Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ: ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ
ଆଜିର ଖବର

ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ: ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ

July 15, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଏମ୍ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ନବୀନ ଲେଖିଛନ୍ତି ଯେ, “ଏହା ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ। ଏପରି ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାର ଲୋକଙ୍କୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ।

ମନକୁ ଏହା ଅଧିକ ବିଚଳିତ କରୁଛି ଯେ, କିପରି ଗୋଟେ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଯାଇପାରେ। ସବୁଠୁ କଷ୍ଟଦାୟକ ହେଉଛି, ଏହା କୌଣସି ଦୁର୍ଘଟଣା ନୁହେଁ, ବରଂ ଏପରି ଏକ ବ୍ୟବସ୍ଥାର ଫଳ; ଯାହା ସାହାଯ୍ୟ କରିବା ବଦଳରେ ଚୁପ୍ ରହିଲା। ନ୍ୟାୟ ପାଇବାକୁ ସଂଗ୍ରାମ କରି କରି ଶେଷରେ ଝିଅଟି ଆଖି ବୁଜିଦେଲା।

ସେ ଅତି ସାହସିକତାର ସହ ତା’ ସହିତ ଘଟିଥିବା ଯୌନ ନିର୍ଯାତନା ବିଷୟରେ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଥିଲା। କଲେଜ ପଦାଧିକାରୀଙ୍କ ଦ୍ଵାରା ଅଣଦେଖା ହେବା ପରେ ସେ ଅଟକି ଯାଇ ନଥିଲା। ନ୍ୟାୟ ପାଇବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲା। ଏପରି କି ବାଲେଶ୍ୱର ସାଂସଦଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଭେଟି ନିଜ ଦୁଃଖ ବିଷୟରେ କହିଥିଲା।

ଜଣେ କେହି ବି ଯଦି ଉତ୍ତରଦାୟିତ୍ୱ ନେଇ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିଥାନ୍ତେ, ତେବେ ହୁଏତ ଝିଅଟିର ଜୀବନ ବଞ୍ଚିଯାଇଥାନ୍ତା। ସେ କେବଳ ଶାରୀରିକ ଆଘାତ ପାଇ ପ୍ରାଣ ହରାଇ ନାହିଁ, ବରଂ ରାଜ୍ୟ ସରକାରଙ୍କ ଅଣଦେଖା ପାଇଁ; ଯାହା ତାଙ୍କୁ ନିଜ ସଂଗ୍ରାମରେ ଏକାକି ଛାଡ଼ି ଦେଇଥିଲା। ପୁରା ଘଟଣାକ୍ରମରୁ ଜଣାପଡ଼ୁଛି, ଏହା ଆନୁଷ୍ଠାନିକ ବିଶ୍ୱାସଘାତକତାରୁ କିଛି କମ୍ ନୁହେଁ; ଯାହା ଏକ ଯୋଜନାବଦ୍ଧ ଅନ୍ୟାୟ।

ମୁଁ ପୁଣିଥରେ ମାନ୍ୟବର ରାଜ୍ୟପାଳ (Governor Odisha)ଙ୍କୁ ଅନୁରୋଧ କରୁଛି, ସେ ଏହା ସୁନିଶ୍ଚିତ କରୁନ୍ତୁ ଯେ, ନା କେବଳ କଲେଜ କର୍ତ୍ତୃପକ୍ଷ ବରଂ କ୍ଷମତାରେ ଥିବା ବ୍ୟକ୍ତିମାନେ ମଧ୍ୟ ଉତ୍ତରଦାୟୀ ହୁଅନ୍ତୁ; ଯେଉଁମାନେ ପୀଡ଼ିତାଙ୍କ ଆକୁଳ ଗୁହାରି ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ।

ପୀଡ଼ିତାଙ୍କ ଅମର ଆତ୍ମାର ସଦଗତି ହେଉ। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ମୁଁ ପୁଣିଥରେ ପ୍ରାର୍ଥନା କରୁଛି, ଏହି ଦାରୁଣ ଦୁଃଖକୁ ସାମ୍ନା କରିବା ପାଇଁ ସେ ପରିବାର ସଦସ୍ୟମାନଙ୍କୁ ଶକ୍ତି ଏବଂ ସାହସ ଦିଅନ୍ତୁ। ଓଁ ଶାନ୍ତି।:

ଏଫଏମ କଲେଜ ନବୀନ ପଟ୍ଟନାୟକ ବାଲେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026
Latest News

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.