Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ଜିଓର ଦବଦବା, ଏପ୍ରିଲ ମାସରେ ସର୍ବାଧିକ ୧.୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି: ଟ୍ରାଇ ତଥ୍ୟ
ଆଜିର ଖବର

ଓଡ଼ିଶାରେ ଜିଓର ଦବଦବା, ଏପ୍ରିଲ ମାସରେ ସର୍ବାଧିକ ୧.୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି: ଟ୍ରାଇ ତଥ୍ୟ

May 31, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜିଓ
ଟ୍ରାଇର ସ୍ୱାଧୀନ ଡ୍ରାଇଭ୍ ଟେଷ୍ଟରେ ଜିଓର ସର୍ବାଧିକ ଡାଉନଲୋଡ୍ ସ୍ପିଡ୍ ପ୍ରଦର୍ଶନ

ଭୁବନେଶ୍ୱର: ରାଜ୍ୟରେ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ଏହାର ଜୟଯାତ୍ରା ଜାରି ରଖି, ରିଲାଏନ୍ସ ଜିଓ ୨୦୨୫ ଏପ୍ରିଲ ମାସରେ ଓଡ଼ିଶାରେ ସର୍ବାଧିକ ୧.୮ ଲକ୍ଷରୁ ଅଧିକ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ (ୱେୟାରଲାଇନ୍ ଏବଂ ୫ଜି ଏଫଡବ୍ଲୁଏ) ଗ୍ରାହକ ଯୋଡିଛି। ଆଜି ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟରୁ ଏହା ଜଣାପଡିଛି। ଏହି ତଥ୍ୟ ଅନୁଯାୟୀ, ଏପ୍ରିଲ ମାସରେ ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ୧.୫୩ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଉପଭୋକ୍ତା ଏବଂ ୩୦୦୦୦ ରୁ ଅଧିକ ନୂତନ ଜିଓଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକ ଯୋଡିଛି। ଏଥିସହିତ, ଜିଓ ଓଡ଼ିଶାରେ ୪୫.୯ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ କରିବା ସହିତ ଏପ୍ରିଲ ଶେଷ ସୁଦ୍ଧା ଜିଓ ନେଟୱାର୍କରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୧.୬୧ କୋଟିରେ ପହଞ୍ଚିଛି। ଟ୍ରାଇ ତଥ୍ୟ ଅନୁଯାୟୀ ଏପ୍ରିଲ ମାସରେ ଓଡ଼ିଶାରେ ପ୍ରାୟ ୧.୫୫ ଲକ୍ଷ ନୂତନ ମୋବାଇଲ୍ ଗ୍ରାହକ ଯୋଡି ହେବା ସହିତ ରାଜ୍ୟରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ଏପ୍ରିଲ ଶେଷ ସୁଦ୍ଧା ୩.୫ କୋଟି ଅତିକ୍ରମ କରିଛି। ତଥ୍ୟ ଅନୁଯାୟୀ, ଅନ୍ୟ ଅପରେଟରମାନଙ୍କ ମଧ୍ୟରେ ଏପ୍ରିଲ ମାସରେ ଓଡ଼ିଶାରେ ଭୋଡାଫୋନ ଆଇଡ଼ିଆ ମାତ୍ର ୬୬୫୯ ନୂତନ ମୋବାଇଲ୍ ଗ୍ରାହକ ଯୋଡିଥିବା ବେଳେ ଏହା ପଛରେ ରହିଥିବା ଏୟାରଟେଲ୍ ମାତ୍ର ୩୮୩୯ ନୂତନ ମୋବାଇଲ୍ ଗ୍ରାହକ ଯୋଡିଛି ଏବଂ ବିଏସଏନଏଲ ଏହି ମାସରେ ରାଜ୍ୟରେ ୮୦୧୧ ମୋବାଇଲ୍ ଗ୍ରାହକ ହରାଇଛି।

