Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

July 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଆଜି ବ୍ରାଜିଲ୍‌ର ରିଓ ଡି ଜେନେରୋଠାରେ ଅନୁଷ୍ଠିତ ୧୭ତମ ବ୍ରିକ୍ସ ସମ୍ମିଳନୀ ଅବସରରେ କ୍ୟୁବାର ରାଷ୍ଟ୍ରପତି ମିଗୁଏଲ୍ ଡିଆଜ୍‌-କାନେଲ ବର୍‌ମୁଡେଜଙ୍କୁ ସାକ୍ଷାତ କରିଛନ୍ତି। ଏହା ପୂର୍ବରୁ ୨୦୨୩ରେ ଜୋହାର୍ନ୍ସବର୍ଗରେ ଅନୁଷ୍ଠିତ ବ୍ରିକ୍ସ ସମ୍ମିଳନୀରେ ରାଷ୍ଟ୍ରପତି ଡିଆଜ-କାନଲେଙ୍କୁ ଭେଟିଥିଲେ, ଯେଉଁଠାରେ କ୍ୟୁବା ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଥିଲେ।

ଦୁଇ ନେତା ଆର୍ଥିକ ସହଯୋଗ, ବିକାଶ ସହଭାଗିତା, ଫିନ୍‌ଟେକ, କ୍ଷମତା ନିର୍ମାଣ, ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା, ବିପର୍ଯ୍ୟୟ ପରିଚାଳନା ଏବଂ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିଥିଲେ। ଡିଜିଟାଲ୍ କ୍ଷେତ୍ରରେ ବିଶେଷଜ୍ଞତାକୁ ସ୍ୱୀକାର କରି ରାଷ୍ଟ୍ରପତି ଡିଆଜ-କାନଲେ ଭାରତର ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି ଏବଂ ୟୁପିଆଇ ପ୍ରତି ଆଗ୍ରହ ପ୍ରକାଶ କରିଥିଲେ। ପ୍ରଧାନମନ୍ତ୍ରୀ ଆୟୁର୍ବେଦକୁ କ୍ୟୁବାର ସ୍ୱୀକୃତି ପାଇଁ ପ୍ରଶଂସା କରିଥିଲେ ଏବଂ କ୍ୟୁବାର ସାର୍ବଜନୀନ ସ୍ୱାସ୍ଥ୍ୟ ବ୍ୟବସ୍ଥାରେ ଆୟୁର୍ବେଦକୁ ସମନ୍ୱିତ କରିବା ପାଇଁ ସମର୍ଥନ ପ୍ରଦାନ କରିଥିଲେ। ପ୍ରଧାନମନ୍ତ୍ରୀ କ୍ୟୁବା ଦ୍ୱାରା ଭାରତୀୟ ଫାର୍ମାକୋପୋଇଆକୁ ସ୍ୱୀକୃତି ଦେବା ପାଇଁ ପ୍ରସ୍ତାବ ଦେଇଥିଲେ, ଯାହା ଭାରତୀୟ ଜେନେରିକ ଔଷଧର ଉପଲବ୍ଧତା ସହଜ କରାଇବ।

ଦୁଇ ନେତା ଗ୍ଲୋବାଲ ସାଉଥ ପାଇଁ ଚିନ୍ତାର କାରଣ ସ୍ୱାସ୍ଥ୍ୟ, ମହାମାରୀ ଏବଂ ଜଳବାୟୁ ପରିବର୍ତ୍ତନ କ୍ଷେତ୍ର ଉପରେ କାମ କରିବାକୁ ସହମତ ହୋଇଥିଲେ। ସେମାନେ ବହୁପକ୍ଷୀୟ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସହଯୋଗକୁ ପ୍ରଶଂସା କରିଥିଲେ।

ବ୍ରାଜିଲ ବ୍ରିକ୍ସ ସମ୍ମିଳନୀ ରିଓ ଡି ଜେନେରୋ
Share. Facebook Twitter LinkedIn Email WhatsApp Copy Link

Related Posts

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025
Latest News

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.