Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ବଲପୁରରେ ବିଭିନ୍ନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ସମ୍ବଲପୁରରେ ବିଭିନ୍ନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ

July 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁରରେ ବିଭିନ୍ନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପର ଶୁଭାରମ୍ଭ ସହ ସମ୍ବଲପୁର ଆରଡ଼ିସି କାର୍ଯ୍ୟାଳୟ ପରିସରରେ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି।

ଶ୍ରୀ ପ୍ରଧାନ ଏହି ଗସ୍ତ କାଳରେ ପ୍ରଥମେ ସମ୍ବଲପୁରର କଣ୍ଟାପାଲି ଠାରେ ବରଗଡ଼ ପାର୍ଶ୍ୱ ଏବଂ ପରଢିଆପାଲୀ ଝାରସୁଗୁଡ଼ା ପାର୍ଶ୍ୱ  “ଐହିତ୍ୟ ସ୍ୱାଗତମ୍ ସମ୍ବଲପୁର ତ୍ୱରଣ”ର ଉଦଘାଟନ କରିଥିଲେ। ସମ୍ବଲପୁର ଦୁର୍ଗାପାଲି ଛକରେ ବିଭିନ୍ନ ସୌନ୍ଦର୍ଯ୍ୟମୂଳକ ପ୍ରକଳ୍ପର ଲୋକାର୍ପଣ କରିଥିଲେ କେନ୍ଦ୍ରମନ୍ତ୍ରୀ। ଏହି ଅବସରରେ ସେ କହିଥିଲେ ସ୍ଥାନୀୟ ଅଞ୍ଚଳର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାର ଝଲକ ଥିବା ଲୋକାର୍ପିତ ସ୍ୱାଗତ ତ୍ୱରଣ ସହରକୁ ଯାଉଥିବା ପଥଚାରୀଙ୍କ ଶୋଭାବର୍ଦ୍ଧନ କରିବ। ସମ୍ବଲପୁର ମହାନଗର ନିଗମକୁ ଅଧିକ ସୁନ୍ଦର କରିବାରେ ଏହି ପଦକ୍ଷେପ ପ୍ରଶଂସନୀୟ। ସମ୍ବଲପୁରକୁ ଏକ ଆକର୍ଷଣୀୟ ସହର କରିବା ପାଇଁ ସମସ୍ତେ ଉଦ୍ୟମ କରିବା ଉପରେ ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ।

ପରବର୍ତ୍ତୀ ସମୟରେ ଶ୍ରୀ ପ୍ରଧାନ ସମ୍ବଲପୁର ଆରଡ଼ିସି କାର୍ଯ୍ୟାଳୟକୁ ଯାଇ ସେଠାରେ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଥିଲେ। ସମ୍ମିଳନୀ କକ୍ଷକୁ ‘ସ୍ୱଭାବ କବି ଗଙ୍ଗାଧର ମେହେର କକ୍ଷ’ରେ ନାମିତ ଏବଂ ଓଡ଼ିଶାର ବରପୁତ୍ରମାନଙ୍କର ପେନସିଲ୍ ଫଟୋଚିତ୍ର ଲୋକାର୍ପଣ କରିଥିଲେ। ଏହି ଅବସରରେ ଆୟୋଜିତ ଏକ ବୈଠକରେ କୁଦୋପାଲିରେ ଯୁଦ୍ଧ ସ୍ମାରକୀ ପ୍ରତିଷ୍ଠା, କୋଣାର୍କରେ ଲାଇଟ୍ ଆଣ୍ଡ ସାଉଣ୍ଡ୍ ସୋ’ ଓ ବାଖ୍ୟାନ କେନ୍ଦ୍ର ଭଳି ବ୍ୟବସ୍ଥା କରିବା ତଥା ଏକ କଳା ମହାବିଦ୍ୟାଳୟ ସ୍ଥାପନ କରିବା ଦିଗରେ ପ୍ରଶାସନିକ ଅଧିକାରୀମାନଙ୍କ ସହ କେନ୍ଦ୍ରମନ୍ତ୍ରୀ ଆଲୋଚନା କରିଥିଲେ।

ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଅଇଁଠାପାଲି ଠାରେ ନବନିର୍ମିତ ସିଦ୍ଧି ବିନାୟକ ମନ୍ଦିରରେ ଦର୍ଶନ କରିଥିଲେ।

ବୀର ସୁରେନ୍ଦ୍ର ସାଏ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026
Latest News

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026

ବାଣପୁର: ପଦ୍ମଶ୍ରୀ ଉପେନ୍ଦ୍ର ମହାରଥିଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧୋତ୍ସବ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.