Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ
ଆଜିର ଖବର

୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ

May 22, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଅର୍ଥାତ୍ ଇସ୍ରୋ ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶ କେନ୍ଦ୍ର – “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍‌’’ ସ୍ଥାପନ କରିବାର ଯୋଜନା ରଖିଛି ବୋଲି ବୁଧବାର ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ କହିଛନ୍ତି।

ବିଏଏସ୍‌ର ସ୍ଥାପନା ମହାକାଶ ଗବେଷଣା ଏବଂ ତତ୍‌ସମ୍ପର୍କିତ ଅତ୍ୟାଧୁନିକ ମହାକାଶ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଭାରତର ସ୍ଥିତିକୁ ସୁଦୃଢ଼ କରିବ ବୋଲି ସେ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ, ଗବେଷକ ଏବଂ ଫ୍ୟାକଲ୍ଟିମାନଙ୍କ ସହିତ ଆଲୋଚନା ପରିପ୍ରେକ୍ଷୀରେ ଏହି ସୂଚନା ଦେଇଛନ୍ତି ଇସ୍ରୋର ଅଧ୍ୟକ୍ଷ ।

ଭାରତର ପ୍ରଥମ ମାନବ ମହାକାଶ ମିଶନ, ‘ଗଗନାୟନ’ ୨୦୨୭ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ ହେବା ନିମନ୍ତେ ପ୍ରଚେଷ୍ଟା ଚାଲିଥିବା ବେଳେ ଏଥି ନିମନ୍ତେ ୪ ଜଣ ଟେଷ୍ଟ ପାଇଲଟଙ୍କୁ ମହାକାଶଚାରୀ ଭାବେ ପ୍ରଶିକ୍ଷଣ ଦିଆଯାଉଥିବା ସେ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ମନୁଷ୍ୟ ନ ଥାଇ ଏହି ପରୀକ୍ଷା କରାଯିବ ।

ସେହିପରି ୨୦୪୭ ସୁଦ୍ଧା ଭାରତ ବିଶ୍ୱରେ ଏକ ମହାକାଶ ଶକ୍ତି ଭାବେ ନିଜକୁ ପ୍ରସ୍ତୁତ କରିବାର ଲକ୍ଷ୍ୟ ରଖିଛି । ଏପର୍ଯ୍ୟନ୍ତ ଋଷିଆ, ଯୁକ୍ତରାଷ୍ଟ ଆମେରିକା ଏବଂ ଚୀନ୍ ହିଁ ମହାକାଶକୁ ମାନବ ପଠାଇବାରେ ସଫଳ ହୋଇପାରିଛନ୍ତି ବୋଲି ସେ କହିଥିଲେ ।
ଜଣେ ରକେଟ ବିଶେଷଜ୍ଞଭାବେ ପରିଚିତ ଡକ୍ଟର ନାରାୟଣନ କହିଥିଲେ ଯେ ଯଦିଓ ଭାରତର ମହାକାଶ ଅଭିଯାନ ୧୯୬୨ରେ ଆରମ୍ଭ ହୋଇଥିଲା ଏହି ଯାତ୍ରା ଖୁବ୍ ଲମ୍ବା ଥିଲା । ଦେଶ ଏବେ ଜଣେ ଭାରତୀୟଙ୍କୁ ନିରାପଦ ଭାବେ ଚନ୍ଦ୍ରକୁ ପଠାଇ ପୁଣି ସଫଳତାର ସହ ଫେରାଇ ଆଣିବା ନିମନ୍ତେ ଲକ୍ଷ୍ୟ ରଖିଛି ।

ସେ କହିଥିଲେ ୧୯୬୯ ମସିହାରେ ଯେତେବେଳେ ଇସ୍ରୋ ପ୍ରତିଷ୍ଠା ହୋଇଥିଲା ସେତେବେଳକୁ ଯୁକ୍ତରାଷ୍ଟ୍ର ଆମେରିକା ସଫଳତାର ସହ ନିଲ ଆର୍ମଷ୍ଟ୍ରଙ୍ଗଙ୍କୁ ଚନ୍ଦ୍ରକୁ ପଠାଇସାରିଥିଲା । ତେବେ ବିଳମ୍ବରେ ଆରମ୍ଭ ହେବା ସତ୍ୱେ ଇସ୍ରୋ ଖୁବ୍ ଦୃଷ୍ଟାନ୍ତମୂଳକ ବିକାଶ କରିପାରିଛି । ୧୯୮୦ ମସିହାରେ ପ୍ରଥମ ଥର ପାଇଁ ଭାରତ ମହାକାଶକୁ ୩୫ କେଜିର ସାଟେଲାଇଟ୍ ପଠାଇବାରେ ସଫଳ ହୋଇପାରିଥିଲା ।

