Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଜପତି: ବିକଶିତ ଜିଲ୍ଲା କର୍ମଶାଳାରେ ଯୋଗଦେଲେ ଓଡ଼ିଶା ସରକାରଙ୍କ ଆଇନ ମନ୍ତ୍ରୀ
ଆଜିର ଖବର

ଗଜପତି: ବିକଶିତ ଜିଲ୍ଲା କର୍ମଶାଳାରେ ଯୋଗଦେଲେ ଓଡ଼ିଶା ସରକାରଙ୍କ ଆଇନ ମନ୍ତ୍ରୀ

June 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଜପତି: ଲୋକଙ୍କ ସରକାରର ସେବା, ସୁଶାସନ ଓ ସଫଳତାର ୧ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଆର ସେଟି ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା କର୍ମଶାଳାରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ କର୍ମଶାଳାର ମୁଖ୍ୟ ଲକ୍ଷ୍ୟ ଓ ବିକଶିତ ଓଡ଼ିଶା ଗଠନ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ସମର୍ଥନ ଓ ସହଯୋଗ ଦ୍ୱାରା ଓଡ଼ିଶା ଏବେ ବିକାଶର ଏକ ନୂଆ ଅଧ୍ୟାୟ ଲେଖୁଛି।ରାଜ୍ୟରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଗୁଡିକର ସଫଳ ରୂପାୟନ ହେବା ସହ ଜନସାଧାରଣଙ୍କ ସ୍ଵପ୍ନ,ଆଶା ଓ ଆକାଂକ୍ଷା ପୂରଣ କରି ଭାଜପା ସରକାର ଲୋକଙ୍କ ସରକାର ପାଲଟିଛି।୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଆମର ସଂକଳ୍ପ। ଏହାସହିତ ୨୦୪୭ ସୁଦ୍ଧା ରାଜ୍ୟର ଅର୍ଥନୀତିକୁ ୧.୫ ଟ୍ରିଲିଅନ୍ ଡଲାରରେ ପହଞ୍ଚାଇବା ଆମର ଲକ୍ଷ୍ୟ।

ଏହି କର୍ମଶାଳାରେ ଗଜପତି ଜିଲ୍ଲାର ବୁଦ୍ଧିଜୀବୀ, ସମାଜସେବୀ, ଶିକ୍ଷାବିତ୍, ପରିବେଶବିତ୍, ଅର୍ଥନୈତିକ ବିଶାରଦ, ଜନପ୍ରତିନିଧି, ସାମ୍ବାଦିକ, ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟ ପ୍ରତିଷ୍ଠାନର ପ୍ରତିନିଧି ଏବଂ ବିଭିନ୍ନ ନାଗରିକ ମଞ୍ଚ ତଥା ସ୍ୱେଚ୍ଛାସେବୀ ସଂଗଠନ ଗୁଡିକ ସାମିଲ ହୋଇଥିଲେ ଏବଂ ସମସ୍ତଙ୍କର ସୁଚିନ୍ତିତ ମତାମତ ଲୋଡ଼ିଥିଲେ। ସମସ୍ତଙ୍କ ମୂଲ୍ୟବାନ ପରାମର୍ଶ “ବିକଶିତ #ଗଜପତି ଗଠନ” ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବାରେ ସହାୟକ ହେବ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଆଶାବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ,ଅତିରିକ୍ତ ଜିଲ୍ଲାପାଳ ଫାଲ୍ଗୁନୀ ମାଝୀ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ଅଧିକାରୀ ବୃନ୍ଦ ଓ ବିଶିଷ୍ଟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

1yearofdoubleengine BarshaEkUpalabdhiAnek ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026
Latest News

ସାକେତ କୋର୍ଟ କୋଠାରୁ ଡେଇଁ ଜଣେ କର୍ମଚାରୀଙ୍କ ଆତ୍ମହତ୍ୟା: ମିଳିଲା ସୁଇସାଇଡ ନୋଟ୍

January 9, 2026

ସୁଧୁରୁନି ବାଂଲାଦେଶ: ପୁଣିଥରେ ଭାରତ ବିରୋଧରେ ICC କୁ ପଠାଇଲା ଚିଠି

January 9, 2026

ନାଚୁଣୀ: ଆସନ୍ତା ୧୧ରେ ମାଗଣା ସ୍ବାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ କାର୍ଯ୍ୟକ୍ରମ, ଉଦଘାଟନ କରିବେ ଆଇନ ମନ୍ତ୍ରୀ

January 9, 2026

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.