Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ରେଳ ଷ୍ଟେସନର ପୁନର୍ବିକାଶ ଅନୁଧ୍ୟାନ କଲେ କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ
ଆଜିର ଖବର

ପୁରୀ ରେଳ ଷ୍ଟେସନର ପୁନର୍ବିକାଶ ଅନୁଧ୍ୟାନ କଲେ କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ

July 20, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ପୁରୀ: କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭି. ସୋମାନ୍ନା ଆଜି ପୁରୀ ରେଳ ଷ୍ଟେସନରେ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ରୂପାନ୍ତରଣ କରାଯାଉଥିବା ପୁନର୍ବିକାଶ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି।

ସେ ରେଳ ଭିତ୍ତିଭୂମିର ଆଧୁନିକୀକରଣ ପାଇଁ ଭାରତ ସରକାରଙ୍କ ପ୍ରତିବଦ୍ଧତା ଉପରେ ଗୁରୁତ୍ୱାରୋପ କରି ଉଲ୍ଲେଖ କରିଛନ୍ତି ଯେ 2025 ରେଳ ବଜେଟରେ ଓଡ଼ିଶାକୁ ₹10,599 କୋଟି ମିଳିଛି – ଯାହା 2009-14 ତୁଳନାରେ 12.5 ଗୁଣ ବୃଦ୍ଧି। ବର୍ତ୍ତମାନ, ରାଜ୍ୟର 59 ଷ୍ଟେସନକୁ ₹2,379 କୋଟି ଟଙ୍କା ବ୍ୟୟରେ ପୁନର୍ବିକାଶ କରାଯାଉଛି ଏବଂ ପ୍ରାୟ ₹80,000 କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଜ୍ୟରେ ଚାଲୁ ରହିଛି।

ଶ୍ରୀ ସୋମାନ୍ନା ଆଲୋକପାତ କରିଥିଲେ ଯେ ଗତ ଦଶନ୍ଧି ମଧ୍ୟରେ, ଏହି ଅଞ୍ଚଳରେ ରେଳ ଭିତ୍ତିଭୂମି ଅଭୂତପୂର୍ବ ଅଭିବୃଦ୍ଧି ପାଇଛି ଯେଉଁଥିରେ ନୂତନ ରେଳ ଲାଇନ ନିର୍ମାଣ, ଟ୍ରାକ୍ ଦୋହରୀକରଣ ଏବଂ ଯାତ୍ରୀ ସୁବିଧା ବୃଦ୍ଧିରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି – ଯାହା ପୂର୍ବ ବର୍ଷଗୁଡ଼ିକର ଅଗ୍ରଗତିକୁ ବହୁ ପଛରେ ପକାଇଛି। “ବନ୍ଦେ ଭାରତ ଏକ୍ସପ୍ରେସ” ଭଳି ଆଧୁନିକ ଟ୍ରେନର ପ୍ରଚଳନ ବିଷୟରେ ମଧ୍ୟ ଉଲ୍ଲେଖ କରି କହିଛନ୍ତି ଯେ ବର୍ତ୍ତମାନ ଓଡ଼ିଶାର ପ୍ରମୁଖ ଅଂଶକୁ ବନ୍ଦେ ଭାରତ ଏକ୍ସପ୍ରେସ ସଂଯୋଗ କରୁଛି ଏବଂ ଆଞ୍ଚଳିକ ସଂଯୋଗୀକରଣ ଏବଂ ବିକାଶକୁ ଆହୁରି ବୃଦ୍ଧି କରୁଛି।

ରେଳ ରାଷ୍ଟ୍ର ମନ୍ତ୍ରୀ ଆଲୋକପାତ କରିଥିଲେ ଯେ ରୂପାନ୍ତରିତ ପୁରୀ ଷ୍ଟେସନ ରେ ‘ୱାନ ଷ୍ଟେସନ ୱାନ ପ୍ରଡକ୍ଟ’ ଷ୍ଟଲ ଉପଲବ୍ଧ କରାଯାଇ ସ୍ଥାନୀୟ ପ୍ରଡକ୍ଟ କୁ ପ୍ରୋତ୍ସାହନ ଦିଆଯିବା ସହ ଏଥିରେ ଉନ୍ନତ ପ୍ରବେଶ, ଆଧୁନିକ ପ୍ରତୀକ୍ଷା ହଲ୍, ଲିଫ୍ଟ/ଏସ୍କେଲେଟର, ଏକଜିକ୍ୟୁଟିଭ୍ ଲାଉଞ୍ଜ, ସ୍ଥାନୀୟ ବୈଶିଷ୍ଟ୍ୟ ଏବଂ କିଓସ୍କ ସମେତ ବିଶ୍ୱସ୍ତରୀୟ ସୁବିଧା ପ୍ରଦାନ କରିବ।

ଶ୍ରୀ ସୋମନ୍ନାଙ୍କ ସହିତ ପୂର୍ବ ତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ବି.ଏସ୍. ରାଜକୁମାର, ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଏଚ୍.ଏସ୍. ବାଜୱା ଏବଂ ମୁଖ୍ୟ ପ୍ରଶାସନିକ ଅଧିକାରୀ/ନିର୍ମାଣ ଶ୍ରୀ ଏ.ଜି. ଶ୍ରୀନିବାସଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କ ଗସ୍ତ ସମୟରେ ଉପସ୍ଥିତ ଥିଲେ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାରତୀୟ ରେଳପଥକୁ ରୂପାନ୍ତରଣ କରିବାର ଦୃଷ୍ଟିକୋଣ ସହିତ ସମନ୍ୱୟ ରଖି ତୀର୍ଥଯାତ୍ରୀ, ପର୍ଯ୍ୟଟକ ଏବଂ ସ୍ଥାନୀୟ ଯାତ୍ରୀଙ୍କ ପାଇଁ ଯାତ୍ରା ଅଭିଜ୍ଞତାକୁ ବୃଦ୍ଧି କରିବା ପାଇଁ ଏହି ପୁନର୍ବିକାଶର ଲକ୍ଷ୍ୟ ରଖାଯାଇଛି।

ଅମୃତ ଭାରତ ଷ୍ଟେସନ ପୁରୀ ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026
Latest News

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.