Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାଳଚେର କେନ୍ଦ୍ରୀୟ ବିଦ୍ୟାଳୟର ଲୋକାର୍ପଣ ସହ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ
ଆଜିର ଖବର

ତାଳଚେର କେନ୍ଦ୍ରୀୟ ବିଦ୍ୟାଳୟର ଲୋକାର୍ପଣ ସହ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ

May 24, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link

ତାଳଚେର: ଓଡ଼ିଶାର ଅବିଭକ୍ତ ଢେଙ୍କାନାଳ ଜିଲ୍ଲା ତଥା ବର୍ତ୍ତମାନର ଅନୁଗୋଳ ଜିଲ୍ଲାର ତାଳଚେର ଗୋଟିଏ ବିଭବଶାଳୀ ଅଞ୍ଚଳ। ବିଗତ ବ୍ରିଟିଶ ସମୟରୁ ଆମ ତାଳଚେର ସମୃଦ୍ଧ ଏବଂ ସମ୍ପନ୍ନ ଅଞ୍ଚଳ ଭାବେ ପରିଚିତ। ଏହି ଅଞ୍ଚଳରେ ସ୍କୁଲ ଶିକ୍ଷା ଭିତ୍ତିଭୂମିକୁ ମଜଭୂତ୍ କରି ସାମଗ୍ରିକ ଶିକ୍ଷାର ବାତାବରଣ ବଢାଇବା ପାଇଁ ମିଳିମିଶି ଉଦ୍ୟମ କରିବା ଆବଶ୍ୟକ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଶୁକ୍ରବାର ତାଳଚେର ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ କେନ୍ଦ୍ରୀୟ ବିଦ୍ୟାଳୟ, ତାଳଚେର ଅସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ସହ ମହୁଲପାଲି ଠାରେ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ କରିଛନ୍ତି। ଏହି ଅବସରରେ ଶ୍ରୀ ପ୍ରଧାନ ଓଡ଼ିଶା ସରକାରଙ୍କ ୨. ୭୬ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେ କହିଛନ୍ତି ଯେ ତାଳଚେର ହେଉଛି ରତ୍ନଗର୍ଭା ଅଞ୍ଚଳ, ଯେଉଁ ଅଞ୍ଚଳରେ କେବଳ ଖଣି କିମ୍ବା କୋଇଲା ଅଧିକ ପରିମାଣରେ ଗଚ୍ଛିତ ହୋଇ ରହି ନାହିଁ ବରଂ ଶିକ୍ଷା ଏଠାକାର ମୂଳ ପୁଞ୍ଜି ହୋଇଛି। ଛାତ୍ରଛାତ୍ରୀଙ୍କ ବୌଦ୍ଧିକ କ୍ଷମତା ଓ ପ୍ରତିଭା ଏହି ଅଞ୍ଚଳରେ ଅଛି। ଶହେ ବର୍ଷ ପୂର୍ବରୁ ତାଳଚେରର ପରିଚୟ ବ୍ରିଟିଶ ପାର୍ଲ୍ୟାମେଣ୍ଟରେ ହୋଇଥିଲା। ସ୍ଥାନୀୟ ଅଞ୍ଚଳର ମୌଳିକ ସମସ୍ୟା ନେଇ ଆମର ପୂର୍ବପୁରୁଷମାନେ ସେତେବେଳର ବ୍ରିଟିଶ ସରକାର ବିରୋଧରେ ବଡ ଜନଜାଗରଣ କରିଥିଲେ। ବ୍ରିଟିଶ ପାର୍ଲ୍ୟାମେଣ୍ଟରେ ତାଳଚେରର ସମସ୍ୟା ନେଇ ଆଲୋଚନା ହୋଇଥିଲା। ଏହି ତାଳଚେରରେ ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ଯୋଗାଇ ଦେବା ପାଇଁ ଏଠାରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ଲୋକମାନଙ୍କ ଦୀର୍ଘ ଦିନର ଦାବି ରହିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ୩୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ପାଇଁ ମୋଦୀ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା କରିବା ପାଇଁ ମଞ୍ଜୁର ଦେଇଥିଲେ। ସେଥିମଧ୍ୟରୁ ଓଡ଼ିଶାରେ ଖୋଲିବ ୮ଟି ତଥା ଓଡ଼ିଶାର ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ। ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁରକୁ ଛାଡିଦେଲେ ଅନ୍ୟ ସମସ୍ତ ସ୍ଥାନରେ ଏହି କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ସହ ସ୍ଥାୟୀ କ୍ୟାମ୍ପସ ପାଇଁ ଭୂମିପୂଜନ ହୋଇଛି।

