Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା ସ୍ତରୀୟ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ଆଜିର ଖବର

ଜିଲ୍ଲା ସ୍ତରୀୟ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

June 2, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ସକାଳ ୭ ଘଟିକା ସମୟରୁ ପୂର୍ବାହ୍ନ ୧୧ ଘଟିକା ପର୍ଯ୍ୟନ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥଙ୍କ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ ଉପଜିଲ୍ଲାପାଳ,  କିଶୋର କୁମାର ପଣ୍ଡା,ଡେପୁଟି କଲେକ୍ଟର, ଜରୁରୀ, ଶ୍ରିତପା ମିଶ୍ର, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ ୧୧୨ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୯୨ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୧୧ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା। ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୦୪ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ।

ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ବରହମ୍ ପୁରର ପ୍ରତିମା ବେହେରାଙ୍କୁ ୧୫ ହଜାର ଟଙ୍କା, ତାପଙ୍ଗର ଚରଣ ଭୋଇଙ୍କୁ ୧୦ ହଜାର, ଡିଓ ଖଉରୁନି ୧୫ହଜାର,ବୋଲଗଡ଼, ଟିକିନା ଦାସଙ୍କୁ ଓ ୧୦ ହଜାର ପଦନପୂର୍, ବାଣପୁରର ଛାୟା କାନ୍ତ ମହାରଣା କୁ ନେଇ ମୋଟ ୪ଜଣ ଅଭିଯୋଗ କାରୀଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ଗୋଳବାଇର ରାଜ କିଶୋର କୁଣ୍ଡୁଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧୦ହଜାର ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତ ପ୍ରଦାନ କରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରୁ ଆସିଥିବା ଦରଖାସ୍ତ ଏବଂ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିରର ସୁପାରିଶ ଅଭିଯୋଗ ଗୁଡ଼ିକୁ ଯୁଦ୍ଧ କାଳୀନ ଭିତିରେ ସମାଧାନ କରି ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ରାଜ୍ୟଶ୍ରୀ ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ ,ଜିଲ୍ଲା ମଙ୍ଗଳ ଅଧିକାରୀ, ଡ. ଗୀତାଂଶୁ ଦାଶ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ସୁଗୁଡା ମୁର୍ମୁ , ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀସୋନାମିକା ରାୟ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ସ୍ମିତା ମହାନ୍ତି,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ।

ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 27, 2025

କେନ୍ଦୁଝର ମଇଦାନକେଲ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

December 27, 2025

ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତାକୁ ଦ୍ୱିଗୁଣା କରିବା ପାଇଁ ଉନ୍ନତିକରଣ କାର୍ଯ୍ୟ

December 27, 2025

ଏନଆଇଟି ରାଉରକେଲାରେ ୨୦୦ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

December 27, 2025
Latest News

ଅଲଚିକି ଲିପି ଉଦ୍ଭାବନର ଶତବାର୍ଷିକୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

December 27, 2025

କେନ୍ଦୁଝର ମଇଦାନକେଲ ପ୍ରଗତି ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

December 27, 2025

ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତାକୁ ଦ୍ୱିଗୁଣା କରିବା ପାଇଁ ଉନ୍ନତିକରଣ କାର୍ଯ୍ୟ

December 27, 2025

ଏନଆଇଟି ରାଉରକେଲାରେ ୨୦୦ କୋଟିରୁ ଉର୍ଦ୍ଧ୍ୱ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

December 27, 2025

ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଉଭୟ ଡ୍ରାଇଭରଙ୍କ ମୃତ୍ୟୁ

December 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.