Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

July 7, 2025No Comments5 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାର ଗୁଡିକର ପୁନର୍ବିନ୍ୟାସ (Restructuring) କରାଯାଇଛି। ଆଜି ପୁରୁଣା ଭୁବନେଶ୍ୱର ସ୍ଥିତ ବିଏମ୍ ହାଇସ୍କୁଲରେ ଆୟୋଜିତ ବନମହୋତ୍ସବ ସପ୍ତାହ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏହି ନୂତନ ପୁରସ୍କାର ଆଜିଠାରୁ ହିଁ ଲାଗୁ ହୋଇଛି।

ଏହି କାର୍ଯ୍ୟକ୍ରମରେ ଚଳିତ ବର୍ଷ ବନ ସୁରକ୍ଷା ଓ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ ସ୍ତରୀୟ ପୁରସ୍କାର ଯୁଗ୍ମ ଭାବେ ପାଇଛନ୍ତି କଳାହାଣ୍ଡିର ‘ତୁଲଙ୍ଗପଦର ବନ ସୁରକ୍ଷା ସମିତି’ ଏବଂ କରଞ୍ଜିଆ ଫରେଷ୍ଟ ଡିଭିଜନର ‘ପାହାଡପୁର ବନ ସୁରକ୍ଷା ସମିତି’। ଉଭୟଙ୍କୁ  ମିଳିତ ଭାବେ ୪ ଲକ୍ଷ ଟଙ୍କା ପୁରସ୍କାର ଓ ସାର୍ଟିଫିକେଟ୍ ପ୍ରଦାନ କରାଯାଇଛି।

କଳାହାଣ୍ଡି ନର୍ଥ ଫରେଷ୍ଟ ଡିଭିଜନର ତୁଲଙ୍ଗପଦର ବନ ସୁରକ୍ଷା ସମିତି ବଜାରଗଡ ଜଙ୍ଗଲର  ୫୦ ହେକ୍ଟର ଅଞ୍ଚଳରେ ବୃକ୍ଷ ରୋପଣ କରି ଏହି ଅବକ୍ଷୟ ପ୍ରାପ୍ତ ଜଙ୍ଗଲର ପୁନରୁଧାର କରିପାରିଛନ୍ତି। ଏହି ସମିତିର ଉଦ୍ୟମ ଯୋଗୁଁ ଗତ ତିନି ବର୍ଷରେ ଏହି ଜଙ୍ଗଲରେ ଗୋଟିଏ ବି ବନାଗ୍ନି ଘଟଣା ଘଟି ନାହିଁ। ସେହିପରି କରଞ୍ଜିଆ ଫରେଷ୍ଟ ଡିଭିଜନର ପାହଡପୁର ବନ ସୁରକ୍ଷା ସମିତି ବୁଢିପାଟ ଜଙ୍ଗଲର ୧୫୯ ହେକ୍ଟର ଅଞ୍ଚଳରେ ନିୟମିତ ପାଟ୍ରୋଲିଂ କରି ଜଙ୍ଗଲର ସୁରକ୍ଷା କରିଛନ୍ତି। ଗତ ୫ବର୍ଷ ମଧ୍ୟରେ ଏହି ଜଙ୍ଗଲରେ ଗୋଟିଏ ବି ବନାଗ୍ନି ଘଟଣା ଘଟି ନାହିଁ। ଏହା ସହିତ ମନୁଷ୍ୟ-ହାତୀ ସଂଘର୍ଷ ଘଟଣା ମଧ୍ୟ ନିୟନ୍ତ୍ରଣକୁ ଆସିପାରିଛି।

