Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଲାଗୁ ଦାବିରେ ଆଲୋଚନା ଲାଗି ସମୟ ମାଗିଲା ମହାସଂଘ
ଆଜିର ଖବର

ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଲାଗୁ ଦାବିରେ ଆଲୋଚନା ଲାଗି ସମୟ ମାଗିଲା ମହାସଂଘ

June 19, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ଓ ସ୍ୱାସ୍ଥ୍ୟ ସଚିବଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ କର୍ମଚାରୀଙ୍କ କ୍ଷେତ୍ରରେ ଲାଗୁ ହେବା ଲାଗି ଆଲୋଚନା ପାଇଁ ସମୟ ଦେବାକୁ ଅନୁରୋଧ କରିଛନ୍ତି ମହାସଂଘ ସଭାପତି ବିଜୟ ମଲ୍ଲ।

ମହାସଂଘ ରାଜ୍ୟ ସରକାରଙ୍କୁ ବହୁବାର ଦାବିପତ୍ର ଦେଇଥିଲେ ମଧ୍ୟ ସରକାର କର୍ମଚାରୀମାନଙ୍କ ସ୍ୱାସ୍ଥ୍ୟ କାର୍ଡ ବାବଦରେ କୌଣସି ନିଷ୍ପତ୍ତି ନେଇନାହାନ୍ତି। ବିଭିନ୍ନ ରାଜ୍ୟ ଓ ରାଷ୍ଟ୍ରାୟତ ଉଦ୍ୟୋଗରେ କର୍ମଚାରୀକୁ ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଥିବାବେଳେ ଓଡିଶାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳୁଛି।

ଓଡିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୂଲ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ବା ସ୍ୱାସ୍ଥ୍ୟ ବୀମା ସବୁ ସରକାରୀ କର୍ମଚାରୀ ମାନଙ୍କ କ୍ଷେତ୍ରରେ ଲାଗୁ ନହୋଇଥିବାରୁ ପଞ୍ଚାୟତରୁ ଲୋକସଭା ଭବନ ଯାଏଁ ସବୁ ବର୍ଗର କର୍ମଚାରୀ ହାତରେ ପ୍ଲାକାର୍ଡ ଧରି ରାଜ୍ୟସରକାରଙ୍କ ଉଦେଶ୍ୟରେ ଦୁଃଖ ଓ ଅସନ୍ତୋଷ ଟ୍ଵିର୍ଟର, ଫେସବୁକ୍‌ ଓ ସୋସିଆଲ ମିଡିଆ ମାଧ୍ୟମରେ ଜାହିର କରିବା ସହ ରାଜ୍ୟସରକାରଙ୍କୁ ଅନୁରୋଧ କରିଥିଲେ କି ସବୁ ବର୍ଗର କର୍ମଚାରୀଙ୍କୁ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ ଯୋଗାଇ ଦେବାପାଇଁ।

ପ୍ରକାଶଥାଉକି ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ନିଷ୍ପତ୍ତିକ୍ରମେ ଓଡ଼ିଶାରେ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ମିଳିତ ଭାବେ ଲାଗୁ କରିଛନ୍ତି। ଏଥିରେ ରାଜ୍ୟର ୩କୋଟି ୪୬ଲକ୍ଷ ଲୋକ ଦେଶର ୨୯ ହଜାର ଘରୋଇ ଏବଂ ସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଥିବାବେଳେ ଓଡିଶାରେ କାମ କରୁଥିବା ବିଭିନ୍ନ ବିଭାଗରେ ହଜାର ହଜାର କର୍ମଚାରୀ ସ୍ୱାସ୍ଥ୍ୟ ଯୋଜନାରୁ ବଞ୍ଚିତ ହଉଛନ୍ତି।

ସରକାରଙ୍କ ସବୁ ଯୋଜନାକୁ ସଫଳ ରୂପାୟନ କରୁଥିବା ଓ ବିକଶିତ ଓଡିଶାକୁ ଆଗକୁ ନେଉଥିବା ଏହି ଅସହାୟ କର୍ମଚାରୀଙ୍କ ପାଇଁ ଏହି କ୍ୟାସଲେସ ଯୋଜନାକୁ ଲାଗୁ କରିବା ନିମନ୍ତେ ଆଜି ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ ଏବଂ ମୁଖ୍ୟ ଶାସନ ସଚିବକୁ ଓଡିଶାର ୫ ଲକ୍ଷ ସରକାରୀ କର୍ମଚାରୀ ଏବଂ ୩.୫ ଲକ୍ଷ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ସେମାନଙ୍କ ପରିବାର ତରଫରୁ ଅନୁରୋଧ କରିବାସହ ସମସ୍ତ ମନ୍ତ୍ରୀ, ବିଧାୟକ, ସଚିବ ଓ ଜିଲ୍ଲାପାଳଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀକୁ ଦାବିପତ୍ର ପ୍ରଦାନ କରାଯିବା ପାଇଁ ନିଷ୍ପତି ନିଆଯାଇଛି।

ଯଦି ରାଜ୍ୟସରକାର ଏକ ମାସ ମଧ୍ୟରେ କ୍ୟାସ୍‌ଲେସ୍ ହେଲଥ୍ କାର୍ଡ କର୍ମଚାରୀ ମାନଙ୍କ କ୍ଷେତ୍ର ରେ ଲାଗୁ ନକରନ୍ତି, ଏକ ବୃହତ ଆନ୍ଦୋଳନ ଭୁବନେଶ୍ୱର ଠାରେ କରାଯିବ ବୋଲି ମହାସଂଘର ରାଜ୍ୟ ସଭାପତି ବିଜୟ ମଲ୍ଲ, ମହାସଚିବ ଅଶ୍ବିନୀ ମିଶ୍ର, ପ୍ରଦୀପ ପ୍ରଧାନ, ଶ୍ଶୁଭ୍ରଜିତ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା, କ୍ଷୀତିଶ ପଣ୍ଡା, ତୁଷାର କାନ୍ତ ରାଉତ, ପ୍ରଭାତ ତିୱାରୀ, ଗୁରୁଗୋବିନ୍ଦ ଦଳାଇ, ପ୍ରଶାନ୍ତ ରାଉରାୟ, ମନୋଜ ଜେନା, ଆଦିତ୍ୟ ନାରାୟଣ ସ୍ୱାଇଁ, ଅନୀତା ବେହେରା, ଶିବ ଶଙ୍କର ସାହୁ ପ୍ରମୁଖ ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଜଣାଇଛନ୍ତି।

କ୍ୟାସ୍‌ଲେସ୍ ହେଲଥ୍ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.