ପରବର୍ତ୍ତୀ ସମୟରେ ଭାରତ ୬ଟି ପିଢ଼ିର ଲଂଚ ଭେହିକଲ ନିର୍ମାଣ କରିବାକୁ ସକ୍ଷମ ହୋଇଛି । ମାତ୍ର ୨୭ ଦିନ ମଧ୍ୟରେ ଏକ ୪୦ ମହଲା ଉଚ୍ଚର ରକେଟ ପ୍ରସ୍ତୁତ କରିବା ଭାରତ ନିମନ୍ତେ ଏକ ଉଲ୍ଲେଖନୀୟ ସଫଳତା ବୋଲି ସେ କହିଥିଲେ ।

ଡ. ନାରାୟଣନ୍ କହିଥିଲେ ଯେ ଏପରି ଏକ ସମୟ ଥିଲା ଯେତେବେଳେ କ୍ରାୟୋଜେନିକ ଇଞ୍ଜିନ୍ ର ଜ୍ଞାନକୌଶଳ ନିମନ୍ତେ ଭାରତ ଅନ୍ୟ ଦେଶମାନଙ୍କର ସାହାଯ୍ୟ ଲୋଡ଼ି ଅପଦସ୍ତ ଓ ଅପମାନିତ ହୋଇଥିଲା । ମାତ୍ର ଦେଶ ଏହା ଏବେ ନିଜେ ନିର୍ମାଣ କରିବାକୁ ସକ୍ଷମ ଅଟେ । ଏ ପର୍ଯ୍ୟନ୍ତ ଭାରତ ୩ଟି କ୍ରାୟୋଜେନିକ ଇଞ୍ଜିନ୍ ପ୍ରସ୍ତୁତ କରିସାରିଥିବା ବେଳେ ସେଥିରୁ ୨ଟି ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ବୋଲି ସେ କହିଥିଲେ ।

ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ୍‌-୩କୁ ଅବତରଣ କରାଇପାରିବା ସହ ଚନ୍ଦ୍ରପୃଷ୍ଠରେ ଜଳର ସନ୍ଧାନ ପାଇପାରିଥିବା ଏକ ବିରାଟ ସଫଳତା ବୋଲି ପ୍ରକାଶ କରି ସେ ଭାରତ ଗୋଟିଏ ମିଶନ୍‌ରେ ମହାକାଶରେ ୧୦୦ରୁ ଅଧିକ ସାଟେଲାଇଟ୍ ସ୍ଥାପନ କରି ବିଶ୍ୱ ରେକର୍ଡ କରିଥିବା କହିଥିଲେ ।
ଭାରତ ହେଉଛି ଏକ ମାତ୍ର ଦେଶ ଯିଏକି ପ୍ରଥମ ପ୍ରୟାସରେ ହିଁ ମଙ୍ଗଳ ଗ୍ରହର ଅରବିଟରେ ପହଂଚିବାରେ ସକ୍ଷମ ହୋଇପାରିଛି ବୋଲି ସେ କହିଥିଲେ ।

ଡକ୍ଟର ନାରାୟଣନ୍ କହିଥିଲେ ଯେ ଚନ୍ଦ୍ରାୟାନ -୪ ଏକ ଜଟିଳ ମିଶନ ଭାବେ ଉଭା ହୋଇପାରେ । କାରଣ ଏହି ମିଶନ ଜରିଆରେ ଚନ୍ଦ୍ରରେ ଥିବା ପଦାର୍ଥକୁ ଆଣିବାର ଯୋଜନା ରଖାଯାଇଛି । ସେହିପରି ଭାରତ ଜାପାନ୍‌ର ସହଭାଗିତାରେ ଚନ୍ଦ୍ରାୟାନ-୫ ଲଂଚ୍ କରିବାର ଯୋଜନା ରଖିଥିବା ସେ କହିଛନ୍ତି ।

ସୋଆରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆର ଅନ୍ତରାଷ୍ଟ୍ରୀୟ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ତଥା ଆଇଆଇଟି ଖଡ଼ଗପୁରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଉପସ୍ଥିତ ଥିଲେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଡକ୍ଟର ନାରାୟଣନ୍‌ଙ୍କୁ ସ୍ୱାଗତ କରିଥିବା ବେଳେ ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଏବଂ ବିଭିନ୍ନ ଅନୁଷ୍ଠାନର ଡିନ୍ ମାନେ ଉପସ୍ଥିତ ଥିଲେ । ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଇସ୍ରୋ
Share. Facebook Twitter LinkedIn Email WhatsApp Copy Link

Related Posts

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Latest News

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026

ଆଇଟିଇଆରରେ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭଲିବଲ କୋର୍ଟ ଉଦ୍‌ଘାଟିତ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.