Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ଵିତୀୟ ଶ୍ରୀକ୍ଷେତ୍ର ଗୁଣ୍ଡିଚା ଯାତ୍ରା: ରଣପୁର ରାଜାଙ୍କ ଛେରାପହଁରା ନୀତି ପରେ ଟଣା ହେଲା ରଥ
ଆଜିର ଖବର

ଦ୍ଵିତୀୟ ଶ୍ରୀକ୍ଷେତ୍ର ଗୁଣ୍ଡିଚା ଯାତ୍ରା: ରଣପୁର ରାଜାଙ୍କ ଛେରାପହଁରା ନୀତି ପରେ ଟଣା ହେଲା ରଥ

June 28, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଦ୍ଵିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ରଣପୁର ଜଗନ୍ନାଥ ମନ୍ଦିରରେ ତିନି ଠାକୁରଙ୍କୁ ନୀତିକାନ୍ତି ଭାବେ ପୂଜାର୍ଚ୍ଚନା ହୋଇଥିଲା। ପ୍ରଥମେ ଅବକାଶ ବଲ୍ଲଭ ନୀତି ସମ୍ପନ୍ନ କରାଯାଇଥିଲା। ଏହା ପରେ ସକାଳ ସାଢେ ୧୦ ବେଳେ ରଥ ପ୍ରତିଷ୍ଠା କରାଯାଇଥିଲା।

ଏହା ପରେ ସାଢେ ୧୧ ଟା ବେଳେ ସକାଳ ଧୂପ କରାଯାଇଥିଲା। ଅପରାହ୍ନ ସାଢେ ୨ ଦିଟା ବେଳେ ପହଣ୍ଡି ବିଜେ କରାଯାଇଥିଲା। ଆଖପାଖ ଅଞ୍ଚଳର ପ୍ରାୟ ଲକ୍ଷାଧିକ ଭକ୍ତଙ୍କ ଭିଡ଼ରେ ଘଣ୍ଟ, ହୁଳହୁଳି, ବାଜାରେ ୩ ଠାକୁରଙ୍କୁ ପହଣ୍ଡି କରି ରଥ ଉପରକୁ ଅଣା ଯାଇଥିଲା।

ଏହା ପରେ ଅପରାହ୍ଣ ୪ ଟା ବେଳେ ରଣପୁର ରାଜା ଦିଲ୍ଲୀପ ଚନ୍ଦ୍ର ସିଂହଦେଓ ତିନି ରଥରେ ଛେରା ପଂହଁରା କରିଥିଲେ। ପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥକୁ ଭକ୍ତ ମାନେ ଟାଣି ମାଉସୀ ମା ମନ୍ଦିର ନିକଟକୁ ଅଣାଥିଲେ। ସନ୍ଧ୍ୟା ହୋଇ ଯାଇଥିବାରୁ ରଥ ଟଣା କାର୍ଯ୍ୟ ବନ୍ଦ କରାଯାଇଥିଲା, ଯାହା ଫଳରେ ଗୁଣ୍ଡିଚା ମନ୍ଦିର ନିକଟରେ ମା ଶୁଭଦ୍ରା ଓ କାଳିଆ ସାଆନ୍ତଙ୍କ ରଥ ଅଟକି ରହିଛି।

ଆଜି (ଶନିବାର) ଅପରାହ୍ନ ଦିବା ୧ ଘଟିକା ସମୟରେ ରଥ ଟଣା ଆରମ୍ଭ ହେବ ବୋଲି ଦେବୋତ୍ତର ବିଭାଗ ଅଧିକାରୀ ତଥା ରଣପୁର ତହସିଲଦାର ଆର୍ଯ୍ୟ କୁମାର ସର୍ଭଦମନ ସୂଚନା ଦେଇଛନ୍ତି।

ଓଡିଶାର ବାଚସ୍ପତି ସୁରମା ପାଢ଼ୀ ରଥ ଉପରେ ରଥ ନିର୍ମାଣ କରିଥିବା ମହାରଣାମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଣପୁର ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା, ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ରଣପୁର ବିଜ୍ଞାପିତ ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସାମନ୍ତ ବିଶ୍ୱମ୍ବର ମହାପାତ୍ର, ନୟାଗଡ ଜିଲ୍ଲା ବିଜେପି ସଭାପତି ତାପସ ମାର୍ଥା, ଆଇନଜୀବୀ ପ୍ରିୟବ୍ରତ ପ୍ରହରାଜ, ପରେଶ ମିଶ୍ର, ଅଭିଷେକ ସାମନ୍ତରାୟ, ନିର୍ମଳ କୁମାର ମତ୍ତଗଜସିଂହ, ସାହିଲ ମହାପାତ୍ର, ବାପି ଦାଶଙ୍କ ସହିତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ସନ୍ଧ୍ୟାରେ ସଂଗୀତଜ୍ଞ ସତ୍ୟନାରାୟଣ ମହାପାତ୍ରଙ୍କ ତତ୍ୱାବଧାନରେ ‘ଶ୍ରୁତି ସୁଧା’ ଭଜନ ସମାରୋହ ମାଧ୍ୟମରେ ଭଜନ ପରିବେଷଣ କରାଯାଇଥିଲା। ଗୁଣ୍ଡିଚା ଯାତ୍ରାରେ ପ୍ରାୟ ଏକ ଲକ୍ଷରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା। ପୋଲିସ ପ୍ରଶାସନ ତରଫରୁ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

ଦ୍ଵିତୀୟ ଶ୍ରୀକ୍ଷେତ୍ର ମାଉସୀ ମା ମନ୍ଦିର ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.