Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ସେନାର ପରାକ୍ରମ ସମଗ୍ର ଦେଶବାସୀଙ୍କୁ ଗର୍ବିତ କରିଛି – ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଭାରତୀୟ ସେନାର ପରାକ୍ରମ ସମଗ୍ର ଦେଶବାସୀଙ୍କୁ ଗର୍ବିତ କରିଛି – ଧର୍ମେନ୍ଦ୍ର ପ୍ରଧାନ

May 16, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ସେନାର ପରାକ୍ରମ ସମଗ୍ର ଦେଶବାସୀଙ୍କୁ ଗର୍ବିତ କରିଛି - ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ସମ୍ବଲପୁର ଠାରେ ‘ଅପରେସନ ସିନ୍ଦୂର’ର ସଫଳତା ତଥା ଭାରତର ସେନାବାହିନୀଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଆୟୋଜିତ ‘ପରାକ୍ରମ ଶୋଭାଯାତ୍ରା’ରେ ସାମିଲ ହୋଇଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଦଳର କାର୍ଯ୍ୟକର୍ତ୍ତା ଏବଂ ଜନସାଧାରଣଙ୍କ ସହ ‘ପରାକ୍ରମ ଶୋଭାଯାତ୍ରା’ରେ ସାମିଲ ହୋଇ ମୁଁ ଗର୍ବ ଅନୁଭବ କରୁଛି । ଏହି ଶୋଭାଯାତ୍ରା ଅପରେସନ ସିନ୍ଦୂରର ସଫଳତା, ଦେଶର ସୈନ୍ୟଶକ୍ତିର ଶୌର୍ଯ୍ୟ ଓ ପରାକ୍ରମକୁ ସମ୍ମାନ ଜଣାଇବାର ମହାନ ଅବସର । ‘ଅପରେସନ ସିନ୍ଦୂର’ ଜରିଆରେ ଭାରତର ପରାକ୍ରମକୁ ସାରା ବିଶ୍ୱ ଦେଖିଛି । ଭାରତର ସୈନିକ ଶକ୍ତି ନିଜର ପରାକାଷ୍ଠା ଦେଖାଇଛି ।

ଆମର ଭାରତୀୟ ସେନାମାନେ ନିପୁଣତାର ସହ ଆତଙ୍କବାଦୀ ତଥା ସେମାନଙ୍କୁ ପ୍ରଶୟ ଦେଉଥିବା ପାକିସ୍ତାନକୁ ଉଚିତ୍ ଜବାବ୍ ଦେଇଛି । ‘ଅପରେସନ ସିନ୍ଦୂର’ରେ ଭାରତୀୟ ସେନାର ପରାକ୍ରମ ସମଗ୍ର ଦେଶବାସୀଙ୍କୁ ଗର୍ବିତ କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତ଼ୃତ୍ୱରେ ଭାରତ ସାମରିକ ଶକ୍ତି କ୍ଷେତ୍ରରେ ବିଶ୍ୱରେ ନୂଆ ପରିଚୟ ତିଆରି କରିଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୃଢ ନେତୃତ୍ୱ ଏବଂ ଭାରତୀୟ ସେନାର ଅଦମ୍ୟ ସାହସ ପାଇଁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।

‘ପରାକ୍ରମ ଶୋଭାଯାତ୍ରା’ ରେ ଯୋଗଦେବା ପୂର୍ବରୁ ଶ୍ରୀ ପ୍ରଧାନ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ବରପୁତ୍ର ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଏବଂ ଶହୀଦ ସ୍ତମ୍ଭରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ସେ କହିଥିଲେ,   ବୀର ସୁରେନ୍ଦ୍ର ସାଏ ଓଡ଼ିଶାର ଶୌର୍ଯ୍ୟମୟ ପରିଚୟର ଅନନ୍ୟ ପ୍ରତୀକ । ତାଙ୍କର ଅଦ୍ୱିତୀୟ ସାଂଗଠନିକ ଶକ୍ତି ଓ ରଣକୌଶଳ ଓଡିଆ ଜାତିର ବୀରତ୍ୱର ପ୍ରତିଫଳନ । ତାଙ୍କର ତ୍ୟାଗ, ଶୌର୍ଯ୍ୟ ଓ ପରାକ୍ରମ ସର୍ବଦା ଆମର ଯୁବପିଢିମାନଙ୍କୁ ପ୍ରେରିତ କରିବ ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ଓଡ଼ିଶାର ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାୟକ, ବିଜେପି କାର୍ଯ୍ୟକର୍ତ୍ତା ଓ ଜନସାଧାରଣମାନେ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ‘ଜୟ ହିନ୍ଦ୍’ ଏବଂ ‘ଭାରତ ମାତା କୀ ଜୟ’ ସ୍ଲୋଗାନରେ ସମ୍ବଲପୁର ଗୁଞ୍ଜରିତ ହୋଇଥିଲା ।

dharmendra pradhan OPERATION SINDOOR ସମ୍ବଲପୁରରେ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

Odisha TEX 2025: ହିଣ୍ଡାଲକୋ ଓଡିଶାରେ ନିବେଶ କରିବ 200 କୋଟି ଟଙ୍କା, ଏମଓୟୁ ସ୍ଵାକ୍ଷରିତ

July 25, 2025

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ବର୍ଷ କାର୍ଯ୍ୟକାଳ ପୂରଣ: ରାଷ୍ଟ୍ରପତି ଭବନରେ ବିଭିନ୍ନ ପଦକ୍ଷେପର ଶୁଭାରମ୍ଭ

July 25, 2025

ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ଦ୍ୱାରା ଉପକୃତ ହେବ ଓଡ଼ିଶା

July 25, 2025

ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ହେବ: ମୁଖ୍ୟମନ୍ତ୍ରୀ

July 25, 2025
Latest News

Odisha TEX 2025: ହିଣ୍ଡାଲକୋ ଓଡିଶାରେ ନିବେଶ କରିବ 200 କୋଟି ଟଙ୍କା, ଏମଓୟୁ ସ୍ଵାକ୍ଷରିତ

July 25, 2025

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ବର୍ଷ କାର୍ଯ୍ୟକାଳ ପୂରଣ: ରାଷ୍ଟ୍ରପତି ଭବନରେ ବିଭିନ୍ନ ପଦକ୍ଷେପର ଶୁଭାରମ୍ଭ

July 25, 2025

ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ଦ୍ୱାରା ଉପକୃତ ହେବ ଓଡ଼ିଶା

July 25, 2025

ଗୋଦାବରୀଶ ମହାବିଦ୍ୟାଳୟରେ +୨ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ଉତ୍ସବ

July 25, 2025

ଆସନ୍ତା ଦଶନ୍ଧି ମଧ୍ୟରେ ରାଜ୍ୟରେ ଟେକ୍ସଟାଇଲ କ୍ଷେତ୍ରରେ ୫ଲକ୍ଷରୁ ଅଧିକ ରୋଜଗାର ସୃଷ୍ଟି ହେବ: ମୁଖ୍ୟମନ୍ତ୍ରୀ

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.