Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା: ଜାଣନ୍ତୁ ଏହା କ’ଣ?
ଆଜିର ଖବର

ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା: ଜାଣନ୍ତୁ ଏହା କ’ଣ?

July 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସୁଭଦ୍ରା ଆଜି ଓଡ଼ିଶାର କୋଣେ ଅନୁକୋଣରେ ପହଞ୍ଚି ମା ଓ ଭଉଣୀମାନଙ୍କର ଆର୍ଥିକ ଆବଶ୍ୟକତାକୁ ପୂରଣ କରୁଛି ଏବଂ ସେମାନଙ୍କ ଇଛା ତଥା  ସ୍ଵପ୍ନକୁ ନୂଆ ରୂପ ପ୍ରଦାନ କରୁଛି। ରାଜ୍ୟର  ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ସୁଭଦ୍ରା ଯୋଜନା ଆରମ୍ଭର ମୂଳ ଲକ୍ଷ୍ୟ। ସୁଭଦ୍ରା ସହାୟତା ଓଡ଼ିଶାର ମା ଭଉଣୀମାନଙ୍କ ଜୀବନରେ କ’ଣ ପରିବର୍ତ୍ତନ ଆଣିଛି ଓ  ଆଉ କଣ କଲେ ସୁଭଦ୍ରା କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆଣିହେବ -ଏପରି  ପ୍ରଶ୍ନଗୁଡିକୁର ଉତ୍ତର ପାଇବା ପାଇଁ ମହିଳା ଏବଂ ଶିଶୁ ବିକାଶ ବିଭାଗ, ଉଚ୍ଚଶିକ୍ଷା ବିଭାଗ ଏବଂ ଆଇଆଇଏମ ସମ୍ବଲପୁରର ସହଭାଗୀତାରେ ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ମତ ପ୍ରକାଶ କରିଛନ୍ତି। ଭୁବନେଶ୍ୱରସ୍ଥିତ ୟୁନିଟ ୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଶୁକବିହାର ଶନିବିହାର ଅଙ୍ଗନବାଡି କେନ୍ଦ୍ରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ କରକମଳରେ ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଶିଷ୍ଠ ସମାଜସେବୀ ଶ୍ରୀ ଜଗନ୍ନାଥ ପ୍ରଧାନ, ମହିଳା ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶିକା ମୋନିଷା ବାନାର୍ଜୀ ଓ ଅନ୍ୟ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମରେ କଲେଜ ପଢୁଆ ଛାତ୍ରଛାତ୍ରୀମାନେ ଆଗାମୀ ୨ ସପ୍ତାହବ୍ୟାପୀ ସାରା ରାଜ୍ୟର ଅଙ୍ଗନବାଡି କେନ୍ଦ୍ରଗୁଡିକରେ ସାକ୍ଷାତକାର କାର୍ଯ୍ୟକ୍ରମ ମାଧ୍ୟମରେ ହିତାଧିକାରୀମାନଙ୍କୁ ସୁଭଦ୍ରା କାର୍ଯ୍ୟକ୍ରମ ସମ୍ବନ୍ଧୀୟ ବିଭିନ୍ନ ପ୍ରଶ୍ନ ପଚାରି ଆବଶ୍ୟକ ତଥ୍ୟ ସୁନିଶ୍ଚିତ  କରିବେ। ସୁଭଦ୍ରା ସହାୟତାର ଉପଯୋଗ ଓ ସୁଭଦ୍ରା କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ସେମାନେ  ତଥ୍ୟ ସଂଗ୍ରହ  କରିବେ।

ଏହି କାର୍ଯ୍ୟକ୍ରମରେ ପର୍ଯ୍ୟାୟକ୍ରମେ ୨୨,୦୦୦ ମହିଳା ହିତାଧିକାରୀଙ୍କୁ ନେଇ  ସୁଭଦ୍ରା ସମୀକ୍ଷା କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି। ଏହି ଗ୍ରୁପରେ ବିଭିନ୍ନ ସାମାଜିକ ବର୍ଗ ଏବଂ ବୟସ ଭିତ୍ତିରେ ହିତାଧିକାରୀଙ୍କୁ ନିଆଯାଇଛି। ହିତାଧିକାରୀଙ୍କ ଇଚ୍ଛା ଓ ଆକାଂକ୍ଷାକୁ ବୁଝିବା ସହ ସୁଭଦ୍ରା ସହାୟତାର ଯଥାର୍ଥ ଉପଯୋଗ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ। ସର୍ବେକ୍ଷଣ ତଥ୍ୟ ଆଧାରରେ  ଆଗାମୀ ସୁଭଦ୍ରା କାର୍ଯ୍ୟକ୍ରମର କାର୍ଯ୍ୟାନ୍ଵୟନ କରାଯିବ। ଏହି ସର୍ବେକ୍ଷଣ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ଅଧିକାରୀ ତଥା ତାଲିମପ୍ରାପ୍ତ କର୍ମକର୍ତ୍ତାମାନେ ଛାତ୍ରଛାତ୍ରୀମାନଙ୍କୁ ସହଯୋଗ କରିବେ। ଆଇଆଇଏମ, ସମ୍ବଲପୁର ସହଯୋଗରେ ମହିଳା ଓ ଶିଶୁ ବିକାଶ ବିଭାଗ ଏହି ସମୀକ୍ଷାର ତଥ୍ୟକୁ ବିଶ୍ଳେଷଣ କରି ସମ୍ପୂର୍ଣ୍ଣ ରିପୋର୍ଟ ପ୍ରସ୍ତୁତ କରିବେ।

ପ୍ରଭାତୀ ପରିଡା ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.