ଏହି କାର୍ଯ୍ୟକ୍ରମରେ ନିଜର ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ଏକ ସୁନ୍ଦର ଓ ସବୁଜ ଓଡିଶା ଗଠନ କରିବା ପାଇଁ କହିଲେ ଯେ, ୨୦୩୬ ସୁଦ୍ଧା ଭିଜନ ଓଡିଶା କାର୍ଯ୍ୟକ୍ରମରେ ‘ସବୁଜ ଓଡିଶା’ ଗଠନ ଏକ ପ୍ରମୁଖ ଲକ୍ଷ୍ୟ। ଏହି ଲକ୍ଷ୍ୟ ହାସଲ ପାଇଁ ସମ୍ପ୍ରଦାୟ ନେତୃତ୍ୱାଧୀନ ଜଙ୍ଗଲ ଉଦ୍ୟୋଗ ମାଧ୍ୟମରେ ୧୦ ଲକ୍ଷ ସବୁଜ ଜୀବିକା ସୃଷ୍ଟି କରାଯିବ ଏବଂ ଓଡିଶାକୁ ପରିବେଶ ପର୍ଯ୍ୟଟନ କ୍ଷେତ୍ରରେ ଏକ ମଡେଲ ଭାବେ ବିକଶିତ କରାଯିବ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ସବୁଜ ଓଡିଶା ଯୋଜନାରେ ଆଦିବାସୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ଶାଳ, ତେନ୍ତୁଳି, ବାଁଉଶ ଓ ଔଷଧୀୟ ଉଦ୍ଭିଦ ପାଇଁ ୧୦୦ ରୁ ଅଧିକ ପ୍ରକ୍ରିୟା କରଣ କେନ୍ଦ୍ର ପ୍ରତିଷ୍ଠା କରାଯିବ ଏବଂ ଏହାଦ୍ୱାରା ୫ ହଜାର କୋଟି ଟଙ୍କାରୁ ଅଧିକ ଆୟ କରାଯିବାର ଲକ୍ଷ୍ୟ ରଖାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ପ୍ରେରଣାରେ ଗତ ବର୍ଷ ଏକ୍ ପେଡ୍ ମା’ କେ ନାମ ଅଭିଯାନରେ ୬.୬୯ କୋଟି ଚାରା ରୋପଣ କରାଯାଇଥିଲା ଏବଂ ଓଡିଶା ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲା। ଚଳିତ ବର୍ଷ ‘ଏକ୍ ପେଡ୍ ମା’ କେ ନାମ-୨.୦’ ଅଭିଯାନରେ ୭.୫ କୋଟି ଚାରା ରୋପଣ କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ବଜ୍ରପାତରୁ ରକ୍ଷା ପାଇବା ପାଇଁ ଗତ ବର୍ଷ ସରକାର ୧୯ ଲକ୍ଷ ତାଳଗଛ ରୋପଣ କରିଥିଲେ ଏବଂ ଚଳିତ ବର୍ଷ ୧୮ ଲକ୍ଷ ତାଳ ଗଛ ରୋପଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଶିମିଳିପାଳକୁ ଜାତୀୟ ଉଦ୍ୟାନର ମାନ୍ୟତା ମିଳିବା ପରେ ଆମ ଶିମିଳିପାଳ ଯୋଜନାରେ ରାଜ୍ୟ ସରକାର ଏଠାରେ ୫୦ କୋଟି ଟଙ୍କା ବ୍ୟୟରେ ବନ୍ୟପ୍ରାଣୀ ଓ ଉଦ୍ଭିଦର ସଂରକ୍ଷଣ ପାଇଁ ଏକ ନୂତନ ପ୍ରୟାସ ଆରମ୍ଭ କରିଛନ୍ତି। ଶିମିଳିପାଳ ଭଳି ଜଙ୍ଗଲ ମାନଙ୍କରେ ନିଆଁ ଲାଗିବାକୁ ରୋକିବା ପାଇଁ AI ଆଧାରିତ ବନାଗ୍ନି ଚିହ୍ନଟ ବ୍ୟବସ୍ଥା କାର୍ଯ୍ୟକାରୀ କରିଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେହିପରି ମନୁଷ୍ୟ ଓ ବନ୍ୟପ୍ରାଣୀ ସଂଘର୍ଷରେ ଅନୁକମ୍ପା ମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି ବୋଲି ପ୍ରକାଶ କରି ବନ୍ୟପ୍ରାଣୀ ସଂଘର୍ଷରେ ଲୋକଙ୍କ ମୃତ୍ୟୁ ହେଲେ ସହାୟତା ରାଶି ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ। ଅନ୍ୟାନ୍ୟ କ୍ଷତିପୂରଣ ରାଶି ମଧ୍ୟ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ କହିଲେ ଯେ, ୨୦୨୫ ବନ ମହୋତ୍ସବର ବିଷୟବସ୍ତୁ ହେଉଛି “ଏକ ପେଡ଼୍ ମା କେ ନାମ୍” ଯାହାର ଅର୍ଥ “ମା’ଙ୍କ ନାମରେ ଗୋଟିଏ ଗଛ”। ଏହି ବିଷୟବସ୍ତୁ ବୃକ୍ଷରୋପଣ ପ୍ରୟାସକୁ ସେମାନଙ୍କର ମା’ଙ୍କ ପ୍ରତି ଉତ୍ସର୍ଗ କରିବାକୁ ଉତ୍ସାହିତ କରୁଛି। ପରିବେଶ, ଅର୍ଥନୀତି ଏବଂ ମାନବ କଲ୍ୟାଣ ପାଇଁ ଜଙ୍ଗଲ ବହୁମୁଖୀ ହିତ ସାଧନ କରେ। ଜଳବାୟୁ ନିୟନ୍ତ୍ରଣ, ଜଳ ବିଶୋଧନ ଏବଂ ଜୈବ ବିବିଧତା ସଂରକ୍ଷଣରେ ଜଙ୍ଗଲ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ, ଜୀବିକା ନିର୍ବାହରେ ସହାୟକ ହେବା ସଙ୍ଗେ ସଙ୍ଗେ କାଠ ଏବଂ ଖାଦ୍ୟ ଭଳି ସମ୍ବଳ ପ୍ରଦାନ କରିଥାଏ ।

