ଆଜି ମହାପ୍ରଭୃଙ୍କ ଅଧରପଣା ନୀତି, ରଥ ଉପରେ ଭାଙ୍ଗିବ ପଣା ହାଣ୍ଡି, ଏମିତି କାହିଁକି ହୁଏ

Published: Jul 7, 2025, 9:11 am IST
RathYatra

ପୁରୀ: ଆଜି ସଂଧ୍ୟାରେ ତିନି ରଥରେ ପାଳିତ ହେବ ଅଧରପଣା ନୀତି। ଏଥିରେ ତିନିରଥରେ ତିନୋଟି ଲେଖାଏଁ ମୋଟ ନଅ ଟି ମାଟି ହାଣ୍ଡିରେ ପଣାଭୋଗ ଶ୍ରୀଜିୟୁଙ୍କୁ ଲାଗି କରାଯିବ।ସେବକମାନେ ଠାକୁରଙ୍କ ଅଧରକୁ ଛୁଇଁବା ପରି ହାଣ୍ଡି ବା ମାଟି ତୁମ୍ବରେ ପଣା ରଖି ଏହି ନୀତି କରିବୋ। ଏହାପରେ ରିତି ଅନୁସାରେ ଭୋଗ କରିବା ପରେ ରଥ ଉପରେ ହାଣ୍ଡି ଭଙ୍ଗାଯାଇଥିଲା। ଏହାର କାରଣ ହେଲା ସେହି ଭୋଗ ସେଠାରେ ଥିବା ଚଣ୍ଡିଚାମୁଣ୍ଡାଙ୍କୁ ପ୍ରଦାନ କରାଯାଇଥାଏ।

ସାଧାରଣତଃ ଆଷାଢ ଶୁକ୍ଳପକ୍ଷ ଦ୍ବାଦଶୀ ତିଥିରେ ଏହି ଅଧରପଣା ଭୋଗ କରାଯାଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଶ୍ରୀବିଗ୍ରହମାନଙ୍କର ଶ୍ରୀଅଧର ଉଚ୍ଚତା ବିଶିଷ୍ଟ ଲାଉତୁମ୍ବ ଭଳି ସ୍ୱତନ୍ତ୍ର ଶୈଳୀରେ ନିର୍ମିତ ମାଟିହାଣ୍ଡିରେ ପଣା ସବୁକୁ ରଥ ଉପରେ ରଖାଯାଇଥାଏ।

ପ୍ରତି ରଥରେ ୩ ହାଣ୍ଡି ହିସାବରେ ମୋଟ ୯ ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ। ଏହି ୯ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ।

ରଥଗୁଡ଼ିକରେ ଥିବା ପାର୍ଶ୍ୱଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଆସିଛି।

Related posts