Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ
ଆଜିର ଖବର

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ

July 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
President
 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ଭୁବନେଶ୍ୱର: ଭାରତର ମାନ୍ୟବର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଆଲୋଚିତ ସୂଚନା ଅନୁସାରେ ଜୁଲାଇ ୧୪ ତାରିଖ ସଂଧ୍ୟାରେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ଆର୍ୟୁବିଜ୍ଞାନ ସଂସ୍ଥାନ(ଏମ୍ସ),  ଭୁବନେଶ୍ୱରର  ୫ମ ସମାବର୍ତ୍ତନ ସମାରୋହରେ ଯୋଗ ଦେବେ ଏବଂ  ଜୁଲାଇ ୧୫ ତାରିଖ ପୂର୍ବାହ୍ନରେ ରେଭେନ୍ସା ବିଶ୍ୱ ବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପରେ ପରେ ସେ କଟକ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଉନ୍ନତିକରଣ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଜୁଲାଇ ୧୫ ତାରିଖ ଅପରାହ୍ଣରେ ମାନ୍ୟବର ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନ ଯାଇ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ସେଠାରେ ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରିବା ସହ ‘‘କଳିଙ୍ଗ ରତ୍ନ ପୁରସ୍କାର-୨୦୨୪’’ ପ୍ରଦାନ କରିବେ।

ମାନ୍ୟବର ରାଷ୍ଟ୍ରପତି ୧୪ ତାରିଖ ଅପରାହ୍ଣରେ ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦର ଠାରେ ପହଁଚିବେ ଏବଂ  ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ରାଷ୍ଟ୍ରପତିଙ୍କୁ ବିମାନ ବନ୍ଦର ନିକଟରୁ  ପାଛୋଟି ଆଣିବା ଓ ପ୍ରତ୍ୟାବର୍ତ୍ତନ ସମୟରେ ମେଲାଣି ଦେବା ସହ ରାଜ ଭବନରେ ତାଙ୍କର ସାମୟିକ ରହଣି ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ଉତ୍ସବ ସ୍ଥଳରେ ଅଗ୍ନିଶମ ସେବା ବ୍ୟବସ୍ଥା, ସଡ଼କ ପଥରେ ଯାତ୍ରା ସମୟରେ କାର୍‌କେଡ୍‌ ପ୍ଲାନ, ଜରୁରୀ କାଳୀନ ଡାକ୍ତରୀ ଓ ସ୍ୱାସ୍ଥ୍ୟ ଯତ୍ନ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଯିବା ରାସ୍ତାର ଆବଶ୍ୟକ ମରାମତି ଓ ରକ୍ଷଣା ବେକ୍ଷଣ, ରାସ୍ତାର ପରିସ୍କାର ପରିଚ୍ଛନ୍ନତା, ଉତ୍ସବ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ସହ ଯଥେଷ୍ଟ ସଂଖ୍ୟକ ଅତିରିକ୍ତ ଜେନେରେଟର ବ୍ୟବସ୍ଥା ରଖିବା ସମ୍ପର୍କରେ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ପ୍ରସ୍ତୁତି ପରିପ୍ରେକ୍ଷୀରେ ଆବଶ୍ୟକ ମତେ  ବିକଳ୍ପ ବ୍ୟବସ୍ଥା ରଖାଯିବା ସହ ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନ ପାଇଁ ମୁଖ୍ୟ ଶାସନ ସଚିବ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।

ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ସତ୍ୟବ୍ରତ ସାହୁ, ପୁଲିସ ମହା ନିର୍ଦ୍ଦେଶକ ୱାଇ ବି ଖୁରାନିଆଙ୍କ ସମେତ ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ, କେନ୍ଦ୍ରାଞ୍ଚଳ ରାଜସ୍ବ ଆଯୁକ୍ତ, କଟକ ଓ ଖୋର୍ଦ୍ଧା ଜିଲ୍ଲାପାଳ ଓ ଅନ୍ୟ  ସମ୍ପୃକ୍ତ କାର୍ଯ୍ୟାଳୟର ଉଚ୍ଚ କର୍ତ୍ତ୍ତୃପକ୍ଷମାନେ ବୈଠକରେ ଯୋଗ  ଦେଇଥିଲେ।

ଓଡିଶା ଗସ୍ତ ଦୌପଦୀ ମୁର୍ମୁ ମନୋଜ ଆହୁଜା ରାଜ୍ୟସ୍ତରୀୟ ପ୍ରସ୍ତୁତି
Share. Facebook Twitter LinkedIn Email WhatsApp Copy Link

Related Posts

ଘର ଅଗଣାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ!

October 21, 2026

ପୁରୀ-ବାଦାମପାହାଡ଼ ମଧ୍ୟରେ ଗଡ଼ିବ ସିଧା ଟ୍ରେନ୍, ମୟୂରଭଞ୍ଜବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ହେବ ସାକାର

October 21, 2026

iPhone ବ୍ୟବହାରକାରୀଙ୍କ ପାଇଁ ଆସିପାରେ ନୂଆ ପେମେଣ୍ଟ ବିକଳ୍ପ, Apple Payକୁ ମିଳିବ ଚ୍ୟାଲେଞ୍ଜ!

October 20, 2026

CJP ପ୍ରସଙ୍ଗରେ ନବୀନଙ୍କ ସ୍ପଷ୍ଟ ଆଭିମୁଖ୍ୟ : ନବୀନଙ୍କ ଏକ୍ସ ପୋଷ୍ଟକୁ ନେଇ ଚର୍ଚ୍ଚା

October 20, 2026
Latest News

ଘର ଅଗଣାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ!

October 21, 2026

କିଡନୀ ଷ୍ଟୋନ୍ ସମସ୍ୟାରୁ ମୁକ୍ତି ପାଇଁ କିଛି ସହଜ ଘରୋଇ ଉପଚାର

October 21, 2026

ଭାରତ-ଆମେରିକା ଶୀଘ୍ର ହେବ ବାଣିଜ୍ୟ ଚୁକ୍ତି : ମାର୍କୋ ରୁବିଓ

October 21, 2026

ଆୟକର ନିୟମରେ ବଡ଼ ପରିବର୍ତ୍ତନ! TDS ପାଇଁ ଆଉ ୪ଟି ଫର୍ମ ନୁହେଁ, ଗୋଟିଏ ଫର୍ମରେ ହେବ ସବୁ କାମ

October 21, 2026

ଭାରତର ୩ ଶତ୍ରୁ: ଏକଜୁଟ ହେବାକୁ ମୋଦୀଙ୍କ ଆହ୍ୱାନ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.