Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ବାଇକକୁ ପିଟିଲା ବାଇକ, ଜଣେ ମୃତ, ଦୁଇ ଗୁରୁତର
ଆଜିର ଖବର

ବାଲୁଗାଁ: ବାଇକକୁ ପିଟିଲା ବାଇକ, ଜଣେ ମୃତ, ଦୁଇ ଗୁରୁତର

July 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ଦୁଇ ଜଣ ଗୁରୁତର ହୋଇଥିବା ଜଣାପଡିଛି। ଖବର ମୁତାବକ ଗଞ୍ଜାମ ଜିଲ୍ଲା ରମ୍ଭା ଅଞ୍ଚଳର ଦଣ୍ଡପାଣି ବେହେରାଙ୍କ ପୁଅ ସଞ୍ଜୟ ବେହେରା(୨୬) ଓ ସାଥୀ ଲଙ୍ଗଳେଶ୍ୱର ଗ୍ରାମର ସହଦେଵ ବେହେରା ବାଇକରେ (ଗାଡି ନଂ ଓଡ଼ି ୦୨ଏଇ ୫୭୨୩) ବାଲୁଗାଁରୁ ଗ୍ରାମକୁ ଫେରୁଥିବା ବେଳେ ନାଭାଲ ଫାଣ୍ଡି ଅନ୍ତର୍ଗତ ସୁବୁଦ୍ଧିପାଟଣା ଛକ ଠାରେ ବିପରୀତ ଦିଗରୁ ଅନ୍ୟ ଏକ ବାଇକ (ଗାଡି ନଂ କେଏ ୫୩ ପି ୫୭୩୬)କ୍କା ଦେଇଥିଲା। ଫଳରେ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ଖବର ପାଇ ଦୁର୍ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇ ଦେଇଥିବାବେଳେ,ଆହତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭୁବନେଶ୍ୱର ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ତନ୍ମଧ୍ୟରୁ ଜଣକ ମୃତ୍ୟୁ ଅଧା ବାଟରେ ହୋଇଥିବା ବେଳେ,ମୃତକ ଜଣଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯିବା ପରେ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି। ମୃତକ ଜଣକ ବାଲୁଗାଁ ପାଟଣା ସାହି ସ୍ବର୍ଗତ ଲଳିତ ମହାପାତ୍ରଙ୍କ ପୁଅ କୁନୁମୁନୁ ମହାପାତ୍ର (୨୦) ବୋଲି ଜଣାପଡ଼ିଛି। ଦୁର୍ଘଟଣା ସ୍ଥଳରେ ନାଭାଲ ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଦୁଇ ଗୁରୁତର ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026
Latest News

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.