ଶିଳ୍ପାଞ୍ଚଳ ତାଳଚେରରେ ଡେରା ହାଇସ୍କୁଲ, ଯୁବରାଜ ହାଇସ୍କୁଲ, ହାଣ୍ଡିଧୂଆ ହାଇସ୍କୁଲ, ଗାର୍ଲ୍ସ ହାଇସ୍କୁଲ ଓ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ତଥା କେନ୍ଦ୍ରୀୟ ବିଦ୍ୟାଳୟ ହେବା ଦ୍ୱାରା ଶୈକ୍ଷିକ ବାତାବରଣ ବୃଦ୍ଧି ପାଉଛି। ଏହି ସମସ୍ତ ଶିକ୍ଷାନୁଷ୍ଠାନ ତାଳଚେରରେ ସ୍କୁଲ ଭିତ୍ତିଭୂମିକୁ ସୁଦୃଢ କରିବା ସହ ତାଳଚେରକୁ ଶିକ୍ଷା କ୍ଷେତ୍ରରେ ନୂଆ ପରିଚୟ ପ୍ରଦାନ କରୁଛି। ତାଳଚେରର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଏବଂ ସ୍ମାର୍ଟ ଶିକ୍ଷା ପ୍ରଦାନ କରିବା ସହ ଦେଶ ଦୁନିଆ ବିଷୟରେ ଜାଣିବା ପାଇଁ ଆଗ୍ରହୀ କରାଇବ। ଏହି ଅଞ୍ଚଳରେ ଶିକ୍ଷାର ବାତାବରଣକୁ ବଢାଇବା ପାଇଁ ଅଧିକ ଯୋଜନା କରିବା ଉପରେ ଶ୍ରୀ ପ୍ରଧାନ ଆଲୋକପାତ କରିଥିଲେ।

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ ଆମ ଡବଲ ଇଞ୍ଜିନ ସରକାରରେ ଆସନ୍ତା ୫ ବର୍ଷ ମଧ୍ୟରେ ପିଲାଙ୍କ ମଧ୍ୟରେ ବୈଜ୍ଞାନିକ ମନୋଭାବ ବଢାଇବା ପାଇଁ ସରକାରୀ ବିଦ୍ୟାଳୟଗୁଡ଼ିକରେ ୫୦,୦୦୦ ଅଟଳ ଟିଙ୍କରିଂ ଲ୍ୟାବ୍ ପ୍ରତିଷ୍ଠା କରାଯିବାର ବ୍ୟବସ୍ଥା ହୋଇଛି। ସେହିପରି ରାଜ୍ୟରେ ୬୭୯୪ ଗ୍ରାମ ପଞ୍ଚାୟତରେ ଗୋଟିଏ ଗୋଟିଏ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନା କରିବା ପାଇଁ ଡବଲ ଇଞ୍ଜିନ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଡ୍ରପ ଆଉଟ୍ ହାର କମାଇବା ପାଇଁ ରାଜ୍ୟ ସରକାର ‘ମାଧୋ ସିଂହ ହାତ ଖର୍ଚ୍ଚ’ ଯୋଜନା କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି, ଯାହା ପ୍ରଶଂସନୀୟ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ।

କେନ୍ଦ୍ରୀୟ ବିଦ୍ୟାଳୟ ତାଳଚେର ଧର୍ମେନ୍ଦ୍ର ପ୍ରଧାନ ବ୍ରିଟିଶ ପାର୍ଲ୍ୟାମେଣ୍ଟ ଭୂମିପୂଜନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.