Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ବଦଳି ଜିଲ୍ଲାପାଳଙ୍କୁ ବିଦାୟୀ ସମ୍ବର୍ଦ୍ଧନା
ଆଜିର ଖବର

ଖୋର୍ଦ୍ଧା: ବଦଳି ଜିଲ୍ଲାପାଳଙ୍କୁ ବିଦାୟୀ ସମ୍ବର୍ଦ୍ଧନା

July 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ପୁରୀ ଜିଲ୍ଲାପାଳ ଭାବେ ବଦଳି ହୋଇଥିବା ପୂର୍ବତନ ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣାଙ୍କୁ ଖୋର୍ଦ୍ଧା ଜିଲ୍ଲାପ୍ରଶାସନ ଓ ଖୋର୍ଦ୍ଧା କଲେକ୍ଟୋରେଟ୍ ଷ୍ଟାଫ୍ କମିଟି ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଅଛି। ଭାରାପ୍ରାପ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ବୈଠକରେ ଆରକ୍ଷୀ ଅଧିକ୍ଷକ ସାଗାରିକା ନାଥ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ରୁଦ୍ର ନାରାୟଣ ମହାନ୍ତି, ଖୋର୍ଦ୍ଧା ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ଭୁବନେଶ୍ୱର ଉପଜିଲ୍ଲାପାଳ ଡ. ମନୋରଞ୍ଜନ ସାହୁ, ଖୋର୍ଦ୍ଧା ଅବକାରୀ ଅଧିକ୍ଷକ ସୁମିତ୍ରା ତ୍ରିପାଠୀ, ଭୁବନେଶ୍ବର ଆରକ୍ଷୀ ଅଧିକ୍ଷକ ଦେବାଶିଷ ପଟେଲ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ଅଧିକ୍ଷଣ ଯନ୍ତ୍ରୀ (ପୂର୍ତ୍ତ) ଶିବଲାଲ ସାହୁ, ଡେପୁଟି କଲେକ୍ଟର (ଜରୁରୀ) ଶ୍ରୀତପା ମିଶ୍ର, ଡେପୁଟି କଲେକ୍ଟର (ସାଧାରଣ ଓ ବିବିଧ) ପ୍ରଧାନ ଟୁଲିଆମା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଡି ପି ସି (ମିଶନ ଶକ୍ତି) ରାଜ ଗୋପାଳ ଦାସ, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ ପ୍ରମୁଖ ଯୋଗଦେଇ ପୂର୍ବତନ ଜିଲ୍ଲାପାଳ ଶ୍ରୀ ରାଣାଙ୍କ ପ୍ରଶାସନିକ କାର୍ଯ୍ୟ ଦକ୍ଷତାକୁ ଭୂୟସୀ ପ୍ରଶଂସା କରିଥିଲେ।

ସେହିପରି ମଧ୍ୟ ପୂର୍ବତନ ଜିଲ୍ଲାପାଳ ଶ୍ରୀ ରାଣା ସମସ୍ତ ଅଧିକାରୀ, ପୋଲିସ ପ୍ରଶାସନ ଏବଂ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମସ୍ତ ଅଧିକାରୀ, କର୍ମଚାରୀ, କଲେକ୍ଟୋରେଟ୍ ଷ୍ଟାଫ୍ କମିଟି,ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କର ସହଯୋଗରେ ନିର୍ବାଚନ କାର୍ଯ୍ୟ ପରିଚାଳନା ଠାରୁ ବର୍ଷ ଏକ ଉପଲବ୍ଧି ଅନେକ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକ୍ରମ ସଫଳ ଭାବେ ଅନୁଷ୍ଠିତ ହୋଇ ଥିବାରୁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ବୈଠକରେ ଭାରପ୍ରାପ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଏବଂ ସମସ୍ତ ବରିଷ୍ଠ ପ୍ରଶାସନିକ ଅଧିକାରୀ ବୃନ୍ଦ ପୂର୍ବତନ ଜିଲ୍ଲାପାଳ ଶ୍ରୀ ରାଣାଙ୍କୁ ବୃକ୍ଷ ଚାରାକୁଣ୍ଡ, ଶ୍ରୀ ଜଗନ୍ନାଥ ଶ୍ରୀ ଶ୍ରୀ ବଳଭଦ୍ର, ମା ସୁଭଦ୍ରାଙ୍କ ଫଟୋ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ ସହ ତାଙ୍କର ଭବିଷ୍ୟତ ଉତ୍ତୋରତ୍ତର କାମନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଉପନିବନ୍ଧଂକ, ସମବାୟ ସମିତି,ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଏ ପି ଡି, ଅର୍ଥ, ଜିଲ୍ଲା ପରିଷଦ, ସମସ୍ତ ବିଡ଼ିଓ, ସମସ୍ତ ତହସିଲଦାର, ସମସ୍ତ ଡେପୁଟି କଲେକ୍ଟର ବୃନ୍ଦ ଯୋଗଦେଇ ପୂର୍ବତନ ଜିଲ୍ଲାପାଳଙ୍କୁ ବିଦାୟ ସମ୍ବର୍ଦ୍ଧନା ଜଣାଇଥିଲେ।

ଖୋର୍ଦ୍ଧା ଚଞ୍ଚଳ ରାଣା ପୁରୀ ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Latest News

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.