ଏହି କାର୍ଯ୍ୟକ୍ରମରେ ଏକାମ୍ର ଭୁବନେଶ୍ୱର ବିଧାୟକ ବାବୁ ସିଂହ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଧାନମୁଖ୍ୟ ବନ ସଂରକ୍ଷକ ଓ ବନବାହିନୀ ମୁଖ୍ୟ ସୁରେଶ ପନ୍ତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଏମ୍ ହାଇସ୍କୁଲର ପ୍ରଧାନଶିକ୍ଷକ ସୀତାକାନ୍ତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ପୁରସ୍କାର ପୁନର୍ବିନ୍ୟାସ

ସୂଚନା ଯୋଗ୍ୟ ଯେ, ମାର୍ଚ୍ଚ ୨୧ ବିଶ୍ୱ ବନ ଦିବସ, ଜୁନ୍ ୫ ବିଶ୍ୱ ପରିବେଶ ଦିବସ, ଜୁଲାଇ ମାସରେ ବନ ମହୋତ୍ସବ ସପ୍ତାହ ପାଳନ ଏବଂ ଅକ୍ଟୋବର ମାସରେ ବନ୍ୟ ପ୍ରାଣୀ ସପ୍ତାହ ପାଳନ କରାଯାଇଥାଏ। ଏହି ସବୁ କାର୍ଯ୍ୟକ୍ରମରେ ବିଭିନ୍ନ କର୍ମଚାରୀ, ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ମାନଙ୍କୁ ପୁରସ୍କାର ଦିଆଯାଏ। ଯେହେତୁ ଏହା ଏକ ସାମାଜିକ ଦାୟିତ୍ୱ ତେଣୁ ଏଥିରେ ସମସ୍ତଙ୍କୁ ଅଧିକ ପ୍ରୋତ୍ସାହନ ପ୍ରଦାନ କରିବାର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ସବୁ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ କରିଛନ୍ତି। ଅନେକ ପୁରସ୍କାରର ସଂଖ୍ୟା ଓ ପୁରସ୍କାର ରାଶି ପରିମାଣ ମଧ୍ୟ ବୃଦ୍ଧି ହୋଇଛି। ଏହି ସମସ୍ତ ପୁରସ୍କାର ଆଜିଠାରୁ କାର୍ଯ୍ୟକାରୀ କରାଯାଉଛି।

ଏହି ପୁରସ୍କାର ଗୁଡିକ ହେଉଛି-

ବିଶ୍ୱ ବନ ଦିବସ (ମାର୍ଚ୍ଚ ୨୧)

ବନ ବିଭାଗର କ୍ଷେତ୍ର କର୍ମଚାରୀ ମାନଙ୍କ ପାଇଁ ରାଜ୍ୟ ବନ ପୁରସ୍କାର- ଏଥିରେ ୪ଜଣ ଫରେଷ୍ଟ ରେଞ୍ଜର, ୧୨ ଜଣ ଫରେଷ୍ଟର ଓ ୨୪ ଜଣ ଫରେଷ୍ଟ ଗାର୍ଡଙ୍କୁ ପୁରସ୍କାର ପ୍ରଦାନ କରାଯିବ। ସମସ୍ତଙ୍କୁ ମାନପତ୍ର, ମେଡାଲ ସହିତ ୧୦ ହଜାର ଟଙ୍କା  ଲେଖାଏ ପୁରସ୍କାର ଦିଆଯିବ।

ବନୀ କରଣ କିମ୍ବା ବୃକ୍ଷ ରୋପଣ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ପୁରସ୍କାର- ଏଥିରେ ପ୍ରତ୍ୟେକ ସବ୍‌ଡିଭିଜନ୍‌ର ଗୋଟିଏ ଶିକ୍ଷାନୁଷ୍ଠାନକୁ ୧୦ ହଜାର ଟଙ୍କା ଏବଂ ପ୍ରତ୍ୟେକ ସବଡିଭିଜନର ଗୋଟିଏ ଗ୍ରାମପଞ୍ଚାୟତକୁ ୨୦ ହଜାର ଟଙ୍କା ପୁରସ୍କାର ଦିଆଯିବ।

