
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅର୍ନ୍ତଗତ ଜାତୀୟ ରାଜପଥ ବଡପଦରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗୋଟିଏ କାର୍ କୁ ଅନ୍ୟ ଏକ କାର ପଛ ପଟୁ ଧକ୍କା ଦେବା ଫଳରେ ଦୁଇଟି ଯାକ କାର୍ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି।
ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅନ୍ୟପକ୍ଷରେ ଚମାଖଣ୍ଡି ଘଟଣାର ପୋଲିସ ତଦନ୍ତ ଆରମ୍ଭ କରିଛି।