Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫଟୋ ସେଲଫି ନେବା ହେଲା କାଳ: ଦେବଝରଣ ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ
ଆଜିର ଖବର

ଫଟୋ ସେଲଫି ନେବା ହେଲା କାଳ: ଦେବଝରଣ ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ

July 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ଦେବଝରଣ ଜଳପ୍ରପାତରେ ଭୀମସାର ୨ ଜଣ ଡାକ୍ତରୀ ଛାତ୍ର-ଛାତ୍ରୀଫଟୋ ସେଲ୍ଫି ନେଉଥିବା ସମୟରେ ଗୋଡ ଖସି ମୃତ୍ୟୁବରଣ କରିଛନ୍ତି।

ପୋଲିସର ସୂଚନା ଅନୁଯାୟୀ, ଯୁଯୁମୁରା ଥାନା ନିକଟସ୍ଥ ଦେବଝରଣ ଜଳପ୍ରପାତକୁ ଭୀମସାର ୬ ଜଣ ଡାକ୍ତର ଛାତ୍ର ଛାତ୍ରୀ ବୁଲିବାକୁ ଆସିଥିଲେ। ଆଜି ଅପରାହ୍ନ ୧ଟା ସମୟରେ ଫଟୋ ସେଲ୍ଫି ନେଉଥିବା ବେଳେ ଜଣେ ଛାତ୍ରୀ ବୁଡ଼ିଯାଉଥିବା ବେଳେ ଜଣେ ଛାତ୍ର ତାଙ୍କୁ ଉଦ୍ଧାର କରିବାକୁ ଯାଇ ନିଜେ ମଧ୍ୟ ବୁଡି ମୃତ୍ୟୁ ବରଣ କରିଥିବା ଜଣାପଡିଛି।

ମୃତକ ଦୁଇ ଜଣ ହେଲେ ଛାତ୍ରୀ ମୋନିକା ମୀନା (୨୪) ଘର ରାଜସ୍ଥାନ ଓ ଛାତ୍ରଙ୍କ ନାଁ ସନ୍ଦୀପ ପୁରୀ (୨୩) ଘର ନୂଆଦିଲ୍ଲୀ। ଜଳ ପ୍ରପାତଟି ଘଞ୍ଚ ଜଙ୍ଗଲ ଭିତରେ ରହିଛି, ଯା ଫଳରେ ଉଦ୍ଧାର କରିବାରେ ଟିକିଏ ବିଳମ୍ବ ହୋଇଥିଲା।  ସ୍ଥାନୀୟ ଲୋକେ ଖୋଜା ଖୋଜି କରିଥିଲେ ହେଲେ ନିଖୋଜ ଛାତ୍ରଛାତ୍ରୀଙ୍କୁ ପାଇ ପାରି ନ ଥିଲେ।

ଅଗ୍ନିଶମ ବିଭାଗ ଓ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ଅଗ୍ନିଶମ ବିଭାଗର କର୍ମଚାରୀ ପହଂଚି ଉଭୟ ଛାତ୍ର ଛାତ୍ରୀଙ୍କୁ ପାଣିରୁ ଉଦ୍ଧାର କରିଥିଲେ। ଉଭୟଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲକୁ ନିଆ ଯାଇଥିଲା ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜୁଯୁମୁରା ପୋଲିସ ଏକ ଅପ ମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି।

ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଟିଏ ମ୍ୟାଚରେ ୫୦୦ ରୁ ଉର୍ଦ୍ଧ୍ଵ ରନ: ଅଭିଷେକ ଶର୍ମା ଏବଂ ଈଶାନ କିଷାନଙ୍କ ବିସ୍ଫୋରକ ପାଳି

March 22, 2026

ନବରାତ୍ରର ଚତୁର୍ଥ ଦିବସ: ମାଆଙ୍କ କୁଷ୍ମାଣ୍ଡା ରୂପ

March 22, 2026

ଶ୍ରୀ ବଳଦେବଜୀଉଙ୍କ ନୂତନ ରଥ ନିର୍ମାଣ ଦାବିରେ ଜିଲ୍ଲାପାଳଙ୍କୁ ଭେଟିଲା ବଳଦେବ ସେନା

March 22, 2026

“୪୮ ଘଣ୍ଟା ମଧ୍ୟରେ ଖାଲି କର ହରମୁଜ୍, ନଚେତ….”: ଇରାନକୁ ଧ୍ୱଂସ କରିବାକୁ ଧମକ ଦେଲେ ଟ୍ରମ୍ପ 

March 22, 2026
Latest News

ଗୋଟିଏ ମ୍ୟାଚରେ ୫୦୦ ରୁ ଉର୍ଦ୍ଧ୍ଵ ରନ: ଅଭିଷେକ ଶର୍ମା ଏବଂ ଈଶାନ କିଷାନଙ୍କ ବିସ୍ଫୋରକ ପାଳି

March 22, 2026

ନବରାତ୍ରର ଚତୁର୍ଥ ଦିବସ: ମାଆଙ୍କ କୁଷ୍ମାଣ୍ଡା ରୂପ

March 22, 2026

ଶ୍ରୀ ବଳଦେବଜୀଉଙ୍କ ନୂତନ ରଥ ନିର୍ମାଣ ଦାବିରେ ଜିଲ୍ଲାପାଳଙ୍କୁ ଭେଟିଲା ବଳଦେବ ସେନା

March 22, 2026

“୪୮ ଘଣ୍ଟା ମଧ୍ୟରେ ଖାଲି କର ହରମୁଜ୍, ନଚେତ….”: ଇରାନକୁ ଧ୍ୱଂସ କରିବାକୁ ଧମକ ଦେଲେ ଟ୍ରମ୍ପ 

March 22, 2026

ଗୋଟିଏ ସପ୍ତାହରେ ୧୩,୭୦୦ କୁ କମିଲା ସୁନା: ରୂପା ମୂଲ୍ୟରେ ମଧ୍ୟ ବଡ ହ୍ରାସ

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.