ସେହିପରି, ଓଡ଼ିଶାରେ ୱାୟାରଲାଇନ୍ ଏବଂ ୫ଜି ଏଫଡବ୍ଲୁଏ କ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଆହୁରି ସୁଦୃଢ଼​​କରି, ଜିଓ ୨୦୨୫ ଏପ୍ରିଲ ମାସରେ ରାଜ୍ୟରେ ସର୍ବାଧିକ ୩୦୦୦୦ ନୂତନ ଜିଓଫାଇବର ଏବଂ ଜିଓଏୟାରଫାଇବର ଗ୍ରାହକ ଯୋଡିଛି। ତଥ୍ୟ ଅନୁଯାୟୀ, ଏପ୍ରିଲ ମାସ ଶେଷ ସୁଦ୍ଧା ରାଜ୍ୟରେ ଜିଓଫାଇବର ଗ୍ରାହକଙ୍କ ସଂଖ୍ୟା ୩ ଲକ୍ଷ ଅତିକ୍ରମ କରିଥିବାବେଳେ ଜିଓଏୟାରଫାଇବର ଗ୍ରାହକଙ୍କ ସଂଖ୍ୟା ୧.୬୭ ଲକ୍ଷରୁ ଅଧିକ ହୋଇଛି। ଜିଓର ଲୋକପ୍ରିୟ ୫ଜି ଏଫଡବ୍ଲୁଏ ସେବା ଜିଓଏୟାରଫାଇବର ରାଜ୍ୟରେ ୮୪ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ସହିତ ୫ଜି ଏଫଡବ୍ଲୁଏ ବଜାରରେ ପ୍ରାଧାନ୍ୟ ବିସ୍ତାର କରିଛି। ଜିଓ ଓଡ଼ିଶାରେ ଏହାର ସର୍ବବୃହତ ୪ଜି ଓ ୫ଜି ନେଟୱାର୍କ ଉପସ୍ଥିତି ବଳରେ ରାଜ୍ୟର ସବୁଠାରୁ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ରହିଆସିଛି ଏବଂ ଓଡିଶାରେ ଏହାର ସର୍ବାଧିକ ୪୫.୯ ପ୍ରତିଶତରୁ ଅଧିକ ମୋବାଇଲ୍ ଗ୍ରାହକ ବଜାର ଅଂଶ ସହିତ ୮୪ ପ୍ରତିଶତରୁ ଅଧିକ ୫ଜି ଏଫଡବ୍ଲୁଏ ଗ୍ରାହକ ବଜାର ଅଂଶ ରହିଛି।

ଜାତୀୟ ସ୍ତରରେ, ଜିଓ ଏପ୍ରିଲ ୨୦୨୫ ରେ ସର୍ବାଧିକ ୨୬ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଗ୍ରାହକ ଯୋଡିବା ସହିତ ୱାୟାରଲେସ୍ ବ୍ୟବସାୟ କ୍ଷେତ୍ରର ଅଭିବୃଦ୍ଧିରେ ସହାୟକ ହୋଇଛି। ଜିଓ ଏହି ମାସରେ ଯୋଡିଥିବା ନୂତନ ଗ୍ରାହକ ସଂଖ୍ୟା ନିକଟତମ ପ୍ରତିଦ୍ୱନ୍ଦ୍ୱୀ କମ୍ପାନୀ ତୁଳନାରେ ୧୩ ଗୁଣ ଅଧିକ ରହିଛି। ଏପ୍ରିଲ ୨୦୨୫ ରେ ସକ୍ରିୟ ଉପଭୋକ୍ତା ଯୋଡିଥିବା ଏକମାତ୍ର ଅପରେଟର ଭାବରେ ଜିଓ ଏହି ମାସରେ ଦେଶରେ ୫୫ ଲକ୍ଷରୁ ଅଧିକ ନୂତନ ସକ୍ରିୟ ମୋବାଇଲ୍ ଗ୍ରାହକ ଯୋଡିଛି। ଏହା ଲଗାତାର ଦ୍ୱିତୀୟ ମାସ ପାଇଁ ୫ ନିୟୁତରୁ ଅଧିକ ସକ୍ରିୟ ମୋବାଇଲ୍ ଉପଭୋକ୍ତା ଯୋଡିଛି। ଏପ୍ରିଲ ୨୦୨୫ ରେ ପ୍ରାୟ ୯.୧୦ ଲକ୍ଷ ନୂତନ ହୋମ ବ୍ରଡବ୍ୟାଣ୍ଡ (ୱେୟାରଲାଇନ୍ ଓ ଏଫଡବ୍ଲୁଏ) ଗ୍ରାହକ ଯୋଡିଥିବା ଜିଓ ପାଇଁ ଆଉ ଏକ ରେକର୍ଡ ମାସ ହୋଇଛି, ଯାହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତୁଳନାରେ ପ୍ରାୟ ଚାରି ଗୁଣ ଅଧିକ ରହିଛି। ୫ଜି ଏଫଡବ୍ଲୁଏ କ୍ଷେତ୍ରରେ ଜିଓ ଦେଶରେ ୮୨ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ଏବଂ ୬.୧୪ ନିୟୁତ ଗ୍ରାହକଙ୍କ ସହିତ ନିଜର ନେତୃତ୍ୱ ସ୍ଥାନକୁ ଅଧିକ ସୁଦୃଢ଼ କରିଛି।

ଓଡିଶା ଜିଓ ଟ୍ରାଇ ତଥ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026

ଇଣ୍ଡିଆ ଏଆଇ ସମ୍ମିଳନୀରେ ବିରୋଧ ପ୍ରଦର୍ଶନ: ଅନେକ ଯୁବ କଂଗ୍ରେସ କର୍ମୀ ଅଟକ

February 20, 2026
Latest News

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.