍ତା ରଥ, ତୃତୀୟ ଆତ୍ମନ ଦାଶ, ବାଣିଜ୍ୟରେ ପ୍ରଥମ ପୁନ୍ୟାଙ୍କ ମହାପାତ୍ର, ଦ୍ୱିତୀୟ ଶିପିଜ୍ ଜଲନ୍‌, ତୃତୀୟ ପ୍ରିୟରଞ୍ଜନ ସାହୁ ଓ କଳାରେ ସ୍ମରୋଜିତା ମଲିକ ପ୍ରଥମ, ଫୈଜା ଇସରତ୍ ଦ୍ୱିତୀୟ ଓ ବି.ଏସ୍‌. ଶ୍ରୀତି ଶ୍ରୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।

ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ବିଦ୍ୟାର୍ଥୀମାନେ ଏହି ସଫଳତା ପାଇଁ ଈଶ୍ୱରଙ୍କ ଆଶୀର୍ବାଦ, ମାତାପିତାଙ୍କ ଉଚିତ ପରାମର୍ଶ, ବିଦ୍ୟାଳୟର ଅଧ୍ୟକ୍ଷ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପ୍ରତ୍ୟକ୍ଷ ମାର୍ଗଦର୍ଶନ ଦ୍ୱାରା ଏହା ସମ୍ଭବ ହୋଇପାରିଛି ବୋଲି କହିଛନ୍ତି । ଅଧିକାଂଶ ଛାତ୍ରଛାତ୍ରୀ ବିଷୟଭିତ୍ତିକ ଶତପ୍ରତିଶତ ନମ୍ବର ରଖି ନିଜ ଦକ୍ଷତାର ପରିଚୟ ଦେଇଛନ୍ତି ।

ଏହି ସଫଳତା ପାଇଁ ବିଦ୍ୟାଳୟର ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ, ଡିଏଭି ସମୂହ ଓଡ଼ିଶା ଜୋନ୍‌ର ଆଞ୍ଚଳିକ ଅଧିକାରୀ ଡ. କେଶବ ଚନ୍ଦ୍ର ଶତପଥୀ ଓ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ବିପିନ କୁମାର ସାହୁ ଏହି ସଫଳତା ପାଇଁ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କର ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ।

CBSE RESULT CBSE Results DAV Pokhariput ଡିଏଭି ପୋଖରୀପୁଟ
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.