ବିଶ୍ୱ ପରିବେଶ ଦିବସ (ଜୁନ ୫)

ପ୍ରକୃତି ମିତ୍ର ପୁରସ୍କାର-ଏଥିରେ ପ୍ରତ୍ୟେକ ବ୍ଲକର ଗୋଟିଏ ଗ୍ରାମ, ଗୋଟିଏ ଶିକ୍ଷାନୁଷ୍ଠାନ କିମ୍ବା ଗୋଟିଏ ପଞ୍ଜିକୃତ ସଂସ୍ଥାକୁ ଉଲ୍ଲେଖନୀୟ କାମ ପାଇଁ ୧୦ ହଜାର ଟଙ୍କା ପୁରସ୍କାର ଦିଆଯିବ।

ପ୍ରକୃତି ବନ୍ଧୁ ପୁରସ୍କାର- ଏଥିରେ ପ୍ରତ୍ୟେକ ବ୍ଲକର ଜଣେ ବ୍ୟକ୍ତିକୁ ପରିବେଶର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ କାମ ପାଇଁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ।

ବନ ମହୋତ୍ସବ ସପ୍ତାହ (ଜୁଲାଇ ପ୍ରଥମ ସପ୍ତାହ)

ବନ ସୁରକ୍ଷା ଓ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର- ଏଥିରେ ବନ ସୁରକ୍ଷାରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଗୋଟିଏ ବନ ସୁରକ୍ଷା ସମିତିକୁ ରାଜ୍ୟ ସ୍ତରୀୟ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ପ୍ରମାଣପତ୍ର ସହିତ ୪ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ। ଏହା ସହିତ ପ୍ରତ୍ୟେକ ସବଡିଭିଜନରେ ମଧ୍ୟ ଗୋଟିଏ ଲେଖାଏ ବନ ସୁରକ୍ଷା ସମିତିକୁ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ।

ବନ୍ୟ ପ୍ରାଣୀ ସପ୍ତାହ (ଅକ୍ଟୋବର ମାସ)

ବନ୍ୟ ପ୍ରାଣୀ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର- ଏଥିରେ ବନ୍ୟ ପ୍ରାଣୀ ଓ ଜୈବ-ବିବିଧତା ସଂରକ୍ଷଣରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜଣେ ବ୍ୟକ୍ତି କିମ୍ବା ଗୋଟିଏ ଅନୁଷ୍ଠାନକୁ ରାଜ୍ୟ ସ୍ତରୀୟ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ଗୋଟିଏ ସାର୍ଟିଫିକେଟ୍ ଓ ୪ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ସେହିପରି ପ୍ରତ୍ୟେକ ସବଡିଭିଜନ ସ୍ତରରେ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟପାଇଁ ଗୋଟିଏ ସାର୍ଟିଫିକେଟ ଓ ୨୫ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯିବ।

ବନ ମହୋତ୍ସବ ବନ ସୁରକ୍ଷା ମୋହନ ଚରଣ ମାଝୀ ରାଜ୍ୟ ସ୍ତରୀୟ ପୁରସ୍କାର ସଂରକ୍ଷଣ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଡିଆରଏମ ଭାବରେ ଆଲୋକ ତ୍ରିପାଠୀଙ୍କ ଯୋଗଦାନ

July 28, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଯୋଗଦାନ କଲେ ଆଇଏଏସ ଅମ୍ରିତ୍ ଋତୁରାଜ

July 28, 2025

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଚାରି ରେଳ କର୍ମଚାରୀ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

July 28, 2025
Latest News

ରଣପୁର ବ୍ଲକ ଛାତ୍ର କଂଗ୍ରେସ ର କର୍ମୀ ସମ୍ମିଳନୀ

July 28, 2025

ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ଡିଆରଏମ ଭାବରେ ଆଲୋକ ତ୍ରିପାଠୀଙ୍କ ଯୋଗଦାନ

July 28, 2025

ଭାରତ-ଯୁକ୍ତରାଜ୍ୟ ବ୍ୟାପକ ବାଣିଜ୍ୟ ରାଜିନାମା ଯୋଗୁଁ ୩ ବର୍ଷରେ ୫୦% ବୃଦ୍ଧି ପାଇବ ଭାରତର କୃଷି ରପ୍ତାନି

July 28, 2025

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଯୋଗଦାନ କଲେ ଆଇଏଏସ ଅମ୍ରିତ୍ ଋତୁରାଜ

July 28, 2025

ପ୍ରଶଂସନୀୟ କାର୍ଯ୍ୟ ପାଇଁ ଚାରି ରେଳ କର୍ମଚାରୀ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ

July 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.