Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୩୧ ଯାଏଁ ବଢ଼ିଲା ଇଗ୍ନୋରେ ନାମଲେଖା ଅବଧି
ଆଜିର ଖବର

ଆସନ୍ତା ୩୧ ଯାଏଁ ବଢ଼ିଲା ଇଗ୍ନୋରେ ନାମଲେଖା ଅବଧି

July 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଗ୍ନୋ ଆଞ୍ଚଳିକ କେନ୍ଦ୍ର
ଇଗ୍ନୋର ୩୯ତମ ସମାବର୍ତ୍ତନ ଉତ୍ସବ: ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରରେ ୭ ହଜାରରୁ ଅଧିକ ଶିକ୍ଷାର୍ଥୀ ସମ୍ମାନିତ

ନୂଆଦିଲ୍ଲୀ: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ରେ ଜୁଲାଇ-୨୦୨୫ ଶିକ୍ଷା ଅଧିବେଶନ ପାଇଁ ନାମଲେଖା ପ୍ରକ୍ରିୟା ଘୋଷଣା କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତିବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଞ୍ଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ସ୍ନାତକ, ସ୍ନାତକୋତ୍ତର, ସ୍ନାତକୋତ୍ତର ଡିପ୍ଲୋମା ଏବଂ ସାର୍ଟିଫିକେଟ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ଆସନ୍ତା ୩୧ ଜୁଲାଇ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସ୍ନାତକ ପାଠ୍ୟକ୍ରମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି।

ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ଇଛୁକ ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ www.ignou.ac.in ଏବଂ ଏହି ଲିଙ୍କ http//ignouadmission.samarth.edu.in ଅନୁସରଣ କରିପାରିବେ କିମ୍ବା ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ର ସହ ଇ-ମେଲ  ମାଧ୍ୟମରେ ଯୋଗାଯୋଗ କରିପାରିବେ। ସମସ୍ତ ପ୍ରକାର ସୂଚନା ପାଇଁ ୦୬୭୪-୨୯୭୧୦୭୧  କିମ୍ବା ୦୬୭୪-୨୩୦୧୩୪୮ ଦୂରଭାଷ ନମ୍ବରରେ ଯୋଗାଯୋଗ କରିବା ପାଇଁ ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।

ଇଗ୍ନୋ ନାମଲେଖା ପ୍ରକ୍ରିୟା
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.