Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମିଳିତ ଉଦ୍ୟମରେ ଗୋଦାବରୀଶ ମହାବିଦ୍ୟାଳୟ ସ୍ୱୟଂଶାସିତ ମାନ୍ୟତା ପାଇପାରିବ: ଆଇନ ମନ୍ତ୍ରୀ
ଆଜିର ଖବର

ମିଳିତ ଉଦ୍ୟମରେ ଗୋଦାବରୀଶ ମହାବିଦ୍ୟାଳୟ ସ୍ୱୟଂଶାସିତ ମାନ୍ୟତା ପାଇପାରିବ: ଆଇନ ମନ୍ତ୍ରୀ

July 27, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଓଡ଼ିଶାର ଅନ୍ୟତମ ଖ୍ୟାତନାମା ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟର ୬୯ତମ ପ୍ରତିଷ୍ଠା ଦିବସ ସମାରୋହ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ କରକମାଳରେ ଉଦଯାପିତ ହୋଇଯାଇଛି। ଏ ଉପଲକ୍ଷେ ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ଼ ସୁର ପ୍ରତାପ ନରେନ୍ଦ୍ର ସିଂ ବର୍ମାଙ୍କ ସଂଯୋଜନାରେ ଆୟୋଜିତ ଭବ୍ୟ ସମାରୋହରେ ମହାବିଦ୍ୟୟର ଅଧ୍ୟକ୍ଷ ବିନାୟକ ହୋତା ନିମନ୍ତ୍ରିତ ଅତିଥିମାନଙ୍କୁ ସ୍ଵାଗତ କରି ମାନ୍ୟବର ମନ୍ତ୍ରୀ ମହୋଦୟ ବିଗତ ବର୍ଷ ଏହି ସଭାରେ ଦେଇଥିବା ସମସ୍ତ ପ୍ରତିଶ୍ରୁତି ପାଳନ କରିବା ସହ ନାକ କମିଟିର ପରିଦର୍ଶନ ବେଳେ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେଇଥିବାରୁ ମହାବିଦ୍ୟାଳୟ ତଥା ଅଞ୍ଚଳବାସୀଙ୍କ ତରଫରୁ ମାନ୍ୟବର ମନ୍ତ୍ରୀଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରିଥିଲେ।

ପୁରାତନ ଛାତ୍ର ସଂଘର ସଭାପତି ଜିତେନ୍ଦ୍ର ଭୋଳ ଓ ବାଣପୁର ପଞ୍ଚାୟତ ସମିତିର ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ସମ୍ମାନିତ ଅତିଥିଭାବେ ଯୋଗଦେଇ ଅତୀତ ଦିନ ମାନଙ୍କ ସ୍ମର୍ତି ଚାରଣ ସହ ମହାବିଦ୍ୟାଳୟର ବିକାଶ ପାଇଁ ସମସ୍ତ ସାହାଯ୍ୟ ସହଯୋଗର ହାତ ବଢ଼ାଇବା ପାଇଁ ପ୍ରତିଶ୍ରୁତି ଦେଇଥିଲେ। ବାଣପୁରର ବରପୁତ୍ର ମାନ୍ୟବର ମନ୍ତ୍ରୀ ମହୋଦୟ ସମସ୍ତ ଆବଶ୍ୟକତା ପୂରଣ କରିବା ପାଇଁ ପ୍ରତିଶ୍ରୁତି ଦେବା ସହ ଛାତ୍ର ଛାତ୍ରୀମାନଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟ ମହାବିଦ୍ୟାଳୟକୁ ଓଡ଼ିଶାର ଏକ ଆଦର୍ଶ ଶିକ୍ଷାନୁଷ୍ଠାନରେ ପରିଣତ କରିବାବୋଲି କହି ଏଥିପାଇଁ ଅଶେଷ ଯତ୍ନବାନ ହେବାପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ର ଛାତ୍ରୀ ମାନଙ୍କ ମିଳିତ ଉଦ୍ୟମ ହେଲେ ଏହା ଏକ ସ୍ବୟଂଶାସିତ ମହାବିଦ୍ୟାଳୟରେ ପରିଣତ ହେବ ବୋଲି କହିଥିଲେ। ରାଜନୀତି ବିଜ୍ଞାନ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।

ପରିଶେଷରେ +୨ ଓ +୩ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଓ ଅନ୍ୟାନ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଲାଭ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି ସମାରୋହ ପାଇଁ ମହାବିଦ୍ୟାଳୟର ମୁଖ୍ୟ କିରାଣୀ ଦୁର୍ଯ୍ୟୋଧନ ସାହୁଙ୍କ ସମେତ ବିଭିନ୍ନ ଉଇଂର ଛାତ୍ରଛାତ୍ରୀ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ସହଯୋଗ ପ୍ରଦାନ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ପୃଥ୍ଵୀରାଜ ହରିଚନ୍ଦନ ସ୍ୱୟଂଶାସିତ ମାନ୍ୟତା
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025
Latest News

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.