Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ଗିଲ୍‌ ବିଜୟ ଦିବସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଆଜିର ଖବର

କାର୍ଗିଲ୍‌ ବିଜୟ ଦିବସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

July 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି କାରଗିଲ ବିଜୟ ଦିବସ । ଦେଶବ୍ୟାପୀ କାରଗିଲ ବିଜୟର ବିଂଶତମ ବର୍ଷପୂର୍ତ୍ତି ପାଳନ କରାଯାଉଛି । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ କାରଗିଲ ବିଜୟ ଦିବସ ବାର୍ତ୍ତା ଦେଇଛନ୍ତି । କାରଗିଲ ବିଜୟ ଦିବସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ବାର୍ତ୍ତା ଦେଇ କହିଛନ୍ତି, 1999 କାରଗିଲ ବିଜୟ ଆମ ବୀର ଯବାନଙ୍କୁ ସ୍ମରଣ କରିବାର ଦିବସ । ଦେଶର ସୁରକ୍ଷା କରିଥିବା ବୀର ଯୋଦ୍ଧାଙ୍କ ଧୈର୍ଯ୍ୟକୁ ଆମେ ସମ୍ମାନ କରିବା ଆବଶ୍ୟକ । କାରଗିଲରେ ଶହୀଦ ଯବାନଙ୍କ ପ୍ରତି ଆମେ ସର୍ବଦା ଋଣୀ ରହିବା ବୋଲି କୋବିନ୍ଦ କହିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ବିଟ୍‌ କରି ଯବାନ ମାନଙ୍କ ପ୍ରତି ନିଜର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ମାତୃଭୂମିର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ଭାରତ ମାତାର ସମସ୍ତ ବୀରପୁତ୍ରଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି । କାର୍ଗିଲ୍‌ ବିଜୟ ଦିବସ ଦେଶର ବୀର ଯବାନଙ୍କ ସାହସ, ସମର୍ପଣ ଓ ବୀରତ୍ଵର ଗାଥା ଆମକୁ ମନେ ପକାଇ ଥାଏ ବୋଲି ମୋଦି ଟ୍ବିଟ୍‌ରେ ଉଲ୍ଲେଖ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026

ଶ୍ରୀଲଙ୍କା: ବୁଡ଼ିଯାଇଥିବା ଇରାନୀ ଯୁଦ୍ଧଜାହାଜରୁ ନୌସୈନିକଙ୍କ ମୃତଦେହ ଉଦ୍ଧାର

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.