Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ଓ ଆଖପାଖ ଅଂଚଳକୁ ଏକ ସମୃଦ୍ଧ ମଡେଲ ଅଂଚଳ ଭାବେ ବିକଶିତ କରାଯିବ- ମୁଖ୍ୟମନ୍ତ୍ରୀ
ଆଜିର ଖବର

କଟକ ଓ ଆଖପାଖ ଅଂଚଳକୁ ଏକ ସମୃଦ୍ଧ ମଡେଲ ଅଂଚଳ ଭାବେ ବିକଶିତ କରାଯିବ- ମୁଖ୍ୟମନ୍ତ୍ରୀ

July 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି କଟକ ସାଂସଦ ଭର୍ତ୍ତୃହରି ମହତାବ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି କଟକ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି।

ବୈଠକରେ, କଟକ ସହରର ଓଏମପି ଅଂଚଳରେ ଭେଣ୍ଡିଙ୍ଗ ଜୋନ, ଏକ ବୃହତ୍‌ କନ୍‌ଭେନସନ ସେଣ୍ଟର ସ୍ଥାପନ, ରାଣୀହାଟ ଅଂଚଳର ଉନ୍ନତିକରଣ, ପ୍ରେସ ଛକ ଅଂଚଳରେ ଏକ ପାର୍କ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା।

ଏତଦବ୍ୟତୀତ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମଭୂମି ସତ୍ୟଭାମାପୁରର ସମନ୍ୱିତ ବିକାଶ, ସିଏମସି ଏବଂ ସିଡିଏ ଅଞ୍ଚଳ ପାଇଁ ଡ୍ରେନେଜ୍ ମାଷ୍ଟର ପ୍ଲାନ୍, ମହାନଦୀରେ ବ୍ୟାରେଜ୍ ଯୋଜନା, ବଡମ୍ବା ସୁଗାର ମିଲ ଓ ଭଗତପୁର କଟନ ମିଲର ପୁନଃ କାର୍ଯ୍ୟକାରିତା, ଓ ଉପଖଣ୍ଡ ସ୍ତରୀୟ କୋଲ୍ଡ ଷ୍ଟୋରେଜ ନିର୍ମାଣ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ବୈଠକରୁ ଜଣା ପଡିଛି ଯେ, ମୁଖ୍ୟମନ୍ତ୍ରୀ ଏହି ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଉପଯୁକ୍ତ ପଦକ୍ଷେପ ନେବା ଏବଂ ପ୍ରଶାସନିକ ସ୍ତରରେ ପ୍ରତ୍ୟେକ କାର୍ଯ୍ୟ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ବିଭାଗୀୟ ସଚିବଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ, ଅଧିକ ସଂଯୁକ୍ତ ପ୍ରୟାସ ଦ୍ୱାରା କଟକ ଜିଲ୍ଲା ଏବଂ ତାହାର ଉପଖଣ୍ଡ ଅଞ୍ଚଳକୁ ଏକ ଆଧୁନିକ ଓ ସମୃଦ୍ଧ ମଡେଲ୍ କ୍ଷେତ୍ର ବନେଇବା ପାଇଁ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

ବୈଠକରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୌର ପ୍ରଶାସନ ନିର୍ଦ୍ଦେଶକ ଶ୍ରୀ ଅରିନ୍ଦମ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ।

କଟକ ସାଂସଦ ବିକାଶମୂଳକ ପ୍ରକଳ୍ପ ଭର୍ତ୍ତୃହରି ମହତାବ ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.