Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏନସିଇଆରଟି ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୫ ଅନୁଷ୍ଠିତ
ଆଜିର ଖବର

ଏନସିଇଆରଟି ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୫ ଅନୁଷ୍ଠିତ

July 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଜାତୀୟ ଶିକ୍ଷା ଗବେଷଣା ଏବଂ ପ୍ରଶିକ୍ଷଣ ପରିଷଦ (ଏନସିଇଆରଟି) ର ବିଭିନ୍ନ ଶିକ୍ଷକ-ଶିକ୍ଷା କାର୍ଯ୍ୟକ୍ରମରେ ପ୍ରବେଶ ପାଇଁ ସାଧାରଣ ପ୍ରବେଶିକା ପରୀକ୍ଷା (ସିଇଇ-୨୦୨୫) ସଫଳତାର ସହ ଅନୁଷ୍ଠିତ ହୋଇଛି। ଭୁବନେଶ୍ୱର, ଭୋପାଳ, ମୈସୁରୁ, ଆଜମେର, ଶିଲଂ ଏବଂ ନେଲୋରରେ ଅବସ୍ଥିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ବିଏ-ବିଏଡ୍, ବିଏସସି-ବିଏଡ୍, ଏମଏସସି-ଏମଏଡ୍, ବିଏଡ୍, ଏମଏଡ୍, ବିଏଡ୍-ଏମଏଡ୍ ଏବଂ ଏମଏ (ଶିକ୍ଷା ପ୍ରଯୁକ୍ତିବିଦ୍ୟା) ଆଦି ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା।

ଚଳିତ ବର୍ଷ ପ୍ରବେଶିକା ପରୀକ୍ଷା ୧୩ ଜୁଲାଇ ୨୦୨୫ (ରବିବାର) ରେ କମ୍ପ୍ୟୁଟର-ଆଧାରିତ ପରୀକ୍ଷା (ସିବିଟି) ସାରା ଦେଶରେ ୮୦ଟି ପରୀକ୍ଷା କେନ୍ଦ୍ରରେ ସୁଗମ ଭାବରେ ପରିଚାଳନା କରାଯାଇଥିଲା। ଏଥିରେ ଓଡ଼ିଶାର ୪୪ଟି ପରୀକ୍ଷା କେନ୍ଦ୍ର ଅନ୍ତର୍ଭୁକ୍ତ ଥିଲା। ଏହି ପରୀକ୍ଷା ପାଇଁ ମୋଟ ୨୨ ହଜାରରୁ ଅଧିକ ପ୍ରାର୍ଥୀ ପଞ୍ଜୀକରଣ କରିଥିଲେ । ଏନସିଇଆରଟି-ସମ୍ବନ୍ଧିତ ଶିକ୍ଷକ-ଶିକ୍ଷା କାର୍ଯ୍ୟକ୍ରମରେ ନାମ ଲେଖା ପାଇଁ ଆଶାୟୀଙ୍କ ନିମନ୍ତେ ଏହି ପରୀକ୍ଷା ଏକ ପ୍ରମୁଖ ପ୍ରବେଶ ମାର୍ଗ।

ନୋଡାଲ୍ ପ୍ରତିଷ୍ଠାନ ଭାବରେ, ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱର ପରୀକ୍ଷାର ସୁଗମ ପରିଚାଳନା କରିଛି। ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱରର ଅଧ୍ୟକ୍ଷା ପ୍ରଫେସର ମାନସୀ ଗୋସ୍ୱାମୀ, ଏବଂ ସିଇଇ-୨୦୨୫ ଜାତୀୟ ସଂଯୋଜକ ଡକ୍ଟର ଅରୂପ କୁମାର ସାହା ଏହି ଗୁରୁତ୍ୱପୂର୍ଣ୍ଣ ପରୀକ୍ଷା ପରିଚାଳନା କରିଥିଲେ।

ଏଥିରେ ଏନସିଇଆରଟି ନିର୍ଦ୍ଦେଶକ, ଯୁଗ୍ମ ନିର୍ଦ୍ଦେଶକ ଓ ସଚିବ ପ୍ରମୁଖ ମାର୍ଗଦର୍ଶନ ଦେଇଥିଲେ। ପରୀକ୍ଷାର ସଫଳ ପରିଚାଳନାରେ ସହାୟତା କରିଥିବାରୁ ଅଧ୍ୟକ୍ଷା ପ୍ରଫେସର ଗୋସ୍ୱାମୀ ସମସ୍ତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଇଛନ୍ତି।

ଏନସିଇଆରଟି
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026
Latest News

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.