ଆସନ୍ତା ସୋମବାରରେ ଖୋଲାଯିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଣ, ଜାଣନ୍ତୁ କଣ କରିବେ

Published: Jul 5, 2025, 6:54 pm IST

ଭୁବନେଶ୍ବର: ଆସନ୍ତା ଜୁଲାଇ ୭ ତାରିଖ ସୋମବାର ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ଗତ ୩୦.୦୬.୨୦୨୫ ରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ । ସେମାନେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ।

ଜୁନ୍ ୩୦ ତାରିଖ ପାଇଁ ପୂର୍ବରୁ ପଞ୍ଜୀକରଣ କରିଥିବା ଆବେଦନକାରୀ ସେମାନଙ୍କ ପ୍ରାପ୍ତି ସ୍ୱୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ଆବେଦନ ପତ୍ର ସହ ନିର୍ଦ୍ଧାରିତ ୟୁନିଟ୍-୨, ଅଶୋକନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ( କ୍ୟାପିଟାଲ ନର୍ସରୀ) ଠାରେ ଜନ ଶୁଣାଣି ପାଇଁ ଉପସ୍ଥିତ ରହିବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ।

Related posts