Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁଶୁଡିଲା ୧୦୦ ବର୍ଷର ପୁରୁଣା ବିଦ୍ୟାଳୟର କାନ୍ଥ: ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ
ଆଜିର ଖବର

ଭୁଶୁଡିଲା ୧୦୦ ବର୍ଷର ପୁରୁଣା ବିଦ୍ୟାଳୟର କାନ୍ଥ: ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

July 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ୧୦୦ ବର୍ଷର ଏକ ପୁରୁଣା ବିଦ୍ୟାଳୟର ବଡ ଅଘଟଣ ଟଳିଯାଇଛି। କିଛି ଦିନ ହେଲା ଲଗାଣ ବର୍ଷା ଯୋଗୁଁ ବିଦ୍ୟାଳୟର କାନ୍ଥ ଭୁଷୁଡିପଡିଛି। ସୌଭାଗ୍ୟବଶତଃ ଛାତ୍ରଛାତ୍ରୀମାନଙ୍କର କୌଣସି କ୍ଷୟକ୍ଷତି ଖବର ହସ୍ତଗତ ହୋଇନାହିଁ।

ସୂଚନାରୁ ପ୍ରକାଶ ଯେ, ନାକଟିଦେଉଳ ବ୍ଲକ ଡଇଁଚା ଗ୍ରାମରେ ଏକ ପ୍ରାଥମିକ ବିଦ୍ୟାଳୟ ରହିଛି। ଚଳିତ ବର୍ଷ ଜୁନ ମାସରେ ପ୍ରବଳ ବର୍ଷା ଯୋଗୁଁ ୧୦୦ ବର୍ଷର ବିଦ୍ୟାଳୟର କାନ୍ଥ ଭୁଶୁଡି ପଡିଛି। ସୋଭାଗ୍ୟବଶତଃକୁ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀ ସୁରକ୍ଷିତ ଅଛନ୍ତି। ବିଦ୍ୟାଳୟ ପରିସରରେ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ରହିଛି। ସେଇ ବାଟ ଦେଇ ଅଙ୍ଗନବାଡି ର ଶିଶୁ ମାନେ ଯିବା ଆସିବା କରିଥାନ୍ତି। ବର୍ତ୍ତମାନ ଏହି ବିଦ୍ୟାଳୟରେ ଛାତ୍ର ଛାତ୍ରୀ ୭୯ଜଣ ପଢୁଛନ୍ତି। ଶିଶୁବାଟିକା ଠାରୁ ଆରମ୍ଭ କରି ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ପାଠ ପଢୁଛନ୍ତି।

ବିଦ୍ୟାଳୟରେ ଥିବା ଶ୍ରେଣୀ କୋଠରୀ ଠାରୁ ଆରମ୍ଭ କରି ଅଫିସ ପର୍ଯ୍ୟନ୍ତ କୋଠାରୁ ପାଣି ଝରୁଛି। ଅଫିସ କୋଠାର ଛାତରୁ ପାଣି ଝରୁ ଥିବାରୁ ପ୍ରଧାନ ଶିକ୍ଷକ ଅଫିସ କାର୍ଯ୍ୟ ସମ୍ପାଦନ କରି ପାରୁ ନାହାନ୍ତି। ଅଫିସ ଆଲମିରାକୁ ପଲିଥିନ ଦ୍ୱାରା ଘୋଡାଇ ରଖିଛନ୍ତି। ଅଫିସ କୋଠାର ଛାତରୁ ସିମେଣ୍ଟ ଖଣ୍ଡ ପଡୁଥିବାରୁ ଶିକ୍ଷକ ଅଫିସ ଭିତରେ ନିଜକୁ ସୁରକ୍ଷା ମଣୁ ନାହାନ୍ତି। ଏଥିପାଇଁ ଗୋଟିଏ କୋଠରୀରେ ଛାତ୍ରଛାତ୍ରୀ ବସି ପାଠ ପଢୁଛନ୍ତି। ବର୍ତ୍ତମାନ ଗୋଟିଏ କୋଠରୀରେ ୭୯ ଜଣ ଛାତ୍ର ଛାତ୍ରୀ ବସି ପାଠ ପଢିବାରେ ଶିକ୍ଷକମାନେ ପଢାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ପୂର୍ବରୁ ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ ମାନଙ୍କୁ ଲିଖିତାକାରରେ ଜଣାଇଥିବାର ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶ୍ଵିନୀ କର ଆମ ପ୍ରତିନିଧିଙ୍କ ଠାରେ ପ୍ରକାଶ କରିଛନ୍ତି।  ସରକାର ଏହି ବିଦ୍ୟାଳୟ ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।

ଡଇଁଚା ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.