ଭୁବନେଶ୍ୱର: ବାଲେଶ୍ବରର ଛାତ୍ରୀଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରାଯାଇଛି।
ଏହି ଅବସରରେ କଂଗ୍ରେସ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ ବରିଷ୍ଠ କଂଗ୍ରେସ ନେତା ଶ୍ରୀକାନ୍ତ ଜେନା, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ,ଜଗନ୍ନାଥ ପଟ୍ଟନାୟକ,ପିସିସି ଉପସଭାପତି ଲଲାଟେନ୍ଦୁ ମହାପାତ୍ର ,ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତି ,ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ୍ ଦାଶ,ମିଡିଆ ସେଲ ଅଧ୍ୟକ୍ଷ ଅରବିନ୍ଦ ଦାଶ ଏବଂ ବହୁ ମହିଳା କଂଗେସ ନେତ୍ରୀ ବାଲେଶ୍ଵରର ଦିବଂଗତା ଛାତ୍ରୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜଣାଇବା ସହ ବଳଙ୍ଗା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ୧ ମିନିଟ ନୀରବ ପ୍ରାର୍ଥନା କରିଥିଲେ।