ନାବାଳିକା ଦୁଷ୍କର୍ମ ଘଟଣାକୁ ନେଇ ଉଭୟ ବିଜେପି ଓ କଂଗ୍ରେସଙ୍କ ହଙ୍ଗମା, ଅପରାହ୍ନ ୩ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

Published: Jul 23, 2019, 11:48 am IST

ରାଜ୍ୟରେ ବଢ଼ୁଥିବା ନାବାଳିକା ଦୁଷ୍କର୍ମ ଓ ନିଖୋଜ ଘଟଣାକୁ ନେଇ ଉଭୟ ବିରୋଧି ବିଜେପି ଓ କଂଗ୍ରେସ ହଙ୍ଗାମା କରିଛନ୍ତି। ସରକାର ଏ ପ୍ରସଙ୍ଗରେ ବିବୃତ୍ତି ରଖିବା ଦାବିରେ ବିରୋଧୀ ସଦସ୍ୟମାନେ ନାରାବାଜି କରିଛନ୍ତି। ଫଳରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି । ଆଜି ଗୃହରେ ବିଜେପି ଓ କଂଗ୍ରେସ ସଦସ୍ୟମାନେ ନାବାଳିକାଙ୍କ ପ୍ରତି ବଢ଼ୁଥିବା ଅପରାଧ ଭଳି ସଙ୍ଗୀନ ପ୍ରସଙ୍ଗ ପୁଣି ଥରେ ଦୋହରାଇ ଥିଲେ। ନାବାଳିକା ଦୁଷ୍କର୍ମ, ନିଖୋଜ, ହତ୍ୟା, ଅନୁଗୁଳ ଓ ଭବାନୀପାଟଣା ଘଟଣାରେ ଆଲୋଚନା ପାଇଁ ଦାବି କରିଥିଲେ। ବିଜେପି ସଦସ୍ୟମାନେ ଗୃହର ମଧ୍ୟ ଭାଗକୁ ଆସି ନାରାବାଜି ମଧ୍ୟ କରିଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ରାଜ୍ୟରେ ଆଇନ୍‌ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି, ଏନେଇ ମୁଖ୍ୟମନ୍ତ୍ରୀ ନିଜ ପଦବୀରେ ରହିବାର ନୈତିକ ଅଧିକାର ହରାଇଛନ୍ତି ଓ ସେ ତାଙ୍କ ପଦରୁ ଇସ୍ତଫା ଦେବା ଉଚିତ୍‌ ବୋଲି ଦାବି କରିଛନ୍ତି ମୋହନ ମାଝୀ।

Related posts