ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ୩ ନଂ ୱାର୍ଡ଼ କାଉନସିଲର ବି ଗୋପାଳକୃଷ୍ଣଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ନିଜ ଦୋକାନର ଫ୍ୟାନରେ ଝୁଲୁଥିବା ଅବସ୍ଥାରେ ଗୋପାଳକୃଷ୍ଣଙ୍କୁ ଦୁଇ ପୁଅ ପବନ ଓ ଭିକି ଦେଖି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଶବ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସୁଚନା ଥାଉକି କାଉନସିଲରଙ୍କ ମୃତ୍ୟୁ ରହସ୍ୟ ଘେରରେ ରହିଛି।