Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିଶନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ। ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ। ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ଫେବୃୟାରୀ ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କର ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା। ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀ ମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ।

ଉଚ୍ଚସ୍ତରୀୟ ବୈଠକ ଛତିଶଗଡ ମୋହନ ଚରଣ ମାଝୀ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

କୋଟିଆ ପାଇଁ ବିଜେପି ସରକାରଙ୍କ ନାହିଁ ଆନ୍ତରିକତା : ବିଜେଡି

October 25, 2026

ସମ୍ଭାବ୍ୟ ବାତ୍ୟା ପ୍ରଭାବ: ଆର୍ଯ୍ୟପଲ୍ଲୀ ଜେଟିରେ ଆଶ୍ରୟ ନେଲେ ଆନ୍ଧ୍ରର ଦୁଇ ମାଛଧରା ଟ୍ରଲର

October 25, 2026

Odisha Cyclone Update: ସାମ୍ଭବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମନ୍ତ୍ରୀ ଓ ଆଇଏଏସ ଅଫିସରଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ବ

October 25, 2026

ପ୍ରଧାନମନ୍ତ୍ରୀଙ୍କ ଉପରେ ଖଡଗେଙ୍କ ବିବାଦୀୟ ବୟାନ ମାମଲା: କଡ଼ା ଆକ୍ରମଣ କଲେ ଅମିତ ଶାହା

October 25, 2026
Latest News

କର୍ଣାଟକରେ ପୁଣି ଭାଷା ବିବାଦ: ଘରୋଇ କମ୍ପାନୀଗୁଡ଼ିକୁ କଡ଼ା ଚେତାବନୀ ଦେଲେ ମୁଖ୍ୟମନ୍ତ୍ରୀ

October 25, 2026

କୋଟିଆ ପାଇଁ ବିଜେପି ସରକାରଙ୍କ ନାହିଁ ଆନ୍ତରିକତା : ବିଜେଡି

October 25, 2026

ସମ୍ଭାବ୍ୟ ବାତ୍ୟା ପ୍ରଭାବ: ଆର୍ଯ୍ୟପଲ୍ଲୀ ଜେଟିରେ ଆଶ୍ରୟ ନେଲେ ଆନ୍ଧ୍ରର ଦୁଇ ମାଛଧରା ଟ୍ରଲର

October 25, 2026

Odisha Cyclone Update: ସାମ୍ଭବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମନ୍ତ୍ରୀ ଓ ଆଇଏଏସ ଅଫିସରଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ବ

October 25, 2026

କେନ୍ୟାରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ୨୨ ମୃତ

October 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.